ନୂଆଦିଲ୍ଲୀ: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିଛନ୍ତି ଭୂଟାନର ରାଜା ଜିଗ୍ମେ ଓ୍ବାଙ୍ଗଚୁ୍କ୍। ଭାରତ ଗସ୍ତର ଦ୍ୱିତୀୟ ଦିନରେ ଜିଗ୍ମେ ରାଷ୍ଟ୍ରପତିଙ୍କ ସମେତ ଉପରାଷ୍ଟ୍ରପତି ଭେଙ୍କୟା ନାଇଡ଼ୁ, ପ୍ରତିରକ୍ଷା ମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ମଧ୍ୟ ସାକ୍ଷାତ କରିଛନ୍ତି। ପ୍ରତିରକ୍ଷା ଦୃଷ୍ଟିକୋଣରୁ ଉଭୟ ରାଷ୍ଟ୍ରମୁଖ୍ୟଙ୍କ ସାକ୍ଷାତ ବହୁ ଗୁରୁତ୍ୱ ବହନ କରେ। ସୂଚନା ଅନୁସାରେ, ଉଭୟ ରାଷ୍ଟ୍ର ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନାରେ ପ୍ରତିରକ୍ଷା ସମେତ ଅର୍ଥନୈତିକ ସମ୍ପର୍କକୁ ନେଇ ଆଲୋଚନା ହୋଇଛି।
ସୂଚନାଯୋଗ୍ୟ, ଡୋକଲାମ ବିବାଦ ପରେ ପ୍ରଥମ ଥର ପାଇଁ ଭାରତ ଗସ୍ତ କରିଛନ୍ତି ଭୂଟାନ ରାଷ୍ଟ୍ରମୁଖ୍ୟ। ଚୀନ ସୈନ୍ୟଙ୍କ ଭାରତୀୟ ସୀମାରେ ଅନୁପ୍ରବେଶ ପରେ ଭାରତ ଏବଂ ଚୀନ ମଧ୍ୟରେ ବିବାଦୀୟ ପରିସ୍ଥିତି ଉପୁଜିଥିଲା। ସେହି ସମୟରେ ଚୀନକୁ କଡ଼ା ମୁକାବିଲା ଦେବାରେ ଭୂଟାନ ହିଁ ପ୍ରଥମେ ଭାରତକୁ ଖୋଲା ସମର୍ଥନ କରିଥିଲା ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।