ଲକ୍ଷ୍ନୌ: ଉତ୍ତରପ୍ରଦେଶ ଲକ୍ଷ୍ନୌରେ ଶନିବାର ଭୂମିକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂ-ବିଜ୍ଞାନୀ ସେଣ୍ଟର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଲକ୍ଷ୍ନୌଠାରୁ ୧୩୯ କିମି ଦୂର ଉତ୍ତର-ଉତ୍ତରପୂର୍ବ ଅଞ୍ଚଳରେ ଏହା ଅନୁଭୂତ ହୋଇଛି। ଗତକାଲି ରାତି ଗୋଟାଏ ୧୨ରେ ଏହି ପ୍ରାକୃତିକ ବିପର୍ଯ୍ୟୟ ଘଟିଥିଲା। ତେବେ ଏଥିରେ ବିଶେଷ କିଛି କ୍ଷୟକ୍ଷତି ହୋଇ ନାହିଁ। ଘର ଦ୍ୱାର, ସମ୍ପତ୍ତି ମଧ୍ୟ ନଷ୍ଠ ହୋଇ ନାହିଁ। ଭୂକମ୍ପର ତୀବ୍ରତା ୫.୨ ତୀବ୍ରତା ରେକର୍ଡ଼ କରାଯାଇଛି। ଲକ୍ଷ୍ନୌ ନଗରୀର ଉତ୍ତର-ଉତ୍ତରପୂର୍ବାଞ୍ଚଳ ଏହି ଭୂମିକମ୍ପଦ୍ୱାରା ପ୍ରଭାବିତ ହୋଇଥିବା ଅନୁମାନ କରାଯାଉଛି।
ଦି ନ୍ୟାସ୍ନାଲ୍ ସେଣ୍ଟର୍ ଫର୍ ସିସ୍ମୋଲୋଜି କହିଛି ଯେ, ୨୦ ତାରିଖ ରାତି ୧.୧୨ରେ ଭାରତର ଉତ୍ତର ପ୍ରଦେଶ ଅନ୍ତର୍ଗତ ଲକ୍ଷ୍ନୌର ୧୩୯ କିଲୋମିଟର୍ ଉତ୍ତର-ଉତ୍ତରପୂର୍ବରେ ଭୂଗର୍ଭର ୮୨ କିଲୋମିଟର୍ ଗଭୀରରେ ୫.୨ ତୀବ୍ରତାସମ୍ପନ୍ନ ଭୂମିକମ୍ପ ସଂଘଠିତ ହୋଇଛି। ଶୁକ୍ରବାର ୧୨.୫୫ରେ ଉତ୍ତରାଖଣ୍ଡର ପିଥୋରାଗଡ଼ ଅଞ୍ଚଳରେ ସଂଘଠିତ ୩.୬ ତୀବ୍ରତା ସମ୍ପନ୍ନ ଭୂମିକମ୍ପ ଯୋଗୁଁ ସେ ଅଞ୍ଚଳରେ ମୃଦୁ କମ୍ପନ ଅନୁଭୂତ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୂର୍ବତନ ଗୃହ ସଚିବ ଅଜୟ ଭଲ୍ଲା ମଣିପୁର ରାଜ୍ୟପାଳ
କେରଳ ଓ ବିହାର ରାଜ୍ୟପାଳଙ୍କୁ ଅଦଳବଦଳ କରାଯାଇଛି। କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କୁ ବିହାରକୁ ବଦଳି କରାଯାଇଥିବା ବେଳେ ବିହାର ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ କେରଳର ରାଜ୍ୟପାଳ କରାଯାଇଛି।
National
ମିଲିଟାରୀ ଅଞ୍ଚଳରୁ ମିଳିଲା ନିଖୋଜ ନାବାଳିକାଙ୍କ ମୃତଦେହ, ପରିବାର ଲୋକ ଆଣିଲେ ଦୁଷ୍କର୍ମ ଅଭିଯୋଗ
ଗତକାଲି ସନ୍ଧ୍ୟାରୁ ନାବାଳିକା ଜଣଙ୍କ ନିଖୋଜ ରହିଥିଲେ। ବାପା ମା’ ରାତି ତମାମ ନିଖୋଜ ଝିଅକୁ ଖୋଜିଥିଲେ ହେଁ କୌଣସି ପ୍ରକାରର ସୁଫଳ ପାଇ ନଥିଲେ।
National
୩୫୦ ଫୁଟ ତଳକୁ ଖସିଲା ସେନା ଗାଡ଼ି, ୫ ଯବାନ ମୃତ
ବର୍ତ୍ତମାନ ସୁଦ୍ଧା ୫ ଜଣ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆହତ ଯବାନମାନଙ୍କୁ ଉଦ୍ଧାର କରାଯାଇ ଏବେ ହସ୍ପିଟାଲରେ ଭର୍ତ୍ତି କରାଯାଉଛି।
Politics
ଅନାସ୍ଥା ପ୍ରସ୍ତାବକୁ ନେଇ ମୁହଁ ଖୋଲିଲେ ରାଜ୍ୟସଭା ଅଧ୍ୟକ୍ଷ: କହିଲେ- ବାଇପାସ ସର୍ଜରୀ ପାଇଁ ପରିବାର କଟା ଛୁରୀ
ଆଜି ପ୍ରଥମଥର ପାଇଁ ଉପ ରାଷ୍ଟ୍ରପତି ତଥା ରାଜ୍ୟସଭାର ଅଧ୍ୟକ୍ଷ ଜଗଦୀପ ଧନଖଡ଼ ଏହି ଅନାସ୍ଥା ପ୍ରସ୍ତାବ ଉପରେ ମୁହଁ ଖୋଲିଛନ୍ତି।
National
ଆମ୍ବେଦକର ବିବାଦ: ରଣକ୍ଷେତ୍ର ପାଲଟିଲା ପୌରପାଳିକାର ବୈଠକ
ନିକଟରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସମ୍ବିଧାନ ପ୍ରଣେତା ବିଆର ଆମ୍ବେଦକରଙ୍କ ସମ୍ପର୍କରେ କରିଥିବା ଟିପ୍ପଣୀ ପ୍ରସଙ୍ଗ ପୌରପାଳିକା ବୈଠକରେ ଉଠିଥିଲା।