ନୂଆଦିଲ୍ଲୀ: ହିମାଚଳ ପ୍ରଦେଶ ନିର୍ବାଚନ ପୂର୍ବରୁ ହିଁ କଂଗ୍ରେସକୁ ଝଟ୍କା। ରାଜ୍ୟ କଂଗ୍ରେସ କମିଟିର ପୂର୍ବତନ ସାଧାରଣ ସମ୍ପାଦକ ଧରମପାଲ ଠାକୁର ଖାଣ୍ଡଙ୍କ ସମେତ ୨୬ ଜଣ କଂଗ୍ରେସ ନେତା ହାତ ଛାଡି ବିଜେପିରେ ସାମିଲ ହୋଇଛନ୍ତି। ଯାହା କଂଗ୍ରେସ ପାଇଁ ଚିନ୍ତାର କାରଣ ପାଲଟିଛି।
କଂଗ୍ରେସର ସମସ୍ତ ନେତା ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ଓ ବିଜେପି ରାଜ୍ୟ ନିର୍ବାଚନ ପ୍ରଭାରୀ ସୁଧନ ସିଂହଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଛନ୍ତି। ଏହି ଅବସରରେ ଶିମଲାର ବିଜେପି ପ୍ରାର୍ଥୀ ସଞ୍ଜୟ ସୁଦ ମଧ୍ୟ ଉପସ୍ଥିତ ଥିଲେ।
ଏହାପୂର୍ବରୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ହିମାଚଳ ବିଧାନସଭା ନିର୍ବାଚନ ପୂର୍ବରୁ ଦଳର ବିଜୟୀ ହେବା ନେଇ ଆତ୍ମବିଶ୍ୱାସ ପ୍ରକାଶ କରିଛନ୍ତି। ରାଜ୍ୟର ସାଧାରଣ ଜନତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବିଶ୍ୱାସ କରୁଛନ୍ତି ବୋଲି କହିଥିଲେ।
ହିମାଚଳ ନିର୍ବାଚନକୁ ଆଉ ମାତ୍ର ଏକ ସପ୍ତାହରୁ କମ୍ ସମୟ ଅଛି। ଏଭଳି ସ୍ଥିତିରେ କଂଗ୍ରେସରୁ ଏତେ ସଂଖ୍ୟାରେ ନେତା ଦଳ ଛାଡିବା ଦଳ ଉପରେ ପ୍ରଭାବ ପକାଇପାରେ ବୋଲି କୁହାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସାଙ୍ଘାତିକ ଅଭିଯୋଗ: ୫ ବର୍ଷ ଯାଏ ୬୪ ଜଣ ମୋର ଯୌନ ଶୋଷଣ କରିଛନ୍ତି
ଏହି ମାମଲାରେ ପୁଲିସ ଏଯାଏ ୧୦ରୁ ଅଧିକ ଲୋକଙ୍କୁ ଗିରଫ କରିଛି।
National
ରାଜ୍ୟପାଳ ଲାଟ୍ ସାହେବ ପଦ ନୁହେଁ: ରଘୁବର
ଓଡ଼ିଶା ରାଜ୍ୟପାଳ ପଦରୁ ଅବ୍ୟାହତି ପରେ ଗତକାଲି ବିଧିବଦ୍ଧ ଭାବେ ରଘୁବର ଦାସ ପୁଣି ବିଜେପିରେ ସାମିଲ ହୋଇଛନ୍ତି।
National
ପ୍ରେମରୁ ଆରମ୍ଭ ହତ୍ୟାରେ ଶେଷ: ୬ ମାସ ହେବ ଫ୍ରିଜ୍ରେ ରଖିଥିଲା ଲିଭ୍ ଇନ୍ ପାର୍ଟନରଙ୍କ ଶବ
ସଞ୍ଜୟ ପାଟିଦାରଙ୍କ ସହିତ ପ୍ରେମିକା ପିଙ୍କି ପାଞ୍ଚ ବର୍ଷ ହେଲା ଲିଭ୍-ଇନ ସମ୍ପର୍କରେ ଥିଲେ। ସଞ୍ଜୟ ପୂର୍ବରୁ ବିବାହିତ ଥିଲା।
National
ସ୍ୱାମୀର ମୃତ୍ୟୁ ଖବର ଶୁଣି ଝୁଲି ପଡ଼ିଲେ ସ୍ତ୍ରୀ
ଶୁକ୍ରବାର ସନ୍ଧ୍ୟାରେ ଉଭୟ ବିଜୟ ଏବଂ ଶିବାନୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା।
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।