Advertisment

ନକ୍ସଲ-ସୁରକ୍ଷାକର୍ମୀ ମୁହାଁମୁହିଁ, ୫ ଯବାନ ସହିଦ

ରାୟପୁର: ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁରରେ ନକ୍ସଲ-ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ଉଭୟଙ୍କ ମଧ୍ୟରେ ଜୋରଦାର ଗୁଳିବିନିମୟ ହୋଇଛି। ଗୁଳିବିନିୟମରେ ୫ ଜଣ ଯବାନ ସହିଦ ହୋଇଛନ୍ତି। ଏଥିସହ ୨୦ ଜଣ ସୁରକ୍ଷାକର୍ମୀ ଆହତ ହୋଇଥିବା ବେଳେ ୨ ଜଣ ନକ୍ସଲ ନିହତ ହୋଇଛନ୍ତି। ସୂଚନାଯୋଗ୍ୟ ଯେ, ଛତିଶଗଡ ବିଜାପୁର ଜିଲ୍ଲାର ଜାରେମ ଅଞ୍ଚଳରେ ଥିବା ସିଲେଗୁର ଜଙ୍ଗଲରେ ନକ୍ସଲମାନେ କ୍ୟାମ୍ପ୍ କରି ରହିଥିବା ଗୁଇନ୍ଦା ବିଭାଗରୁ ସୂଚନା ମିଳିଥିଲା । ଏହାପରେ କୋବ୍ରା ବଟାଲିଅନ୍‌,  ଡିଆରଜି ଓ […]

ଅଦ୍ୟତନ ହୋଇଛି
ନକ୍ସଲ-ସୁରକ୍ଷାକର୍ମୀ ମୁହାଁମୁହିଁ, ୫ ଯବାନ ସହିଦ

Naxal Encounter

Advertisment

ରାୟପୁର: ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁରରେ ନକ୍ସଲ-ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ଉଭୟଙ୍କ ମଧ୍ୟରେ ଜୋରଦାର ଗୁଳିବିନିମୟ ହୋଇଛି। ଗୁଳିବିନିୟମରେ ୫ ଜଣ ଯବାନ ସହିଦ ହୋଇଛନ୍ତି। ଏଥିସହ ୨୦ ଜଣ ସୁରକ୍ଷାକର୍ମୀ ଆହତ ହୋଇଥିବା ବେଳେ ୨ ଜଣ ନକ୍ସଲ ନିହତ ହୋଇଛନ୍ତି।

Advertisment

ସୂଚନାଯୋଗ୍ୟ ଯେ, ଛତିଶଗଡ ବିଜାପୁର ଜିଲ୍ଲାର ଜାରେମ ଅଞ୍ଚଳରେ ଥିବା ସିଲେଗୁର ଜଙ୍ଗଲରେ ନକ୍ସଲମାନେ କ୍ୟାମ୍ପ୍ କରି ରହିଥିବା ଗୁଇନ୍ଦା ବିଭାଗରୁ ସୂଚନା ମିଳିଥିଲା । ଏହାପରେ କୋବ୍ରା ବଟାଲିଅନ୍‌,  ଡିଆରଜି ଓ ସିଆରପିଏଫ ବାହିନୀର ଯବାନମାନେ ମିଳିତ ଭାବେ କମ୍ବିଂ ଅପରେସନ  କରିଥିଲେ ।

ଯବାନଙ୍କୁ ଦେଖି ନକ୍ସଲମାନେ ଗୁଳି ଚାଳନା କରିବା ପରେ ଯବାନମାନେ ମଧ୍ୟ ପାଲଟା ଆକ୍ରମଣ କରିଥିଲେ ।  ଘଟଣାରେ ଡିଆରଜି ବାହିନୀର ୪ ଜଣ ଓ ସିଆରପିଏଫର ଜଣେ ଯବାନ ଆହତ ହୋଇଥିଲେ । ପରେ ସେମାନଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ୫ ଜଣ ଯବାନ ସହିଦ ହୋଇଥିବା ଜଣାପଡିଛି। ଏବେବି ସ୍ଥାନୀୟ ଅଞ୍ଚଳରେ ଗୁଳିବିନିମୟ ଜାରି ରହିଛି।

Advertisment

ପିଟିଆଇ ଦେଇଥିବା ସୂଚନା ମୁତାବକ, ଏହି ଗୁଳି ବିନିମୟରେ କେତେକ ସୁରକ୍ଷାକର୍ମୀ ଆହତ ମଧ୍ୟ ହୋଇଛନ୍ତି। ଏଥିସହ ଦୁଇ ଜଣ ନକ୍ସଲ ନିହତ ହୋଇଛନ୍ତି। ସେଥିରେ ଜଣେ ମହିଳା ନକ୍ସଲ ଥିବା ସୂଚନା ମିଳିଛି।

Naxal Attack Police Encounter
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe