କଶ୍ମୀର: ଜମ୍ମୁ କଶ୍ମୀରର ଜଣେ ବରିଷ୍ଠ ଅଧିକାରୀ କରୋନାରେ ସଂକ୍ରମିତ ହୋଇଛନ୍ତି। ଏହାପରେ ୧୨ରୁ ଅଧିକ ଅଫିସର ଯେଉଁମାନେ ଆଇଏଏସ ଅଧିକାରୀଙ୍କ ସଂସ୍ପର୍ଶରେ ଆସିଥିଲେ ସେମାନେ କ୍ୱାରେଣ୍ଟାଇନରେ ରହିଛନ୍ତି। ଶନିବାର ଅପରାହ୍ନରେ ଏହି ଆଇଏଏସ ଅଫିସର କରୋନାରେ ସଂକ୍ରମିତ ହୋଇଥିବା ସୂଚନା ରହିଛି।
ଏହି ଆଇଏଏସ ଅଧିକାରୀ ଏକ ବୈଠକରେ ସାମିଲ୍ ହୋଇଥିଲେ। ଯେଉଁଥିରେ ଅର୍ଥ ସଚିବ ରାଙ୍କର ଅଧିକାରୀ ସାମିଲ୍ ହୋଇଥିଲେ। ଏମିତିକି ଜଣେ ପ୍ରମୁଖ ସଚିବ ଏବଂ ସ୍ୱାସ୍ଥ୍ୟ ଓ ଶିକ୍ଷା ଅଧିକାରୀ ସାମିଲ୍ ହୋଇଥିବା ଜଣାପଡ଼ିଛି। ଏହାବାଦ ବୈଠକରେ ଜଣେ ସରକାରୀ ମେଡିକାଲ କଲେଜର ଚିକିତ୍ସକ, ବରିଷ୍ଠ ମାଇକ୍ରୋବାଇଲୋଜିଷ୍ଟ ସାମିଲ୍ ଥିଲେ।
ସୂଚନାଯୋଗ୍ୟ, ଜମ୍ମୁ କଶ୍ମୀରରେ ୨,୩୪୧ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। ସେଥିମଧ୍ୟରୁ ଏବେ ୧,୪୦୫ ଜଣ ଚିକିତ୍ସାଧୀନ ରହିଥିବାବେଳେ ୯୦୮ ଜଣ ଆରୋଗ୍ୟ ହୋଇଛନ୍ତି। ୨୮ ଜଣଙ୍କର ମୃତ୍ୟୁ ଘଟିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।