କାନପୁର:ପାଠପଢାରେ ଖରାପ ପ୍ରଦର୍ଶନ ଯୋଗୁ ଚେତାବନୀ ଦିଆଗଲା। ତଥାପି ଫଳାଫଳରେ କୌଣସି ପରିବର୍ତ୍ତନ ଆସିଲାନି। ତେଣୁ ବାଧ୍ୟ ହୋଇ କର୍ତ୍ତୃପକ୍ଷ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏକାଡେମିରେ ଖରାପ ପ୍ରଦର୍ଶନ ଯୋଗୁ ଆଇଆଇଟି(ଇଣ୍ଡିଆନ୍ ଇନ୍ଷ୍ଟିଚ୍ୟୁଟ୍ ଅଫ ଟେକ୍ନୋଲୋଜି) କାନପୁର ୬୦ ଛାତ୍ର ଛାତ୍ରୀଙ୍କୁ ବହିସ୍କାର କରିଦେଇଛି। ଇନ୍ଷ୍ଟିଚ୍ୟୁଟ୍ର ନିୟମକାନୁନ ମଧ୍ୟରେ ଏହି କାର୍ଯ୍ୟାନୁଷ୍ଠାନ
ଗ୍ରହଣ କରାଯାଇଛି ବୋଲି ଏହାର ଡିନ୍ ଡ. ନିରଜ ମିଶ୍ରା କହିଛନ୍ତି। ପଢାରେ ଦୁର୍ବଳ ଥିବା ଛାତ୍ରଛାତ୍ରୀମାନଙ୍କୁ ଉନ୍ନତ ପ୍ରଦର୍ଶନ ପାଇଁ ସୁଯୋଗ ଦିଆଯାଇଥିଲା। ତଥାପି ସେମାନେ ବିଫଳ ହେଲେ ବୋଲି ସେ କହିଛନ୍ତି। ବିଦା ହୋଇଥିବା ଛାତ୍ର ଛାତ୍ରୀମାନଙ୍କ ମଧ୍ୟରେ ୪୬ ଜଣ ଅଣ୍ଡର ଗ୍ରାଜୁଏଟ, ୮ ଜଣ ପିଜି ଏବଂ ୬ ଜଣ ରିସର୍ଚ୍ଚ ସ୍କଲାର ଅଛନ୍ତି। ଏ ସମ୍ପର୍କରେ ସେମାନଙ୍କ ଅଭିଭାବକଙ୍କୁ ମଧ୍ୟ ଅବଗତ କରାଯାଇଛି।
ସୌଜନ୍ୟ:ହିନ୍ଦୁସ୍ଥାନ ଟାଇମ୍ସ୍
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।