ନୂଆଦିଲ୍ଲୀ: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର। ପୂଜା ଭେଟି ଦେଲେ କେନ୍ଦ୍ର ସରକାର। କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ସରକାର ୪ ପ୍ରତିଶତ ମହଙ୍ଗା ଭତ୍ତା(ଡିଏ) ବୃଦ୍ଧି କରିଛନ୍ତି। ସପ୍ତମ ବେତନ କମିଶନଙ୍କ ସୁପାରିଶ ଆଧାରରେ ଏହି ଭତ୍ତା ବୃଦ୍ଧି କରାଯାଇଛି। ନୂଆ କରି ବୃଦ୍ଧି ହୋଇଥିବା ମହଙ୍ଗା ଭତ୍ତା ୩୮ ପ୍ରତିଶତରେ ପହଞ୍ଚିଛି। ଏହା ପୂର୍ବରୁ ଗତ ମାର୍ଚ୍ଚ ମାସରେ କେନ୍ଦ୍ର ସରକାର ମହଙ୍ଗା ଭତ୍ତା ବୃଦ୍ଧି କରିଥିଲେ। ଶେଷଥର ପାଇଁ ବୃଦ୍ଧି ହୋଇ ଥିବା ମହଙ୍ଗା ଭତ୍ତା ୨୦୨୨ ଜାନୁଆରୀ ୧ରୁ ଲାଗୁ କରାଯାଇଥିଲା। ମାର୍ଚ୍ଚ ମାସରେ ୩ ପ୍ରତିଶତ ଡିଏ ବୃଦ୍ଧି କରାଯାଇଥିଲା। ସେତେବେଳେ ୩୧ ପ୍ରତିଶତ ଉପରେ ଏହି ଡିଏ ଲାଗୁ କାରାଯାଇଥିଲା। ସାଧାରଣତ ମୁଦ୍ରସ୍ପୀତିକୁ ଦୃଷ୍ଟିରେ ରଖି ଏକ ସନ୍ତୁଲନ ରକ୍ଷା କେନ୍ଦ୍ର ସରକାରଙ୍କ ପକ୍ଷରୁ କର୍ମଚାରୀଙ୍କ ଡିଏ ବୃଦ୍ଧି କରାଯାଇଥାଏ। ସେହିପରି ପେନସନଭୋକ୍ତାମାନେ ମଧ୍ୟ ଏହି ବର୍ଦ୍ଧିତ ଡିଏ ସୁବିଧା ପାଇପାରିବେ। କେନ୍ଦ୍ରୀୟ କର୍ମଚାରୀଙ୍କ ସହ ସମାନ ଭାବରେ ପେନସନଭୋକ୍ତାମାନେ ଡିଏର ଫାଇଦା ନେଇପାରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
୬ ଦିନିଆ ଆମେରିକା ଗସ୍ତରେ ଯିବେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର
ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ଶାସନକୁ ଫେରିବା ପରେ ଏହା କୌଣସି ଭାରତୀୟ ମନ୍ତ୍ରୀଙ୍କ ପ୍ରଥମ ଆମେରିକା ଗସ୍ତ। ଦ୍ୱିପାକ୍ଷିକ ସମ୍ପର୍କ ସହିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଆଞ୍ଚଳିକ ଓ ବୈଶ୍ୱିକ ପ୍ରସଙ୍ଗ ଉପରେ ହେବ ଆଲୋଚନା।
National
ବଢ଼ିଲା ଅଲ୍ଲୁ ଅର୍ଜୁନଙ୍କ ଅଡ଼ୁଆ, ପୁଲିସ କଲା ସମନ
ଆସନ୍ତାକାଲି ଦିନ ୧୧ଟାରେ ଥାନାରେ ହାଜର ହେବାକୁ ତାଙ୍କୁ କୁହାଯାଇଛି।
National
ହାଇକୋର୍ଟଙ୍କ ସାଂଘାତିକ ରୁଲିଂ: ମୃତଦେହ ସହ ସେକ୍ସ କରିବା ଦୁଷ୍କର୍ମ ନୁହେଁ
ଜଣେ ନାବାଳିକାଙ୍କ ମୃତଦେହ ସହ ଦୁଷ୍କର୍ମ କରିବା ଅଭିଯୋଗରେ ନୀଲୁ ନାଗେଶ ନିକଟରେ ତଳ କୋର୍ଟରେ ଦୋଷମୁକ୍ତ ହୋଇଥିଲେ।
National
୫୦ ଲକ୍ଷ ଟଙ୍କା ଦେଲେ ପୁଷ୍ପା-୨ ନିର୍ମାତା; ଅଲ୍ଲୁ ଅର୍ଜୁନ ଦାୟୀ ନୁହନ୍ତି କହିଲେ ମୃତକଙ୍କ ସ୍ୱାମୀ
ଥାନାରେ କରିଥିବା ଅଭିଯୋଗ ମଧ୍ୟ ଉଠାଇନେବାକୁ ପ୍ରସ୍ତୁତ ଥିବା କହିଛନ୍ତି ମୃତ ମହିଳାଙ୍କ ସ୍ୱାମୀ। ପୁଅ ୨୦ ଦିନ ହେଲା କୋମାରେ, କିଛି ଜାଣିପାରୁନି।
National
ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଜଷ୍ଟିସ ଭି.ରାମସୁବ୍ରମଣ୍ୟମ
ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଭି. ରାମସୁବ୍ରମଣ୍ୟମଙ୍କୁ ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଜଷ୍ଟିସ ଅରୁଣ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଚଳିତବର୍ଷ ଜୁନ ୧ରେ ଶେଷ ହୋଇଥିଲା।