ଜୟପୁର: ଉଦୟପୁର ଟ୍ରେଲର କହ୍ନେୟାଲାଲ ହତ୍ୟାକାଣ୍ଡ ଘଟଣାରେ ଏନଆଇଏ ଶନିବାର ସପ୍ତମ ଅଭିଯୁକ୍ତକୁ ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ଫରାଦ ମହ୍ମଦ ସେଖ୍(୩୧)। ତାଙ୍କ ଘର ଉଦୟପୁରରେ । ଉଦୟପୁର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ରିୟାଜ୍ଙ୍କର ଫରାଦ ଘନିଷ୍ଟ ସହଯୋଗୀ ବୋଲି ଏନଆଇଏ କହିଛି। ପୂର୍ବରୁ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଏନଆଇଏ। ତେବେ ଘଟଣାର ତଦନ୍ତ ଜାରି ରହିଥିବା ଏନଆଇଏ କହିଛି। ସୂଚନାଯୋଗ୍ୟ ଯେ, ରାଜସ୍ଥାନର ଉଦୟପୁରରେ ନୁପୁର ଶର୍ମାଙ୍କ ସମର୍ଥନରେ ଏକ ପୋଷ୍ଟ ଲେଖିଥିବାରୁ ଟେଲର କହ୍ନେୟାଲାଲ ତେଲିଙ୍କୁ ଗଳା କାଟି ହତ୍ୟା କରାଯାଇଥିଲା ।
ପୋଷାକ ସିଲେଇ କରିବା ବାହାନାରେ ଦୋକାନରେ ପ୍ରବେଶ କରିଥିବା ଦୁଇ ଅଭିଯୁକ୍ତ ଅପରାଧ ଘଟାଇବା ସମୟରେ ମଧ୍ୟ ଏକ ଭିଡିଓ କରିଛନ୍ତି। ଭିଡିଓରେ ଦୁଇଜଣ ହତ୍ୟାକାରୀ ନିଜ ହାତରେ ଖଣ୍ଡା ଧରି ହସି ହସି ହତ୍ୟା କରିଥିବାର ସ୍ୱୀକାର ମଧ୍ୟ କରିଥିଲେ। ଏହି ଘଟଣା ପରେ ଅଭିଯୁକ୍ତମାନେ ଘଟଣାର ଭିଡିଓ ଜାରି କରିଥିଲେ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଧ୍ୟ ଧମକ ଦେଇଥିଲେ, ଯାହାକି ସାରା ଦେଶରେ ଚାଞ୍ଚଲ୍ୟ ଖେଳାଇ ଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମଝି ସମୁଦ୍ରରେ ବୁଡ଼ିଲା ଯାତ୍ରୀବାହୀ ଡ଼ଙ୍ଗା, ଜଣେ ମୃତ, ୨୦ ଉଦ୍ଧାର
ଦୁର୍ଘଟଣାରେ ଜଣେ ୫୪ ବର୍ଷୀୟ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୨୦ ଜଣଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।
National
ଆସାମରୁ ଗିରଫ ହେଲେ ଆଉ ୨ ଦୁଇ ବାଂଲାଦେଶୀ ଆତଙ୍କୀ
ଏହାପୂର୍ବରୁ ଆସାମ, ପଶ୍ଚିମବଙ୍ଗ ଓ କେରଳରୁ ୮ ଜଣ ଏବିଟି ସଦସ୍ୟ ଗିରଫ ହୋଇଥିଲେ। ସେମାନଙ୍କୁ ଜେରା କରାଯିବା ବେଳେ ଅବଦୁଲ ଓ ମୀର୍ଦ୍ଧା ସମ୍ପର୍କରେ ସୂଚନା ମିଳିଥିଲା।
Viral
ଅସୁସ୍ଥ ପତ୍ନୀଙ୍କ ପାଇଁ ନେଲେ VRS, କିନ୍ତୁ ବିଦାୟ ସମ୍ବର୍ଦ୍ଧନା ବେଳେ ଆଖି ବୁଜିଲେ ପତ୍ନୀ
କ୍ୟାମେରାକୁ ଚାହିଁ ହସୁଥିଲେ। ବେକରେ ଥିଲା ବିରାଟ ଗେଣ୍ଡୁମାଳ। କିଛି ଫୁଲ ମଧ୍ୟ ସେ ଧରିଥିଲେ। ସ୍ୱାମୀଙ୍କ ବିଦାୟୀ କାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ପାଇଁ ତାଙ୍କ ଚାରି ପାଖର ପରିବେଶ ବେଶ ଉତ୍ସବ ମୁଖର ଥିଲା। ସମସ୍ତେ ଖୁସି ହୋଇ କାର୍ଯ୍ୟକ୍ରମର ମଜା ନେଉଥିଲେ। କିନ୍ତୁ ...
National
ସଂସଦ ନିକଟରେ ନିଜକୁ ଜାଳି ଦେଲେ, ମିଳିଲା ଅଧା ପୋଡ଼ା ଚିଠି
ଘଟଣା ସ୍ଥଳରୁ ପୁଲିସ୍ ଦୁଇ ପୃଷ୍ଠାର ଅଧା ଲେଖା ଚିଠି ଠାବ କରିଛି। କିନ୍ତୁ ଏଥିରେ ଥିବା ବିଷୟବସ୍ତୁ ସମ୍ପର୍କରେ ଜଣାପଡ଼ି ନାହିଁ।
National
ଲିଫ୍ଟ ଦେଉଥିଲା, ଜୀବନ ନେଉଥିଲା: ୧୧ ଜଣଙ୍କୁ ମାରିବା ପରେ ଧରାପଡ଼ିଲା
ଜଣେ ମୃତକଙ୍କ ପୀଠରେ ଅଭିଯୁକ୍ତ ଜଣକ ପିଠିରେ ଧୋକା ବାଜ ବୋଲି ଲେଖିଥିଲା। ପୀଡ଼ିତ ଜଣଙ୍କ ପୂର୍ବତନ ସେନା କର୍ମଚାରୀ। ସେ ଗୋଟିଏ ଘରୋଇ ଫ୍ୟାକ୍ଟ୍ରୀରେ ସିକ୍ୟୁରିଟୀ ଗାର୍ଡ ଭାବେ କାମ କରୁଥିଲେ।