ନୂଆଦିଲ୍ଲୀ: ପାକିସ୍ତାନର କରାଚିରେ ବିସ୍ଫୋରଣ ଘଟି ଅନୁନ୍ୟ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ କାଧିକ ଆହତ ହୋଇଥିବା ସୂଚନା ମିଳିଛି। ଶନିବାର ପାକିସ୍ତାନର କରାଚି ସହରରେ ଏହି ବିସ୍ଫୋରଣ ଘଟିଛି। ଏନେଇ ସ୍ଥାନୀୟ ଗଣମାଧ୍ୟମରେ ପ୍ରକାଶ ପାଇଛି। ରିପୋର୍ଟରେ ଦର୍ଶାଯାଇଛି ଯେ, କରାଚିର ଶେରଶାହା ଅଞ୍ଚଳରେ ପାରାଚା ଚୌକ ନିକଟ ଏକ ଘରୋଇ ବ୍ୟାଙ୍କ ପାଖ ଡ୍ରେନ୍ରେ ଏହି ବିସ୍ଫୋରଣ ଘଟିଛି।
ଘଟଣାସ୍ଥଳରେ ପୁଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି। ବ୍ୟାଙ୍କକୁ ଖାଲି କରିବା ପାଇଁ କୁହାଯାଇଛି। ଉକ୍ତ ଡ୍ରେନ୍ ଦେଇ ଗ୍ୟାସ୍ ପାଇପ ଯାଇଥିବାରୁ କୌଣସି କାରଣରୁ ଲିକ୍ ହୋଇ ବିସ୍ଫୋରଣ ହୋଇଥିବା ସନ୍ଦେହ କରାଯାଉଛି। ବିସ୍ଫୋରଣ ପରେ ଘଟଣାସ୍ଥଳରେ କିଛି ଲୋକ ଫସିଥିବା କୁହାଯାଉଛି। ସୋସିଆଲ ମିଡିଆରେ ବୁଲୁଥିବା ଫଟୋରେ ବିସ୍ଫୋରଣ ଯୋଗୁ ଏକ କୋଟା ଭାଙ୍ଗିଯାଇ ଥିବା ଲକ୍ଷ୍ୟ କରାଯାଇଛି ।
ତେବେ ପ୍ରାଥମିକ ପର୍ଯ୍ୟାୟରେ ଡ୍ରେନ୍ ସଫା କରି ଦୁର୍ଘଟଣାର କାରଣ ଅନୁସନ୍ଧାନ କରାଯିବ ବୋଲି ସ୍ଥନୀୟ ଅଧିକାରୀ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସମଲିଙ୍ଗୀ ବିବାହ: ବଡ଼ ନିଷ୍ପତ୍ତି ନେଲେ ସୁପ୍ରିମକୋର୍ଟ
ପୁନଃ ସମୀକ୍ଷା କରିବାକୁ ହୋଇଥିବା ଏକାଧିକ ଆବେଦନକୁ ମଧ୍ୟ ଆଜି ସର୍ବୋଚ୍ଚ ଅଦାଲତ ଅଗ୍ରାହ୍ୟ କରିଦେଇଛନ୍ତି। ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ୨୦୨୩ରେ ସର୍ବୋଚ୍ଚ ନ୍ୟାୟଳୟ ସଫା ସଫା ମନା କରିଦେଇଥିଲେ।
National
‘ଆମର ଅଧା କାହାଣୀ’ ଲେଖି ଝୁଲି ପଡ଼ିଲେ ଯୁବକ
୬ ମାସ ତଳେ କୋର୍ଟରେ ବାହା ହୋଇଥିଲେ। ତଥାପି ଝିଅ ଘର ଲୋକ ଶାନ୍ତିରେ ବଞ୍ଚିବାକୁ ଦେଲେନି। ସମୟକ୍ରମେ ଝିଅ ମଧ୍ୟ ବଦଳିଗଲା। ଶେଷରେ କୌଣସି ଉପାୟ ନ ପାଇ ଜଣେ ୨୫ ବର୍ଷୀୟ ଯୁବକ ଜୀବନ ହାରି ଦେଇଛନ୍ତି।
National
ଭୁଶୁଡ଼ିଲା ପ୍ଲାଣ୍ଟର ସିଲୋ: ୪ ଶ୍ରମିକ ମୃତ, ଚାପି ହୋଇ ରହିଛନ୍ତି ଅନେକ
ସିଲୋ ହେଉଛି ଲୁହାରେ ତିଆରି ହୋଇଥିବା ବିରାଟକାୟ ସିଲଣ୍ଡର ଆକୃତିର ଷ୍ଟ୍ରକଚର। ଇଟା ଭାଟିରେ ଲାଗୁଥିବା ଚିମିନି ଭଳି ଏହା ଦେଖିବାକୁ।
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।
National
ଆପ୍ର ୫୮ରୁ ୩୨ ଓ ବିଜେପିର ୭ରୁ ୪ ବିଧାୟକଙ୍କ ନାଁରେ ରହିଛି ଗୁରୁତର ମାମଲା
ଦଳ ଦୃଷ୍ଟିରୁ ଦେଖିଲେ ଆପର ୫୮ ଜଣ ବିଧାୟକଙ୍କ ପାଖରେ ହାରାହାରି ୧୩.୩୯ କୋଟି ଟଙ୍କାର ସମ୍ପତ୍ତି ରହିଥିବାବେଳେ ବିଜେପିର ୭ ଜଣ ବିଧାୟକଙ୍କ ପାଖରେ ହାରାହାରି ୭ କୋଟି ୪୫ ଲକ୍ଷ ଟଙ୍କାର ସମ୍ପତ୍ତି ରହିଛି।