ଜଣେ ଆତଙ୍କୀ ଖତମ, ଆତ୍ମସମର୍ପଣ କଲା ଆଉ ଜଣେ

ଶ୍ରୀନଗର: ଜମ୍ମୁ-କଶ୍ମୀରର ପୁଲୱାମାରେ ଆଜି ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଆଉ ଜଣେ ଭୟରେ ଆତ୍ମସମର୍ପଣ କରିଛି। ଏହି ଦୁଇ ଜଣ ଯାକ ଆତଙ୍କବାଦୀ ହିଜବୁଲ ମୁଜାହିଦ୍ଦିନର ସଦସ୍ୟ। ପୁଲୱାମାର ଅବନ୍ତିପୁରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ପୁଲିସ୍ ପାଖରେ ଖବର ପହଞ୍ଚିଥିଲା। ଖବର ମିଳିବା ପରେ ସୁରକ୍ଷାକର୍ମୀ ମାନେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ପୂରା ଅଞ୍ଚଳକୁ କର୍ଡନ କରି ସର୍ଚ୍ଚ ଅପରେସନ ଚାଲିଥିବା […]

gi

gi

Hemant Lenka
  • Published: Monday, 26 October 2020
  • Updated: 26 October 2020, 09:57 PM IST

Sports

Latest News

ଶ୍ରୀନଗର: ଜମ୍ମୁ-କଶ୍ମୀରର ପୁଲୱାମାରେ ଆଜି ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଆଉ ଜଣେ ଭୟରେ ଆତ୍ମସମର୍ପଣ କରିଛି। ଏହି ଦୁଇ ଜଣ ଯାକ ଆତଙ୍କବାଦୀ ହିଜବୁଲ ମୁଜାହିଦ୍ଦିନର ସଦସ୍ୟ।

ପୁଲୱାମାର ଅବନ୍ତିପୁରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ପୁଲିସ୍ ପାଖରେ ଖବର ପହଞ୍ଚିଥିଲା। ଖବର ମିଳିବା ପରେ ସୁରକ୍ଷାକର୍ମୀ ମାନେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ପୂରା ଅଞ୍ଚଳକୁ କର୍ଡନ କରି ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ଆତଙ୍କବାଦୀମାନେ ଗୁଳି ମାଡ଼ ଆରମ୍ଭ କରିଦେଇଥିଲେ। ସୁରକ୍ଷାକର୍ମୀଙ୍କ ପକ୍ଷରୁ ମଧ୍ୟ ଏହାର ଜବାବ ଦିଆଯାଇଥିଲା।

ଦୀର୍ଘ ସମୟ ଧରି ଚାଲିଥିବା ଏହି ଏନକାଉଣ୍ଟରରେ ଜଣେ ଆତଙ୍କୀ ନିହତ ହୋଇଛି। ସେହିପରି ଆଉ ଜଣେ ଆତଙ୍କୀ ସୁରକ୍ଷାକର୍ମୀଙ୍କ ନିକଟରେ ଆତ୍ମସମର୍ପଣ କରିଛି। ମୃତ ଆତଙ୍କବାଦୀ ନିକଟରୁ ବିପୁଳ ଅସ୍ତ୍ରଶସ୍ତ୍ର ଠାବ ହୋଇଛି। ଏବେ ବି ସ୍ଥାନୀୟ ଅଞ୍ଚଳକୁ କର୍ଡନ କରି ସର୍ଚ୍ଚ ଅପରେସନ ଜାରି ରହିଥିବା ସେନା ପକ୍ଷରୁ କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos