ଗୌହାଟି: ଏକ ଝୁଲା ପୋଲ ଭୁଶୁଡ଼ି ପଡ଼ିବାରୁ ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ସ୍କୁଲ ପିଲା ମାନେ ପୋଲ ପାରି ହେଉଥିବା ବେଳେ ଏହି ଅଘଟଣ ଘଟିଛି। ଆସାମର କରିମଗଞ୍ଜରେ ଏହି ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଚଯାୟୀ, ସିଙ୍ଗଲା ନଦୀ ଉପରେ ଥିବା ଏହି ପୋଲଟି ଚେରାଗି ଅଞ୍ଚଳକୁ ଯୋଗାଯୋଗ କରୁଛି। ଦୀର୍ଘ ବହୁ ବର୍ଷ ଧରି ଛାତ୍ରଛାତ୍ରୀମାନେ ସ୍କଲ ଯିବାକୁ ଏହି ପୋଲ ଉପରେ ନିର୍ଭର କରୁଥିଲେ।
ସୋମବାର ସ୍କୁଲ ଛୁଟି ହେବା ପରେ ଛାତ୍ରଛାତ୍ରୀମାନେ ଏହି ପୋଲ ଦେଇ ଘରକୁ ଫେରୁଥିଲେ। ହଠାତ ପୋଲଟି ଭୁଶୁଡ଼ି ପଡ଼ିବାରୁ ଛାତ୍ରଉତତ୍ରୀମାନେ ନଦୀକୁ ଖସିପଡ଼ିଥିଲେ। ସ୍ଥାନୀୟ ଲୋକ ଘଟଣାସ୍ଥଳରେ ପହଞ୍ଚି ପିଲାମାନଙ୍କୁ ନଦୀରୁ ଉଦ୍ଧାର କରିଥିଲେ। ଏଥିରେ ପ୍ରାୟ ୩୦ ଜଣ ଛାତ୍ରଛାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।