Advertisment

ଦେଶରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଭାରତରେ ଗୋଟିଏ ଦିନରେ ୮୬,୪୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୋଟିଏ ଦିନରେ ଦେଶରେ ଏତେ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେବାରେ ଏହା ଏକ ରେକର୍ଡ। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦ ଲକ୍ଷ ପାର ହୋଇଯାଇଛି। ବର୍ତ୍ତମାନ ସୁଦ୍ଧା ଦେଶରେ ୪୦,୨୩,୧୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୧,୦୭,୨୨୩ ସୁସ୍ଥ ହୋଇସାରିଛନ୍ତି। ୮,୪୬,୩୯୫ ଚିକିତ୍ସାଧୀନ ଅଛନ୍ତି। […]

author-image
Jitendra Garnayak
ଅଦ୍ୟତନ ହୋଇଛି
ରେକର୍ଡ଼ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ, ଆଗରେ ଖୋର୍ଦ୍ଧା

corona-3.1

ନୂଆଦିଲ୍ଲୀ: ଭାରତରେ ଗୋଟିଏ ଦିନରେ ୮୬,୪୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୋଟିଏ ଦିନରେ ଦେଶରେ ଏତେ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେବାରେ ଏହା ଏକ ରେକର୍ଡ। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦ ଲକ୍ଷ ପାର ହୋଇଯାଇଛି।

Advertisment

ବର୍ତ୍ତମାନ ସୁଦ୍ଧା ଦେଶରେ ୪୦,୨୩,୧୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୧,୦୭,୨୨୩ ସୁସ୍ଥ ହୋଇସାରିଛନ୍ତି। ୮,୪୬,୩୯୫ ଚିକିତ୍ସାଧୀନ ଅଛନ୍ତି।

ସେହିପରି କରୋନାରେ ଆଉ ୧,୦୮୯ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୬୯,୫୬୧ରେ ପହଞ୍ଚିଯାଇଛି।

Advertisment
Corona Cases In India Corona Report