ଗୁଜରାଟରେ ପୁଣି ୨ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ, ଭାରତରେ ସଂଖ୍ୟା ୨୫ ଛୁଇଁଲା

ଅହମଦାବାଦ: ପୁଣିଥରେ ଗୁଜରାଟରୁ ଚିହ୍ନଟ ହୋଇଛି ମହାମାରୀ କରୋନାର ମାରାତ୍ମକ ଓମିକ୍ରନ ଭାରିଏଣ୍ଟ। ଆଜି ୨ ଜଣଙ୍କ ଶରୀରରୁ ଏହି ଭାରିଏଣ୍ଟ ଠାବ ହେବା ପରେ ସମସ୍ତଙ୍କ ମନରେ ଛନକା ପଶିଛି। ପୂର୍ବରୁ ଗୁଜରାଟର ଜାମନଗରରୁ ଜଣେ ଜିମ୍ବାୱେ ଫେରନ୍ତା ଓମିକ୍ରନରେ ଆକ୍ରାନ୍ତ ହୋଇଥିଲେ। ଏବେ ଚିହ୍ନଟ ହୋଇଥିବା ଦୁଇ ଜଣଙ୍କୁ ମିଶାଇ ଭାରତରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ଛୁଇଁଛି। ଡିସେମ୍ବର ୪ରେ ଜିମ୍ବାୱେରୁ ଫେରିଥିବା ବ୍ୟକ୍ତି ଓମିକ୍ରାନରେ ଆକ୍ରାନ୍ତ ଥିବା ଜଣାପଡ଼ିବା ପରେ କଣ୍ଟାକ୍ଟ […]

Omicron2

Omicron2

Hemant Lenka
  • Published: Friday, 10 December 2021
  • Updated: 10 December 2021, 03:26 PM IST

Sports

Latest News

ଅହମଦାବାଦ: ପୁଣିଥରେ ଗୁଜରାଟରୁ ଚିହ୍ନଟ ହୋଇଛି ମହାମାରୀ କରୋନାର ମାରାତ୍ମକ ଓମିକ୍ରନ ଭାରିଏଣ୍ଟ। ଆଜି ୨ ଜଣଙ୍କ ଶରୀରରୁ ଏହି ଭାରିଏଣ୍ଟ ଠାବ ହେବା ପରେ ସମସ୍ତଙ୍କ ମନରେ ଛନକା ପଶିଛି। ପୂର୍ବରୁ ଗୁଜରାଟର ଜାମନଗରରୁ ଜଣେ ଜିମ୍ବାୱେ ଫେରନ୍ତା ଓମିକ୍ରନରେ ଆକ୍ରାନ୍ତ ହୋଇଥିଲେ। ଏବେ ଚିହ୍ନଟ ହୋଇଥିବା ଦୁଇ ଜଣଙ୍କୁ ମିଶାଇ ଭାରତରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ଛୁଇଁଛି।

ଡିସେମ୍ବର ୪ରେ ଜିମ୍ବାୱେରୁ ଫେରିଥିବା ବ୍ୟକ୍ତି ଓମିକ୍ରାନରେ ଆକ୍ରାନ୍ତ ଥିବା ଜଣାପଡ଼ିବା ପରେ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଥିଲା। ଏହି ସମୟରେ ଚିହ୍ନଟ ହୋଇଥିବା ଲୋକଙ୍କ ମଧ୍ୟରୁ ୨ ଜଣଙ୍କ ଶରୀରରୁ ଓମିକ୍ରନ ଠାବ ହୋଇଛି। ଜେନୋମ ସିକ୍ୱେନ୍ସିଂ ପରେ ଏପରି ରିପୋର୍ଟ ଆସିଛି। ଏବେ ପ୍ରଶାସନ ଉଭୟଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବା ସହ ସମସ୍ତ ପ୍ରକାରର ଚିକିତ୍ସା ସେବା ଯୋଗାଇ ଦେଇଛି। ଉଭୟ ସଂପୂର୍ଣ୍ଣ ସୁସ୍ଥ ଥିବା ମଧ୍ୟ ଜଣାପଡ଼ିଛି।

ଜିମ୍ବାୱେ ଫେରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ମୋଟ ୧୦ ଜଣଙ୍କୁ ପ୍ରଶାସନ ଚିହ୍ନଟ କରି କ୍ୱାରେଣ୍ଟିନ କରିଥିଲା। ଏହାପରେ ସେମାନଙ୍କର ଟେଷ୍ଟ କରାଯାଇଥିଲା। ଗୁରୁବାର ଅର୍ଥାତ ଗତକାଲି କେନ୍ଦ୍ର ସରକାର ସଂସଦୀୟ ପ୍ୟାନେଲକୁ ଜଣାଇଥିଲେ ଯେ ଦେଶରେ ଏଯାଏ ମୋଟ ୨୩ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପ୍ରଶାସନ ସମସ୍ତଙ୍କ ସ୍ୱାସ୍ଥ୍ୟାବସସ୍ଥା ଉପରେ ନଜର ରଖିଛି। କୌଣସି ବି ଓମିକ୍ରନ ଆକ୍ରାନ୍ତ ଗୁରୁତର ନଥିବା ମଧ୍ୟ କେନ୍ଦ୍ର ସରକାର ସ୍ପଷ୍ଟ କରିଥିଲେ।

ସୂଚନାଯୋଗ୍ୟ, ଦକ୍ଷିଣ ଆଫ୍ରିକାରେ ପ୍ରଥମେ ଚିହ୍ନଟ ହୋଇଥିବା ଓମିକ୍ରନ ଭାରିଏଣ୍ଟ ଏବେ ୫୭ରୁ ଅଧିକ ଦେଶକୁ ବ୍ୟାପିଲାଣି। ଓମିକ୍ରନର ସଂକ୍ରମଣ କ୍ଷମତା ଡେଲ୍ଟା ଠାରୁ ପ୍ରାୟ ୩ଗୁଣ ଅଧିକ। ତେଣୁ ଏହାକୁ ଦୃଷ୍ଟିରେ ରଖି ଏକାଧିକ ଦେଶ ବିମାନ ଯାତ୍ରାରେ କଟକଣା ଲଗାଉଛନ୍ତି।

ଭାରତ ସରକାର ମଧ୍ୟ କଟକଣା ଲଗାଇବାରେ ବିଳମ୍ବ କରିନାହାନ୍ତି। ଓମିକ୍ରନର ମୁକାବିଲା ପାଇଁ ବିଭିନ୍ନ ଅନ୍ତର୍ଜାତୀୟ ବିମାନବନ୍ଦରରେ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି। ସଂକ୍ରମଣ ପ୍ରବଣ ଦେଶ ବା ରିସ୍କ ରାଷ୍ଟ୍ରରୁ ଆସୁଥିବା ଲୋକମାନଙ୍କର କରୋନା ଟେଷ୍ଟ ବିମାନବନ୍ଦରରେ କରାଯାଉଛି। ସେମାନଙ୍କୁ ବାଧ୍ୟତାମୂଳକ କ୍ୱାରେଣ୍ଟିନରେ ରଖା ଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story