ମେଦିନପୁର: ରବିବାର ଅପରାହ୍ନରେ ପଶ୍ଚିମବଙ୍ଗର ପଶ୍ଚିମ ମେଦିନାପୁର ଜିଲ୍ଲାର ଜାତୀୟ ରାଜପଥରେ ଏକ ମମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ ସହ ଏକ ପ୍ରାଇଭେଟ ବସ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୩ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଏଥିସହ ୧୬ ଜଣ ଆହତ ହୋଇଛନ୍ତି। ଜଣେ ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁଯାୟୀ ଚନ୍ଦ୍ରକୋନା ରୋଡରୁ ଏକ ଘରୋଇ ବସ୍ ଗୋୱାଲ୍ଟୋର ଅଭିମୁଖେ ଯାଉଥିଲା। ବିପରୀତ ଦିଗରୁ ଏକ ମାଲବାହୀ ଟ୍ରକ୍ ଆସୁଥିଲା। ରାଜପଥରେ ଉଭୟେ ମୁହାଁମୁହିଁ ହୋଇଥିଲେ ଏବଂ ପ୍ରବଳ ବର୍ଷା ହୋଇଥିଲା। ଉଦ୍ଧାର କାର୍ଯ୍ୟ ଚାଲିଛି। ଗୁରୁତର ଆହତ ଲୋକଙ୍କୁ ଉଦ୍ଧାର କରାଯାଇ ଗାରବେଟା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅନ୍ୟ କିଛି ଆହତଙ୍କୁ ମେଦିନପୁର ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୂର୍ବତନ ଗୃହ ସଚିବ ଅଜୟ ଭଲ୍ଲା ମଣିପୁର ରାଜ୍ୟପାଳ
କେରଳ ଓ ବିହାର ରାଜ୍ୟପାଳଙ୍କୁ ଅଦଳବଦଳ କରାଯାଇଛି। କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କୁ ବିହାରକୁ ବଦଳି କରାଯାଇଥିବା ବେଳେ ବିହାର ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ କେରଳର ରାଜ୍ୟପାଳ କରାଯାଇଛି।
National
ମିଲିଟାରୀ ଅଞ୍ଚଳରୁ ମିଳିଲା ନିଖୋଜ ନାବାଳିକାଙ୍କ ମୃତଦେହ, ପରିବାର ଲୋକ ଆଣିଲେ ଦୁଷ୍କର୍ମ ଅଭିଯୋଗ
ଗତକାଲି ସନ୍ଧ୍ୟାରୁ ନାବାଳିକା ଜଣଙ୍କ ନିଖୋଜ ରହିଥିଲେ। ବାପା ମା’ ରାତି ତମାମ ନିଖୋଜ ଝିଅକୁ ଖୋଜିଥିଲେ ହେଁ କୌଣସି ପ୍ରକାରର ସୁଫଳ ପାଇ ନଥିଲେ।
National
୩୫୦ ଫୁଟ ତଳକୁ ଖସିଲା ସେନା ଗାଡ଼ି, ୫ ଯବାନ ମୃତ
ବର୍ତ୍ତମାନ ସୁଦ୍ଧା ୫ ଜଣ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆହତ ଯବାନମାନଙ୍କୁ ଉଦ୍ଧାର କରାଯାଇ ଏବେ ହସ୍ପିଟାଲରେ ଭର୍ତ୍ତି କରାଯାଉଛି।
Politics
ଅନାସ୍ଥା ପ୍ରସ୍ତାବକୁ ନେଇ ମୁହଁ ଖୋଲିଲେ ରାଜ୍ୟସଭା ଅଧ୍ୟକ୍ଷ: କହିଲେ- ବାଇପାସ ସର୍ଜରୀ ପାଇଁ ପରିବାର କଟା ଛୁରୀ
ଆଜି ପ୍ରଥମଥର ପାଇଁ ଉପ ରାଷ୍ଟ୍ରପତି ତଥା ରାଜ୍ୟସଭାର ଅଧ୍ୟକ୍ଷ ଜଗଦୀପ ଧନଖଡ଼ ଏହି ଅନାସ୍ଥା ପ୍ରସ୍ତାବ ଉପରେ ମୁହଁ ଖୋଲିଛନ୍ତି।
National
ଆମ୍ବେଦକର ବିବାଦ: ରଣକ୍ଷେତ୍ର ପାଲଟିଲା ପୌରପାଳିକାର ବୈଠକ
ନିକଟରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସମ୍ବିଧାନ ପ୍ରଣେତା ବିଆର ଆମ୍ବେଦକରଙ୍କ ସମ୍ପର୍କରେ କରିଥିବା ଟିପ୍ପଣୀ ପ୍ରସଙ୍ଗ ପୌରପାଳିକା ବୈଠକରେ ଉଠିଥିଲା।