ହେଟସ୍ପିଚ୍‌ : ସମାଜବାଦୀ ପାର୍ଟି ନେତା ଆଜମ ଖାନଙ୍କୁ ୩ ବର୍ଷ ଜେଲ

ରାମପୁର: ଏକ ହେଟସ୍ପିଚ୍‌ ମାମଲାରେ ସମାଜବାଦୀ ପାର୍ଟି ନେତା ଆଜମ ଖାନ୍‌ ଆଜି ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଉତ୍ତରପ୍ରଦେଶର ଏକ କୋର୍ଟ ଆଜି ତାଙ୍କୁ ଦୋଷୀ ସାବ୍ୟସ୍ତ କରି ୩ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି । ଉତ୍ତରପ୍ରଦେଶର ରାମପୁରରେ ଘୃଣା ଓ ଉସକାଇଲା ଭଳି ଭାଷଣ ଦେଇଥିଲେ ଆଜମ ଖାନ୍। ତେବେ କୋର୍ଟ ଆଜି ତାଙ୍କୁ ଦଣ୍ଡାଦେଶ ଶୁଣାଇଛନ୍ତି। ୨୦୧୯ରେ ଆଜମଖାନ୍‌ଙ୍କ ବିରୋଧରେ ହେଟ ସ୍ପିଚ ଅଭିଯୋଗ ଆସିଥିଲା। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବିରୋଧରେ […]

azam khan

azam khan

Tapas Behera
  • Published: Thursday, 27 October 2022
  • Updated: 27 October 2022, 04:51 PM IST

ରାମପୁର: ଏକ ହେଟସ୍ପିଚ୍‌ ମାମଲାରେ ସମାଜବାଦୀ ପାର୍ଟି ନେତା ଆଜମ ଖାନ୍‌ ଆଜି ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଉତ୍ତରପ୍ରଦେଶର ଏକ କୋର୍ଟ ଆଜି ତାଙ୍କୁ ଦୋଷୀ ସାବ୍ୟସ୍ତ କରି ୩ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି । ଉତ୍ତରପ୍ରଦେଶର ରାମପୁରରେ ଘୃଣା ଓ ଉସକାଇଲା ଭଳି ଭାଷଣ ଦେଇଥିଲେ ଆଜମ ଖାନ୍। ତେବେ କୋର୍ଟ ଆଜି ତାଙ୍କୁ ଦଣ୍ଡାଦେଶ ଶୁଣାଇଛନ୍ତି। ୨୦୧୯ରେ ଆଜମଖାନ୍‌ଙ୍କ ବିରୋଧରେ ହେଟ ସ୍ପିଚ ଅଭିଯୋଗ ଆସିଥିଲା। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବିରୋଧରେ ଦେଇଥିବା ଆପତ୍ତିଜନକ ବୟାନ ପାଇଁ ଆଜମ ଖାନ୍‌ଙ୍କ ନାମରେ ମାମଲା ରୁଜୁ ହୋଇଥିଲା।

୨୦୧୯ ଏପ୍ରିଲ ୭ ତାରିଖରେ ରାମପୁରର ମହମ୍ମଦ ଆଜାମ ଖାନ ତାଙ୍କ ନିର୍ବାଚନ ସଭାରେ ଭାଷଣ ଦେବାବେଳେ  ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଥିଲେ। ତାଙ୍କର ଏହି ଭାଷଣ ବିରୋଧ ନିର୍ବାଚନ ଆୟୋଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ। ବିଜେପି ନେତା ଅଜୟ ସକ୍‌ସେନା ଏହାକୁ ନେଇ ଆଜମ ଖାନ୍‌ଙ୍କ ବିରୋଧରେ ଅଭିଯୋଗ କରିଥିଲେ। ଏଥିସହ ଆଜମ ଖାନ୍‌ଙ୍କ ବିରୋଧରେ ନିର୍ବାଚନ ଆୟୋଗର ଭିଡିଓ ଟିମ୍ ଇନ୍‌ଚାର୍ଜ ଦ୍ୱାରା ଏକ ଏଫ୍‌ଆଇର୍ ମଧ୍ୟ ରୁଜୁ କରାଯାଇଥିଲା। ଆଜି ଏହି ପ୍ରସଙ୍ଗରେ ନିଷ୍ପତ୍ତି ଶୁଣାଇଛନ୍ତି କୋର୍ଟ। ଆଜାମ ଖାନଙ୍କ ବିରୋଧରେ ହେଟ୍ ସ୍ପିଚ୍ ଦେବା ଓ ଘୃଣା ସୃଷ୍ଟି କରାଇବା ଭଳି ଗୁରୁତର ମାମଲା ରୁଜୁ କରାଯାଇଥିଲା।

ସେପଟେ ଯଦି  କୌଣସି ମାମଲାରେ ଦୋଷୀଙ୍କୁ ୨ ବର୍ଷ କିମ୍ବା ଏହାଠାରୁ ଅଧିକ ଜେଲ ଦଣ୍ଡ ହୁଏ ତେବେ ସେ ନିଜ ବିଧାୟକ ବା ଏମପି ପଦ ହରାଇବା ନେଇ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ସେହି ନିୟମ ଅନୁଯାୟୀ, ଆଜମ ଖାନ୍‌ଙ୍କୁ ୩ ବର୍ଷ ଜେଲ ହୋଇଥିବାରୁ ସେ ବିଧାନସଭା ପଦ ହରାଇ ପାରନ୍ତି।  ଆଜମ ଖାନ୍‌ଙ୍କ ବିରୋଧରେ ପ୍ରାୟ ୯୦ଟି ମାମଲା ରହିଛି।  ଏହି ମାମଲା ମଧ୍ୟରେ ଚୋରି ଓ ଦୁର୍ନୀତି ଆଦି ରହିଛି।

ଏକ ଠକେଇ ମାମଲାରେ ପୂର୍ବରୁ ସେ ଚଳିତ ବର୍ଷ ସୁପ୍ରିମକୋର୍ଟରୁ ବେଲ ପାଇଥିଲେ।  ୨୦୨୨ ମେ ୨୦ରେ ସେ ଜେଲରୁ ମୁକୁଲିଥିଲା। ଦୀର୍ଘ ୨୭ ମାସ ହେଲା ସେ ଜେଲରେ ଥିଲେ। ତାଙ୍କ ନାଁରେ ୮୮ଟି ମାମଲା ରୁଜୁ ହୋଇଥିଲା। କିନ୍ତୁ ସବୁ ମାମଲାରେ ତାଙ୍କୁ ଜାମିନ ମିଳିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story