ରାଜ୍ୟ ବିଜେପି କାର୍ଯ୍ୟକାରିଣୀ ବୈଠକରେ ଯୋଗଦେଲେ ବୈଜୟନ୍ତ

ନୂଆଦିଲ୍ଲୀ: ରାଜ୍ୟ ବିଜେପିର କାର୍ଯ୍ୟକାରିଣୀ ବୈଠକ ଓ ଅନ୍ୟ କାର୍ଯ୍ୟକ୍ରମ ନେଇ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ଆସାମ ପ୍ରଭାରୀ ବୈଜୟନ୍ତ ପଣ୍ଡା ମଙ୍ଗଳବାର ତିନିଦିନିଆ ଆସାମ ଗସ୍ତ କରିଛନ୍ତି। ବୁଧବାର ଗୌହାଟୀରେ ଆସାମ ବିଜେପିର ଦୁଇଦିନିଆ ବିଶାଳ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶ୍ରୀ ପଣ୍ଡା ଯୋଗଦେଇ କାର୍ଯ୍ୟକାରିଣୀଙ୍କୁ ଉଦବୋଧନ ଦେଇ କହିଛନ୍ତି ଯେ ଦଳର ବୈଠକ ରାଜ୍ୟ ପାଇଁ ଏକ ନୂତନ ପ୍ରୟାସ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍ […]

baijayant-panda1

baijayant-panda1

Ranjit Kumar Jena
  • Published: Thursday, 23 September 2021
  • Updated: 23 September 2021, 06:24 PM IST

Sports

Latest News

ନୂଆଦିଲ୍ଲୀ: ରାଜ୍ୟ ବିଜେପିର କାର୍ଯ୍ୟକାରିଣୀ ବୈଠକ ଓ ଅନ୍ୟ କାର୍ଯ୍ୟକ୍ରମ ନେଇ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ଆସାମ ପ୍ରଭାରୀ ବୈଜୟନ୍ତ ପଣ୍ଡା ମଙ୍ଗଳବାର ତିନିଦିନିଆ ଆସାମ ଗସ୍ତ କରିଛନ୍ତି। ବୁଧବାର ଗୌହାଟୀରେ ଆସାମ ବିଜେପିର ଦୁଇଦିନିଆ ବିଶାଳ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶ୍ରୀ ପଣ୍ଡା ଯୋଗଦେଇ କାର୍ଯ୍ୟକାରିଣୀଙ୍କୁ ଉଦବୋଧନ ଦେଇ କହିଛନ୍ତି ଯେ ଦଳର ବୈଠକ ରାଜ୍ୟ ପାଇଁ ଏକ ନୂତନ ପ୍ରୟାସ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହ, ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବିଏଲ୍ ସନ୍ତୋଷଙ୍କ ମାର୍ଗଦର୍ଶନ ଓ ଆଶୀର୍ବାଦ ନେଇ ଏହି କାର୍ଯ୍ୟକାରିଣୀ ପ୍ରଧାନମନ୍ତ୍ରୀଙ୍କ ବିଭିନ୍ନ ଯୋଜନା ତଥା ଦଳର ବିଭିନ୍ନ କାର୍ଯ୍ୟକ୍ରମକୁ ତୃଣମୂଳ ସ୍ତରରେ ପହଞ୍ଚାଇ ଆସୁଛି। ସେବା ଓ ସମର୍ପଣ ଦିଗରେ ମଧ୍ୟ ଏହାର କାର୍ଯ୍ୟ ଉଲ୍ଲେଖନୀୟ ବୋଲି ଶ୍ରୀ ପଣ୍ଡା କହିଛନ୍ତି।

ଦୁଇଦିନ ବ୍ୟାପୀ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ବିଜେପି ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବିଏଲ୍ ସନ୍ତୋଷ, କେନ୍ଦ୍ରମନ୍ତ୍ରୀ ସର୍ବାନନ୍ଦ ସୋନୋୱାଲ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା, ରାଷ୍ଟ୍ରମନ୍ତ୍ରୀ ରାମେଶ୍ୱର ତେଲୀ, ଆସାମ ବିଜେପି ସଭାପତି ଭାବେଶ କାଲିଟା, ସହପ୍ରଭାରୀ ପବନ ଶର୍ମା, ସଂଗଠନ ମହାମନ୍ତ୍ରୀ ଫଣୀନ୍ଦ୍ରନାଥ ଶର୍ମା, ଉତ୍ତର-ପୂର୍ବାଞ୍ଚଳ ସଂଗଠନ ମହାମନ୍ତ୍ରୀ ଅଜୟ ଜମୱାଲ ପ୍ରମୁଖ ଉପସ୍ଥିତ ଥିଲେ।

ଏହା ପୂର୍ବରୁ ମଙ୍ଗଳବାର ଶ୍ରୀ ପଣ୍ଡା ଗୌହାଟୀରେ ପହଞ୍ଚିବା ପରେ ଦେଶବ୍ୟାପୀ ଚାଲିଥିବା ସେବା ଓ ସମର୍ପଣ ଅଭିଯାନ ଅନ୍ତର୍ଗତ ସ୍ଥାନୀୟ ଅମ୍ବିକାଗିରି ମେମୋରିଆଲ୍ ଟ୍ରଷ୍ଟ ଦ୍ୱାରା ପରିଚାଳିତ ‘ଆମର ଘର’ ବୃଦ୍ଧାଶ୍ରମ ଯାଇ ଫଳ ବଣ୍ଟନ ଭଳି ସେବା କାର୍ଯ୍ୟ କରିଥିଲେ। ବରିଷ୍ଠ ନାଗରିକଙ୍କ ଭଳି ଜୀବନ୍ତ ଦେବତାଙ୍କ ଆଶୀର୍ବାଦଠାରୁ ମୂଲ୍ୟବାନ ଆଉ କିଛି ନୁହେଁ ବୋଲି ଶ୍ରୀ ପଣ୍ଡା ଏହି ଅବସରରେ କହିଥିଲେ। ସେହିପରି ଏହି ଅଭିଯାନ ଅଧୀନରେ ସେ ଚାରା ରୋପଣ ମଧ୍ୟ କରିଥିଲେ ଏବଂ ପ୍ରଧାନମନ୍ତ୍ରୀଙ୍କ ଜୀବନରୁ ପ୍ରେରଣା ନେଇ ଆରମ୍ଭ ହୋଇଥିବା ଏହି ଅଭିଯାନରେ ସମସ୍ତେ ସାମିଲ୍ ହେବାକୁ ଅନୁରୋଧ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story