ନୂଆଦିଲ୍ଲୀ: ଗତକାଲି ହଂକଂର ଭିକ୍ଟୋରିଆ ପାର୍କରେ ସ୍ଥାନୀୟ ସରକାର ବିରୋଧରେ ଲକ୍ଷ ଲକ୍ଷ ଲୋକ ବିରୋଧ ପ୍ରଦର୍ଶନ କରିଛନ୍ତି। ଏକ ପ୍ରତ୍ୟାର୍ପଣ ବିଧେୟକକୁ ବିରୋଧ କରି ଲୋକମାନେ ବିରୋଧ କରିଛନ୍ତି। ଏହାକୁ ନଜରରେ ରଖି ଚାଇନା ହଙ୍ଗକଙ୍ଗ ସୀମାରେ ପ୍ରବଳ ସେନା ମୁତୟନ କରିଛି। ଯାହାକୁ ନେଇ ଆପତ୍ତି ଉଠାଇଛି ଆମେରିକା।
ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏ ନେଇ ଚାଇନାକୁ ଚେତାବନୀ ଦେଇଛନ୍ତି। ଯଦି ବିକ୍ଷୋଭକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୁଏ ତାହାଲେ ଆଗାମୀ ଦିନରେ ଦୁଇ ଦେଶ ମଧ୍ୟରେ ଥିବା ବ୍ୟବସାୟିକ ଚୁକ୍ତି ବାତିଲ୍ ହେବ ବୋଲି ଆମେରିକା ସରକାର ଚେତାବନୀ ଦେଇଛନ୍ତି।
ହଂକଂରେ ବିକ୍ଷୋଭକାରୀଙ୍କୁ ବେଜିଂ ସରକାରର ଚେତାବନୀ ଦେଇଥିଲେ ମଧ୍ୟ ଗତକାଲି ପ୍ରବଳ ବର୍ଷାରେ ଲକ୍ଷ ଲକ୍ଷ ଲୋକ ଭିକ୍ଚୋରିଆ ପାର୍କରେ ଏକତ୍ରିତ ହୋଇ ଶାନ୍ତିପୂର୍ଣ୍ଣ ଭାବରେ କଳା ଛତା ଓ ଡ୍ରେସ ପିନ୍ଧି ବିରୋଧ ପ୍ରଦର୍ଶନ କରିଥିଲେ। ଏହି ବିକ୍ଷୋଭ ପାଇଁ ସ୍ଥାନୀୟ ସରକାର ଅନୁମତି ଦେଇନଥିବା ଜଣାପଡ଼ିଛି।
https://youtu.be/C-vb8f46j0U
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସମଲିଙ୍ଗୀ ବିବାହ: ବଡ଼ ନିଷ୍ପତ୍ତି ନେଲେ ସୁପ୍ରିମକୋର୍ଟ
ପୁନଃ ସମୀକ୍ଷା କରିବାକୁ ହୋଇଥିବା ଏକାଧିକ ଆବେଦନକୁ ମଧ୍ୟ ଆଜି ସର୍ବୋଚ୍ଚ ଅଦାଲତ ଅଗ୍ରାହ୍ୟ କରିଦେଇଛନ୍ତି। ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ୨୦୨୩ରେ ସର୍ବୋଚ୍ଚ ନ୍ୟାୟଳୟ ସଫା ସଫା ମନା କରିଦେଇଥିଲେ।
National
‘ଆମର ଅଧା କାହାଣୀ’ ଲେଖି ଝୁଲି ପଡ଼ିଲେ ଯୁବକ
୬ ମାସ ତଳେ କୋର୍ଟରେ ବାହା ହୋଇଥିଲେ। ତଥାପି ଝିଅ ଘର ଲୋକ ଶାନ୍ତିରେ ବଞ୍ଚିବାକୁ ଦେଲେନି। ସମୟକ୍ରମେ ଝିଅ ମଧ୍ୟ ବଦଳିଗଲା। ଶେଷରେ କୌଣସି ଉପାୟ ନ ପାଇ ଜଣେ ୨୫ ବର୍ଷୀୟ ଯୁବକ ଜୀବନ ହାରି ଦେଇଛନ୍ତି।
National
ଭୁଶୁଡ଼ିଲା ପ୍ଲାଣ୍ଟର ସିଲୋ: ୪ ଶ୍ରମିକ ମୃତ, ଚାପି ହୋଇ ରହିଛନ୍ତି ଅନେକ
ସିଲୋ ହେଉଛି ଲୁହାରେ ତିଆରି ହୋଇଥିବା ବିରାଟକାୟ ସିଲଣ୍ଡର ଆକୃତିର ଷ୍ଟ୍ରକଚର। ଇଟା ଭାଟିରେ ଲାଗୁଥିବା ଚିମିନି ଭଳି ଏହା ଦେଖିବାକୁ।
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।
National
ଆପ୍ର ୫୮ରୁ ୩୨ ଓ ବିଜେପିର ୭ରୁ ୪ ବିଧାୟକଙ୍କ ନାଁରେ ରହିଛି ଗୁରୁତର ମାମଲା
ଦଳ ଦୃଷ୍ଟିରୁ ଦେଖିଲେ ଆପର ୫୮ ଜଣ ବିଧାୟକଙ୍କ ପାଖରେ ହାରାହାରି ୧୩.୩୯ କୋଟି ଟଙ୍କାର ସମ୍ପତ୍ତି ରହିଥିବାବେଳେ ବିଜେପିର ୭ ଜଣ ବିଧାୟକଙ୍କ ପାଖରେ ହାରାହାରି ୭ କୋଟି ୪୫ ଲକ୍ଷ ଟଙ୍କାର ସମ୍ପତ୍ତି ରହିଛି।