Advertisment

ଆସନ୍ତାକାଲି ଭାରତ ବନ୍ଦ

ନୂଆଦିଲ୍ଲୀ: ଆସନ୍ତା କାଲି ଓ ତା’ପର ଦିନ ଭାରତ ବନ୍ଦ। ମାର୍ଚ୍ଚ ୨୮ ଓ ୨୯ରେ ଭାରତ ବନ୍ଦ ଡାକରା ଦେଇଛି ଟ୍ରେଡ୍‌ ୟୁନିୟନ୍‌। ଏହି ଭାରତ ବନ୍ଦକୁ ସଫଳ କରିବାକୁ ଆହ୍ୱାନ ଦିଆଯାଇଛି। କେନ୍ଦ୍ର ସରକାରଙ୍କ ନୀତିକୁ ବିରୋଧ କରି ଟ୍ରେଡ୍‌ ୟୁନିୟନ୍‌ ଏହି ଡାକରା ଦେଇଛି। ଏହି ଆନ୍ଦୋଳନରେ ବ୍ୟାଙ୍କ ୟୁନିୟନ ସାମିଲ ହେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଭାରତ ବନ୍ଦ ନେଇ ଦିଲ୍ଲୀରେ ଟ୍ରେଡ ୟୁନିୟନମାନଙ୍କ ତରଫରୁ ଏକ ବୈଠକ କରାଯାଇ ଆନ୍ଦୋଳନର […]

ଅଦ୍ୟତନ ହୋଇଛି
ଆସନ୍ତାକାଲି ଭାରତ ବନ୍ଦ

bharat-bandh

Advertisment

ନୂଆଦିଲ୍ଲୀ: ଆସନ୍ତା କାଲି ଓ ତା'ପର ଦିନ ଭାରତ ବନ୍ଦ। ମାର୍ଚ୍ଚ ୨୮ ଓ ୨୯ରେ ଭାରତ ବନ୍ଦ ଡାକରା ଦେଇଛି ଟ୍ରେଡ୍‌ ୟୁନିୟନ୍‌। ଏହି ଭାରତ ବନ୍ଦକୁ ସଫଳ କରିବାକୁ ଆହ୍ୱାନ ଦିଆଯାଇଛି। କେନ୍ଦ୍ର ସରକାରଙ୍କ ନୀତିକୁ ବିରୋଧ କରି ଟ୍ରେଡ୍‌ ୟୁନିୟନ୍‌ ଏହି ଡାକରା ଦେଇଛି। ଏହି ଆନ୍ଦୋଳନରେ ବ୍ୟାଙ୍କ ୟୁନିୟନ ସାମିଲ ହେବା ପାଇଁ ନିଷ୍ପତ୍ତି ନେଇଛନ୍ତି।

Advertisment

ଭାରତ ବନ୍ଦ ନେଇ ଦିଲ୍ଲୀରେ ଟ୍ରେଡ ୟୁନିୟନମାନଙ୍କ ତରଫରୁ ଏକ ବୈଠକ କରାଯାଇ ଆନ୍ଦୋଳନର ରୂପରେଖ ପ୍ରସ୍ତୁତ କରାଯାଇଛି। ଏନେଇ ଟ୍ରେଡ ୟୁନିୟନମାନେ କହିଛନ୍ତି, କେନ୍ଦ୍ର ସରକାରଙ୍କ କୃଷକ ମାରଣ, ଜନ ବିରୋଧୀ ଓ ରାଷ୍ଟ୍ର ବିରୋଧୀ ନୀତି, ଦେଶରେ ଅତ୍ୟାବଶ୍ୟକ ସାମଗ୍ରୀ ଉପରେ ଅହେତୁକ ଦରବୃଦ୍ଧି, ଇପିଏଫଧାରୀଙ୍କୁ ଜମା ଉପରେ ସୁଧହାର ହ୍ରାସ ବିରୋଧରେ ଏହି ବନ୍ଦ ଡାକରା ଦିଆଯାଇଛି।

କେନ୍ଦ୍ର ସରକାର ଯେଉଁଭଳି ଭାବେ ନୂତନ ଶ୍ରମକୋଡ୍‌ ଲାଗୁ କରି ସାଧାରଣ ଶ୍ରମିକମାନଙ୍କୁ ଶୋଷଣ କରିବାକୁ ଚେଷ୍ଟା କରିଛନ୍ତି। ବିଶେଷ ଭାବେ ଏହା ବିରୋଧରେ ଏହି ଆନ୍ଦୋଳନ ମୁଣ୍ଡ ଟେକିଛି ବୋଲି ଟ୍ରେଡ ୟୁନିୟନ ନେତାମାନେ କହିଛନ୍ତି। ଆନ୍ଦୋଳନକୁ ନିର୍ମାଣ ଶ୍ରମିକ, ବିଜୁଳି କର୍ମଚାରୀ, ଟ୍ରାନ୍ସପୋର୍ଟ କର୍ମଚାରୀ ସଂଘଗୁଡିକ ସମର୍ଥନ ଜଣାଇଛନ୍ତି।

Advertisment

ଏହାସହ ବ୍ୟାଙ୍କ ଓ ବୀମା ସହିତ ଜଡିତ କର୍ମଚାରୀ ସଂଘ, କୋଇଲା, ଇସ୍ପାତ, ତୈଳ, ଡାକ କର୍ମଚାରୀ ସଂଘ, ଦୂରସଂଚାର କର୍ମଚାରୀ ସଂଘ, ଆୟକର ବିଭାଗ କର୍ମଚାରୀ ସଂଘଗୁଡିକ ମଧ୍ୟ ଆନ୍ଦୋଳନକୁ ସମର୍ଥନ ଜଣାଇ ଦୁଇ ଦିନିଆ ଭାରତ ବନ୍ଦରେ ସାମିଲ ହେବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ବନ୍ଦକୁ ନେଇ ଷ୍ଟେଟ ବ୍ୟାଙ୍କ ମାର୍ଚ୍ଚ ୨୮-୨୯ରେ ବ୍ୟାଙ୍କ ସେବା ପ୍ରଭାବିତ ରହିବ ବୋଲି ନିଜ ଗ୍ରାହକଙ୍କୁ ସୂଚନା ଦେଇଛି।

ସେପଟେ ଏହି ଆନ୍ଦୋଳନକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟ ସରକାରମାନେ କଡା ସୁରକ୍ଷା ବ୍ୟବସ୍ଥା କରିଛନ୍ତି। ଆନ୍ଦୋଳନ ବେଳେ ହିଂସାକୁ ରୋକିବା, ଶାନ୍ତିପୂର୍ଣ୍ଣ ଭାବେ ଭାରତ ବନ୍ଦରେ ସାମିଲ ଥିବା ଲୋକ ଯେପରି ଆନ୍ଦୋଳନ କରିପାରିବେ ତାହା ଉପରେ ସ୍ୱତନ୍ତ୍ର ଦୃଷ୍ଟି ଦିଆଯାଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe