ଚେନ୍ନାଇ: ଜୀବନ ହାରିଲେ ବାୟୁ ସେନା ଯବାନ। ନିଜ ସର୍ଭିସ ରାଇଫଲରୁ ଗୁଳି କରି ନିଜେ ଆତ୍ମହତ୍ୟା କରିଛନ୍ତି। ୨୨ ବର୍ଷୀୟ ଯବାନ ଜଣକ ଚେନ୍ନାଇର ଆଭାଡି ବାୟୁ ସେନା ବେସ୍ରେ ଚାକିରି କରିଥିଲେ। ଗୁରୁବାର ଭୋରୁ ୪ଟାରେ ଏହି ଘଟଣା ଘଟିଛି। ଆତ୍ମହତ୍ୟା କରିଥିବା ଯଚବାନ ଜଣକ ହେଉଛନ୍ତି ନିରବ ଚୌହାନ୍। ତେବେ ତାଙ୍କ ଆତ୍ମହତ୍ୟାର କରାଣ ଜଣାପଡ଼ି ନାହିଁ। ଗତ ଅଗଷ୍ଟ ୨୧ରେ ତାଲିମ ସରିବା ପରେ ନିରବ ଆଭାଡି ବାୟୁସେନା ବେସ୍ରେ ନିଯୁକ୍ତ ହୋଇଥିଲେ। ବୁଧବାର ନିରବ ଉକ୍ତ ବିମାନ ବେସ୍ର ଗେଟ୍ରେ ଗାର୍ଡ଼ ଡ୍ୟୁଟି ଦାଇତ୍ୱରେ ଥିଲେ। ତେବେ ରାତି ୪ଟାରେ ସେ ନିଜ ସର୍ଭିସ ବନ୍ଧୁକରେ ଆତ୍ମହତ୍ୟା କରିଛନ୍ତି। ବାୟୁସେନାର ତାଙ୍କ ସହଯୋଗୀମାନେ ତାଙ୍କୁ ମେଡିକାଲ ନେଇଥିଲେ। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୁଥିଲାପେଟ ପୁଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି। କେଉଁ ପରିସ୍ଥତିରେ ନିରବ ଏଭଳି ଚରମ ନିଷ୍ପତ୍ତି ନେଲେ ତାକୁ ନେଇ ତଦନ୍ତ ଆରମ୍ଭ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
୬ ଦିନିଆ ଆମେରିକା ଗସ୍ତରେ ଯିବେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର
ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ଶାସନକୁ ଫେରିବା ପରେ ଏହା କୌଣସି ଭାରତୀୟ ମନ୍ତ୍ରୀଙ୍କ ପ୍ରଥମ ଆମେରିକା ଗସ୍ତ। ଦ୍ୱିପାକ୍ଷିକ ସମ୍ପର୍କ ସହିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଆଞ୍ଚଳିକ ଓ ବୈଶ୍ୱିକ ପ୍ରସଙ୍ଗ ଉପରେ ହେବ ଆଲୋଚନା।
National
ବଢ଼ିଲା ଅଲ୍ଲୁ ଅର୍ଜୁନଙ୍କ ଅଡ଼ୁଆ, ପୁଲିସ କଲା ସମନ
ଆସନ୍ତାକାଲି ଦିନ ୧୧ଟାରେ ଥାନାରେ ହାଜର ହେବାକୁ ତାଙ୍କୁ କୁହାଯାଇଛି।
National
ହାଇକୋର୍ଟଙ୍କ ସାଂଘାତିକ ରୁଲିଂ: ମୃତଦେହ ସହ ସେକ୍ସ କରିବା ଦୁଷ୍କର୍ମ ନୁହେଁ
ଜଣେ ନାବାଳିକାଙ୍କ ମୃତଦେହ ସହ ଦୁଷ୍କର୍ମ କରିବା ଅଭିଯୋଗରେ ନୀଲୁ ନାଗେଶ ନିକଟରେ ତଳ କୋର୍ଟରେ ଦୋଷମୁକ୍ତ ହୋଇଥିଲେ।
National
୫୦ ଲକ୍ଷ ଟଙ୍କା ଦେଲେ ପୁଷ୍ପା-୨ ନିର୍ମାତା; ଅଲ୍ଲୁ ଅର୍ଜୁନ ଦାୟୀ ନୁହନ୍ତି କହିଲେ ମୃତକଙ୍କ ସ୍ୱାମୀ
ଥାନାରେ କରିଥିବା ଅଭିଯୋଗ ମଧ୍ୟ ଉଠାଇନେବାକୁ ପ୍ରସ୍ତୁତ ଥିବା କହିଛନ୍ତି ମୃତ ମହିଳାଙ୍କ ସ୍ୱାମୀ। ପୁଅ ୨୦ ଦିନ ହେଲା କୋମାରେ, କିଛି ଜାଣିପାରୁନି।
National
ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଜଷ୍ଟିସ ଭି.ରାମସୁବ୍ରମଣ୍ୟମ
ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଭି. ରାମସୁବ୍ରମଣ୍ୟମଙ୍କୁ ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଜଷ୍ଟିସ ଅରୁଣ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଚଳିତବର୍ଷ ଜୁନ ୧ରେ ଶେଷ ହୋଇଥିଲା।