ଫତେଗଡ଼: ଉତ୍ତରପ୍ରଦେଶର ଫତେଗଡ ଜିଲ୍ଲା ଜେଲରେ ୨ ଜଣଙ୍କର ମୃତ୍ୟୁ ଘଟିବା ନେଇ ବିଚାରବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ସାଇଫାଇ ମେଡିକାଲ କଲେଜରେ ଡେଙ୍ଗୁରେ ଜଣେ କଏଦୀଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଜେଲରେ ସଂଘର୍ଷ ଘଟି ପ୍ରାଣ ହରାଇଛନ୍ତି। କଏଦୀମାନେ ସୁରକ୍ଷା କର୍ମୀଙ୍କ ଉପରକୁ ପଥର ଫିଙ୍ଗିବା ସହ ଫତେଗଡ ଜେଲରେ ନିଆଁ ଲଗାଇ ଦେଇଥିଲେ। ଏଥିରେ ୩୦ ଜଣ ଆହତ ହୋଇଥିବା ସୂଚନା ମିଳିଛି।
ସାଇଫାଇ ମେଡିକାଲ କଲେଜରେ ଡେଙ୍ଗୁରେ ଜଣକର ମୃତ୍ୟୁ ଖବର ଆସିବ ପରେ ଜେଲ ଅନ୍ତବାସୀ ଉତକ୍ଷିପ୍ତ ହୋଇପଡ଼ିଥିଲେ। ପରେ କଏଦୀମାନେ ପଥର ଫିଙ୍ଗିବା ଆରମ୍ଭ କରିଥିଲେ। ଏଥିସହ ଜେଲରେ ନିଆଁ ମଧ୍ୟ ଲଗାଇ ଦେଇଥିଲେ। ଅଗ୍ନିଶମ ବାହିନୀ ଆସି ନିଆଁକୁ ଆୟତ୍ତ କରିଥିଲା। ପରିସ୍ଥିତି ନିୟନ୍ତ୍ରଣ କରିବା ପାଇଁ ପୁଲିସ ଫୋର୍ସ ନିୟୋଜିତ କରାଯାଇଥିଲା।
ଏସପି ଅଶୋକ କୁମାର ମୀନାଙ୍କ କହିବାନୁସାରେ, ପଥର ଫିଙ୍ଗିବା ଘଟଣାରେ ୩୦ ଜଣ ପୁଲିସ ଆହତ ହୋଇଛନ୍ତି। କିନ୍ତୁ ବର୍ତ୍ତମାନ ପରିସ୍ଥିତି ନିୟନ୍ତ୍ରଣରେ ରହିଛି। ଘଟଣାର ତଦନ୍ତ ଭାର କାନପୁର ଡିଆଇଜି ଭିପି ତ୍ରିପାଠୀଙ୍କୁ ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।
National
‘ଅବିଭକ୍ତ ଭାରତ’ କାର୍ଯ୍ୟକ୍ରମ ପାଇଁ ପାକିସ୍ତାନ ଓ ବାଂଲାଦେଶକୁ ନିମନ୍ତ୍ରଣ
୧୮୭୫ ମସିହା ଜାନୁଆରୀ ୧୫ରେ ଭାରତୀୟ ପାଣିପାଗ ବିଭାଗ ସ୍ଥାପନ ହୋଇଥିଲା। ତେବେ ଏହାର ବହୁ ପୂର୍ବରୁ ପାଣିପାଗ ସମ୍ପର୍କରେ ତଥ୍ୟ ପାଇଁ ବିଭିନ୍ନ ମେସିନ ସ୍ଥାପନ କରାଯାଇଥିଲା।
Politics
ଶରଦ ପାୱାରଙ୍କ ମୁହଁରେ ଆରଏସଏସର ପ୍ରଶଂସା
ଆରଏସଏସ ପ୍ରତି ଏହାର ସଦସ୍ୟଙ୍କ ରହିଥିବା ଉତ୍ସର୍ଗୀକୃତ ମନୋଭାବକୁ ସେ ସମସ୍ତଙ୍କ ପାଇଁ ଉଦାହରଣ ବୋଲି କହିଛନ୍ତି।
National
ସ୍କୁଲଗୁଡ଼ିକୁ ବୋମା ଧମକ ମିଳିବା ପଛରେ ଦ୍ୱାଦଶ ଶ୍ରେଣୀ ଛାତ୍ର
ପିଲାଟି ପ୍ରାୟ ୨୩ ଥର ବିଭିନ୍ନ ସ୍କୁଲକୁ ଇ-ମେଲ ଯୋଗେ ବୋମା ଧମକ ଦେଇଥିଲା। କେବଳ ନିଜ ସ୍କୁଲକୁ ଛାଡ଼ି ଆଉ ସବୁ ସ୍ଥାନକୁ ସେ ଧମକପୂର୍ଣ୍ଣ ଇ-ମେଲ ପଠାଉଥିଲା। ଏବେ ତା’ର କାଉନସିଲିଂ ଚାଲିଥିବା ଡିସିପି ଚୌହାନ ସୂଚନା ଦେଇଛନ୍ତି।