ସିକନ୍ଦ୍ରାବାଦ: ତେଲେଙ୍ଗାନାର ସିକନ୍ଦ୍ରାବାଦ ନିକଟରେ ଭୋଇଗୁଡ଼ାରେ ଏକ ସ୍କ୍ରାପ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଜୀବନ୍ତ ଦଗ୍ଦ ହୋଛନ୍ତି। ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ। ତେବେ ଏକାଧିକ ଦମକଳବାହିନୀ ନିଆଁ ଲିଭାଇବାରେ ନିୟୋଜିତ ଅଛନ୍ତି। ଗୋଡାଉନ୍ରେ ସର୍ଟସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ତେବେ ଘଟଣାର ତଦନ୍ତ କରାଯାଉଥିବା ପୁଲିସ କହିଛି।
ପୁଲିସ କହିବା ଅନୁଯାୟୀ, ୧୨ ଜଣ ଦାଦନ ଶ୍ରମିକ ଉକ୍ତ ଗୋଡାଉନ୍ରେ ଥିଲେ। ଏମାନଙ୍କ ଘର ବିହାରରେ । ତେବେ ସେମାନଙ୍କ ମଧ୍ୟରୁ ଜଣେ ଦୁଇ ମହଲା ବିଶିଷ୍ଟ ଉକ୍ତ ବିଲଡିଂରୁ ପ୍ରଥମ ମହଲାରୁ ଡେଇଁ ନିଜ ଜୀବନ ବଞ୍ଚାଇ ପାରିଛନ୍ତି।
ତାଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି। ଏଥିରେ ୧୧ ଜଣଙ୍କର ମୃତ୍ୟୁ ଘଟିଛି। ସଟସର୍କିଟରୁ ନିଆଁ ଲାଗିଥିବା ପୁଲିସ ସନ୍ଦେହ କରୁଛି। ତେବେ ଶବ ଗୁଡ଼ିକୁ ଉଦ୍ଧାର କରାଯାଇ ସେମାନଙ୍କ ପରିବାରକୁ ହସ୍ତାନ୍ତର କରାଯିବ ବୋଲି ପୁଲିସ କହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
ପ୍ରବଳ ଥଣ୍ଡା, ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ସ୍କୁଲ ଛୁଟି
ପ୍ରବଳ ଥଣ୍ଡା ସାଙ୍ଗକୁ ଘନ କୁହୁଡ଼ି ଅନୁଭୂତ ହେଉଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ସ୍କୁଲ ଛୁଟି ଘୋଷଣା କରିଛନ୍ତି।
National
ଆଶ୍ଚର୍ଯ୍ୟ! ଡାକ୍ତର ଘୋଷଣା କରିଥିଲେ ମୃତ, କିନ୍ତୁ ଜୀବନ ଫେରାଇ ଦେଲା ହମ୍ପସ
ଡାକ୍ତରଙ୍କ ଦ୍ୱାରା ମୃତ ଘୋଷିତ ହୋଇଥିବା ଜଣେ ବୃଦ୍ଧ ଘଟଣାକ୍ରମରେ ଜୀବିତ ଅବସ୍ଥାରେ ହସ୍ପିଟାଲରୁ ବାହାରିଛନ୍ତି।
National
ବାହା ହେବା ନିଶାରେ ଭାରତରୁ ପାକିସ୍ତାନ ପଳାଇଲେ, କିନ୍ତୁ...
ଯେଉଁ ଅନାଲାଇନ ବନ୍ଧୁଙ୍କୁ ବାହା ହେବାକୁ ଯୁବକ ଜଣଙ୍କ ଏତେ ରିସ୍କ ନେଇଥିଲେ, ସେ ନିଜେ ହିଁ ତାଙ୍କ ବାହାଘର ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରି ଦେଇଛନ୍ତି।
Crime
ପୁଲିସ ଉପରେ ଗାଡି ଚଢ଼ାଇ ଚମ୍ପଟ ମାରିଲେ ଗଞ୍ଜେଇ ଗ୍ୟାଙ୍ଗ; ଦେଖନ୍ତୁ ଭିଡିଓ
ପୂର୍ବରୁ ସୂଚନା ପାଇ ଗଞ୍ଜେଇ ଗ୍ୟାଙ୍ଗକୁ ଧରିବା ପାଇଁ ଟୋଲ ପ୍ଲାଜାରେ ଅଟକାଇଥିଲା ପୁଲିସ। ଗାଡ଼ି ଚଢ଼ାଇ ଫେରାର୍ ହୋଇଗଲେ ଗଞ୍ଜେଇ ମାଫିଆ।
Crime
ପଡ଼ୋଶୀଙ୍କୁ ହତ୍ୟା କଲେ ବାପ-ପୁଅ, କଟା ମୁଣ୍ଡ ଧରି ଥାନାରେ ପହଞ୍ଚିଲେ
ସୁରେଶଙ୍କ ଝିଅ ଫେରାର ହେବା ପଛରେ ରାମଚନ୍ଦ୍ରଙ୍କ ହାତ ଥିବା ଆଶଙ୍କାରେ ତାଙ୍କୁ ବାପ-ପୁଅ ମାରି ଦେଇଛନ୍ତି।