ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା: ୧୦ ମୃତ, ୧୦ ଗୁରୁତର

ଲକ୍ଷ୍ନୌ: ଏକ ମିନି ବସ୍ ଓ କ୍ୟାଣ୍ଟର ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ଘଟଣାଟି ଘଟିଛି ଉତ୍ତର ପ୍ରଦେଶର ମୁରାଦାବାଦ ଜିଲ୍ଲାରେ। ଆଜି ସକାଳ ପ୍ରାୟ ୮ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ବସ୍‌ଟି ବିଲାରୀରୁ ମୁରାଦାବାଦ ଆସୁଥିଲା।  ମୁରାଦାବାଦ-ଆଗ୍ରା ରାଜପଥର ମାନପୁର ଗାଁ ନିକଟରେ ଦୁର୍ଘଟଣା ଘଟିଥିଲା। ମୃତକଙ୍କ ମଧ୍ୟରୁ ଅଧିକାଂଶ ବିଲାରୀ ଥାନା ଅଞ୍ଚଳର ବୋଲି କୁହାଯାଉଛି। […]

accident

Jitendra Garnayak
  • Published: Saturday, 30 January 2021
  • , Updated: 01 February 2021, 01:37 PM IST

ଲକ୍ଷ୍ନୌ: ଏକ ମିନି ବସ୍ ଓ କ୍ୟାଣ୍ଟର ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ଘଟଣାଟି ଘଟିଛି ଉତ୍ତର ପ୍ରଦେଶର ମୁରାଦାବାଦ ଜିଲ୍ଲାରେ।

ଆଜି ସକାଳ ପ୍ରାୟ ୮ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ବସ୍‌ଟି ବିଲାରୀରୁ ମୁରାଦାବାଦ ଆସୁଥିଲା।  ମୁରାଦାବାଦ-ଆଗ୍ରା ରାଜପଥର ମାନପୁର ଗାଁ ନିକଟରେ ଦୁର୍ଘଟଣା ଘଟିଥିଲା। ମୃତକଙ୍କ ମଧ୍ୟରୁ ଅଧିକାଂଶ ବିଲାରୀ ଥାନା ଅଞ୍ଚଳର ବୋଲି କୁହାଯାଉଛି।

ଦୁର୍ଘଟଣା ପରେ ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କାର୍ଯ୍ୟ କରାଯାଇଥିଲା। ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନା ପଠାଯାଇଥିଲା। କୁହୁଡ଼ି ଯୋଗୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ବରିଷ୍ଠ ପୁଲିସ୍ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି। 

ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାର ଲୋକଙ୍କୁ ୨ ଲକ୍ଷ ଟଙ୍କା ଲେଖାଏ ଦେବାକୁ ଘୋଷଣା କରିଛନ୍ତି। ସେହିପରି ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏ ଦେବାକୁ କହିଛନ୍ତି। ତା’ସହିତ ଆହତମାନଙ୍କୁ ମାଗଣାରେ ଚିକିତ୍ସା ସେବା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

 

Related story