ଲକ୍ଷ୍ନୌ: ଭୟଙ୍କର ଦୁର୍ଘଟଣା। ଡମ୍ପର୍କୁ ଧକ୍କା ଦେଲା ବସ୍। ଘଟଣାସ୍ଥଳରେ ହିଁ ଚାଲିଗଲା ୪ ଜୀବନ। ଏଥିସହ ୪୫ ଯାତ୍ରୀ ଆହତ ହୋଇଛନ୍ତି। ଉତ୍ତରପ୍ରଦେଶ ଲକ୍ଷ୍ନୌ ଏକ୍ସପ୍ରେସ୍ ୱେରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି।
ଗତକାଲି ବିଳମ୍ବିତ ରାତିରେ ଏକ ଯାତ୍ରୀବାହୀ ବସ୍ ଉତ୍ତରପ୍ରଦେଶର ଗୋରଖପୁରରୁ ରାଜସ୍ଥାନ ଅଜମେର୍ ଯାଉଥିଲା। ଏତିକି ବେଳେ ଏକ ବାଲି ଭର୍ତ୍ତି ଡମ୍ପର୍ ସହ ଧକ୍କା ହୋଇଥିଲା। ଫଳରେ ବସ୍ଟି ସାମ୍ନା ପୁଟୁ ଖଣ୍ଡବିଖଣ୍ଡିତ ହୋଇଯାଇଛି। ଏଥିସହ ଘଟଣାସ୍ଥଳରେ ହିଁ ଡ୍ରାଇଭର୍ଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଦ୍ରୁତ ଗତିରେ ଆସୁଥିବାରୁ ବସ୍ ଡ୍ରାଇଭର୍ ନିୟନ୍ତ୍ରଣ ହରାଇ ଡମ୍ପର୍କୁ ଧକ୍କା ଦେଇଥିବା କୁହାଯାଉଛି।
ଆହତଙ୍କୁ ଉଦ୍ଧାର କରି ସେଫଇର ପିଜିଆଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉକ୍ତ ଦୁର୍ଘଟଣାଗ୍ରସ୍ତ ବସ୍ରେ ମୋଟ ୫୦ ଜଣ ଯାତ୍ରୀ ଥିଲେ। ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ରସଂଘ ନିର୍ବାଚନରେ NSUIର ବାଜିମାତ
ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ଅଧ୍ୟକ୍ଷ ଓ ଯୁଗ୍ମ ସମ୍ପାଦକ ପଦ ଜିତିଲା ଏନଏସୟୁଆଇ। ଉପାଧ୍ୟକ୍ଷ ଓ ସଚିବ ପଦରେ ଏବିଭିପିର ବିଜୟ।
National
ଦିଲ୍ଲୀ ପ୍ରଦୂଷଣ: ସ୍କୁଲ ଖୋଲିବା ଉପରେ CAQM ନେବ ନିଷ୍ପତ୍ତି, ଶ୍ରମିକଙ୍କୁ ମିଳୁ ଭତ୍ତା
ବାୟୁ ପ୍ରଦୂଷଣ ଭିତରେ ଦିଲ୍ଲୀରେ ସ୍କୁଲ ଖୋଲିବା ନିଷ୍ପତ୍ତି ବାୟୁ ଗୁଣବତ୍ତା ପରିଚାଳନା ଆୟୋଗ (CAQM) ଉପରେ ଛାଡ଼ିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ନିର୍ମାଣ କାର୍ଯ୍ୟ ବନ୍ଦ ଥିବାରୁ ଶ୍ରମିକମାନଙ୍କୁ ଭତ୍ତା ପ୍ରଦାନ କରିବାକୁ ନିର୍ଦ୍ଦେଶ।
National
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ସମ୍ବିଧାନରୁ ହଟିବନି 'ସମାଜବାଦୀ' ଓ 'ଧର୍ମନିରପେକ୍ଷ' ଶବ୍ଦ
ସମ୍ବିଧାନରୁ 'ସମାଜବାଦୀ' ଓ 'ଧର୍ମନିରପେକ୍ଷ' ଶବ୍ଦ ହଟାଇବା ପାଇଁ ହୋଇଥିବା ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ। ୧୯୭୬ ମସିହାରେ ସମ୍ବିଧାନ ସଂଶୋଧନ ଜରିଆରେ ଏହି ଶବ୍ଦ ଯୋଡ଼ାଯାଇଥିଲା।
Business
ଆଦାନୀ ଗ୍ରୁପ୍ ଦାନକୁ ବି ନା; ୧୦୦ କୋଟି ଟଙ୍କା ଫେରାଇବେ ତେଲାଙ୍ଗାନା ସରକାର
ୟଙ୍ଗ ଇଣ୍ଡିଆ ସ୍କିଲ୍ସ ୟୁନିଭରସିଟି ପାଇଁ ଆଦାନୀ ଗ୍ରୁପ୍ ତେଲାଙ୍ଗାନାକୁ ୧୦୦କୋଟି ଟଙ୍କା ଦାନ କରିଥିଲେ।
National
ଦିଲ୍ଲୀ ପ୍ରଦୂଷଣ; ଚେକ୍ ପୋଷ୍ଟରେ ଜଗୁନି ପୁଲିସ, ତାତିଲେ ସୁପ୍ରିମକୋର୍ଟ
ଦିଲ୍ଲୀରେ ବାୟୁ ପ୍ରଦୂଷଣକୁ ରୋକିବା ଲାଗି ନିର୍ମାଣ କାର୍ଯ୍ୟ ଠାରୁ ଆରମ୍ଭ କରି ସହରରେ ଗାଡ଼ି ଚଳାଚଳ ଉପରେ ମଧ୍ୟ କଟକଣା ଲାଗିଛି। ହେଲେ ଏସବୁକୁ ତଦାରଖ କରିବା ପାଇଁ ସହରର ଚେକ୍ ପୋଷ୍ଟରେ ନାହାନ୍ତି ପୁଲିସ ଅଧିକାରୀ।