ଜମ୍ମୁ: ଶନିବାର ଜମ୍ମୁ କାଶ୍ମୀରରେ ନୋଶେରା-ସୁନ୍ଦରବାନୀ ସେକ୍ଟରରେ ଥିବା ଲାଇନ୍ ଅଫ୍ କଣ୍ଟ୍ରୋଲ୍ ନିକଟରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ଘଟି ୨ ଜଣ ସୈନିକଙ୍କ ମୃତ୍ୟୁ ଘଟିଛି। ଏଥିରେ ୩ ଜଣ ଆହତ ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ସେନା ପକ୍ଷରୁ ପାଟ୍ରୋଲିଂ କରାଯାଉଥିବା ବେଳେ ବିଛାଯାଇଥିବା ଲ୍ୟାଣ୍ଡମାଇନ୍ ଉପରେ ପାଦ ପଡ଼ିଯାଇଥିଲା।
ଫଳରେ ବିସ୍ଫୋରଣ ଘଟିଥିଲା। ଏଥିରେ ୨ ଜଣ ଯବାନ ସହିଦ ହୋଇଛନ୍ତି। ଆହତମାନଙ୍କୁ ସେନା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ପଡ଼ୋଶୀ ଶତ୍ରୁ ରାଷ୍ଟ୍ର ପକ୍ଷର ସେନା ପକ୍ଷରୁ ଏଭଳି ଲ୍ୟାଣ୍ଡମାଇନ୍ ବିଛାଯାଇଥିବା କୁହାଯାଇଛି। ନୋଶେରା-ସୁନ୍ଦରବାନୀ ସେକ୍ଟରରେ ଗତ ୩ ସପ୍ତାହ ଧରି ସେନା ପକ୍ଷରୁ ପାଟ୍ରୋଲିଂ କରାଯାଉଛି ।
ଏହାରି ଭିତରେ ପୁଞ୍ଚ ଜଙ୍ଗଲରେ ଲୁଚି ରହିଥିବା ଆତଙ୍କବାଦୀମାନେ ୨ ଜଣ ଅଫିସରଙ୍କ ସମେତ ୯ ଜଣ ଯବାନଙ୍କୁ ହତ୍ୟା କରିସାରିଲେଣି। ଗତ ୧୮ ବର୍ଷ ମଧ୍ୟରେ ଏହି ଅଞ୍ଚଳରେ ଏହା ହେଉଛି ସବୁଠୁ ବଡ଼ ଆତଙ୍କବାଦ ବିରୋଧୀ ଅପରେସନ୍ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।
National
‘ଅବିଭକ୍ତ ଭାରତ’ କାର୍ଯ୍ୟକ୍ରମ ପାଇଁ ପାକିସ୍ତାନ ଓ ବାଂଲାଦେଶକୁ ନିମନ୍ତ୍ରଣ
୧୮୭୫ ମସିହା ଜାନୁଆରୀ ୧୫ରେ ଭାରତୀୟ ପାଣିପାଗ ବିଭାଗ ସ୍ଥାପନ ହୋଇଥିଲା। ତେବେ ଏହାର ବହୁ ପୂର୍ବରୁ ପାଣିପାଗ ସମ୍ପର୍କରେ ତଥ୍ୟ ପାଇଁ ବିଭିନ୍ନ ମେସିନ ସ୍ଥାପନ କରାଯାଇଥିଲା।
Politics
ଶରଦ ପାୱାରଙ୍କ ମୁହଁରେ ଆରଏସଏସର ପ୍ରଶଂସା
ଆରଏସଏସ ପ୍ରତି ଏହାର ସଦସ୍ୟଙ୍କ ରହିଥିବା ଉତ୍ସର୍ଗୀକୃତ ମନୋଭାବକୁ ସେ ସମସ୍ତଙ୍କ ପାଇଁ ଉଦାହରଣ ବୋଲି କହିଛନ୍ତି।
National
ସ୍କୁଲଗୁଡ଼ିକୁ ବୋମା ଧମକ ମିଳିବା ପଛରେ ଦ୍ୱାଦଶ ଶ୍ରେଣୀ ଛାତ୍ର
ପିଲାଟି ପ୍ରାୟ ୨୩ ଥର ବିଭିନ୍ନ ସ୍କୁଲକୁ ଇ-ମେଲ ଯୋଗେ ବୋମା ଧମକ ଦେଇଥିଲା। କେବଳ ନିଜ ସ୍କୁଲକୁ ଛାଡ଼ି ଆଉ ସବୁ ସ୍ଥାନକୁ ସେ ଧମକପୂର୍ଣ୍ଣ ଇ-ମେଲ ପଠାଉଥିଲା। ଏବେ ତା’ର କାଉନସିଲିଂ ଚାଲିଥିବା ଡିସିପି ଚୌହାନ ସୂଚନା ଦେଇଛନ୍ତି।