ନୂଆଦିଲ୍ଲୀ: ରବିବାର ଜେଏନ୍ୟୁରେ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ହିଂସା ପରେ ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାରଙ୍କୁ ରିପୋର୍ଟ ତଲବ କରିଛି ଏଚ୍ଆରଡି ମନ୍ତ୍ରଣାଳୟ। ଏହି ପ୍ରମୁଖ ବିଶ୍ୱବିଦ୍ୟାଳୟରେ କିଛି ଦୃର୍ବୃତ୍ତ ଲାଠି ସହିତ ପଶିଆସି ଆକ୍ରମଣ କରିବାପରେ ସେଠାରେ ସ୍ଥିତି ଅଶାନ୍ତ ରହିଛି।
ଏହା ପରେ ରିପୋର୍ଟ ମଗାଯାଇଥିବା ନେଇ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି, “ଆମେ ଜେଏନ୍ୟୁ କ୍ୟାମ୍ପସ୍ରେ ବର୍ତ୍ତମାନର ସ୍ଥିତି ନେଇ ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାରଙ୍କଠାରୁ ରିପୋର୍ଟ ମାଗିଛୁ। ଆମେ କୁଳପତିଙ୍କ ସହ କଥା ହେଇଛୁ। ଦିଲ୍ଲୀ ପୁଲିସ୍ ସହ ମଧ୍ୟ ଶାନ୍ତି ଶୃଙ୍ଖଳା ନେଇ କଥା ହେଇଛୁ।”
ଏହି ଘଟଣାରେ ୧୮ ଜଣରୁ ଊର୍ଦ୍ଧ୍ୱ ଛାତ୍ର ଆହତ ହୋଇଥିବା କୁହାଯାଇଛି। ସେମାନଙ୍କୁ ଏମ୍ସରେ ଆଡମିଟ୍ କରାଯାଇଛି। ଏହି ଘଟଣାରେ ଜେଏନ୍ୟୁଏସ୍ୟୁ ସଭାପତି ଆଇଶି ଘୋଷ ମଧ୍ୟ ଆହତ ହୋଇଛନ୍ତି। ତାଙ୍କ ମୁଣ୍ଡରେ ଆଘାତ ଲାଗିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।