ହାଇଦ୍ରାବାଦ: ୫ ଘଣ୍ଟାର ଲଗାଣ ବର୍ଷା ପରେ ହାଇଦ୍ରାବାଦର ସ୍ଥିତି ବେହାଲ ହୋଇଯାଇଛି। ପ୍ରବଳ ବର୍ଷା ଯୋଗୁଁ ହାଇଦ୍ରାବାଦ ସମେତ ଆଖପାଖ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଚାରିଆଡେ ପାଣି ଜମି ରହିଥିବାରୁ ଯାତାୟତରେ ଅସୁବିଧାରେ ସୃଷ୍ଟି ହୋଇଛି। ବର୍ଷା ଯୋଗୁଁ ତିନି ଜଣଙ୍କ ମୃତ୍ୟୁ ଘଟିଥିବା ମଧ୍ୟ ଜଣାପଡିଛି। ଗତକାଲି ସନ୍ଧ୍ୟାରେ ଏହି ବର୍ଷା ହୋଇଥିଲା।
ଆଜି ସହରର ସମସ୍ତ ସ୍କୁଲ, କଲେଜ ଓ ଅନ୍ୟ ଶିକ୍ଷାନୁଷ୍ଠାନ ଗୁଡିକୁ ଛୁଟି ଘୋଷଣା କରାଯାଇଛି।
ଗତକାଲି ସହରରେ ସାଢେ ୪ଟାରୁ ସେଢେ ୮ଟା ପର୍ଯ୍ୟନ୍ତ ୬୭.୬ ମିମି ବର୍ଷା ହୋଇଥିଲା। ଆଜି ବି ସହରରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ପ୍ରବଳ ବର୍ଷା ଯୋଗୁଁ ଲୋକେ ୧୨ ଘଣ୍ଟା ଧରି ରେଳ ଷ୍ଟେସନ ଓ କାର୍ଯ୍ୟାଳୟରେ ଫସି ରହିଥିଲେ। ଏପରିକି କିଛି ସମୟ ରେଳ ଚଳାଚଳ ବନ୍ଦ କରି ଦିଆଯାଇଥିଲା।
ତେଲଙ୍ଗନା ମୁଖମନ୍ତ୍ରୀ ଚନ୍ଦ୍ର ଶେଖର ରାଓ ସହରର ନିଗମ ପ୍ରମୁଖ ଓ ପୋଲିସ୍ ପ୍ରମୁଖଙ୍କ ସହ ହାଇଦ୍ରାବଦର ସ୍ଥିତି ନେଇ ଆଲୋଚନା କରିଛନ୍ତି। ଏହାସହ ଅଧିକାରୀଙ୍କୁ ସତର୍କ ରହିବାକୁ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।