ହାଇଦ୍ରାବାଦ: ଗିରଫ ହୋଇପାରନ୍ତି ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଜ୍ୟସଭା ସାଂସଦ ଦିଗବିଜୟ ସିଂହ। ଏକ ମାନହାନୀ ମାମଲାରେ କୋର୍ଟରେ ଉପସ୍ଥିତ ନରହିବାରୁ ତାଙ୍କ ବିରୋଧରେ ଜାମିନ ବିହୀନ ଓ୍ୱାରେଣ୍ଟ ଜାରି ହୋଇଛି।
୨୦୧୭ରେ ଦିଗବିଜୟ ସିଂହ ଏକ ଖବରକାଗଜରେ ଆଲେଖ୍ୟ ଲେଖିଥିଲେ। ଯେଉଁଥିରେ ଏଆଇଏମଆଇଏମ୍ ପାର୍ଟିର ସାସଂଦ ଅସଦୁଦ୍ଦିନ ଓବେସୀ ଆର୍ଥିକ ଲାଭ ପାଇବା ପାଇଁ ଅନ୍ୟ ରାଜ୍ୟରେ ତାଙ୍କ ଦଳ ନିର୍ବାଚନ ଲଢ଼ୁଛି। ଦିଗବିଜୟ ସିଂହଙ୍କ ଏପରି ଲେଖାକୁ ବିରୋଧ କରି କୋର୍ଟର ଦ୍ୱାରସ୍ଥ ହୋଇଥିଲେ ଏଆଇଏମଆଇଏମର ନେତା ଏସ ଏ ହୁସେନ।
ହାଇଦ୍ରାବାଦର ଏକ କୋର୍ଟରେ ହାଜର ହୋଇ ଦିଗି ରାଜାଙ୍କ ବିରୋଧରେ ମାନହାନୀ ମୋକଦ୍ଦମା ରୁଜୁ କରିଥିଲେ ହାଇଦ୍ରାବାଦର ଏହି ନେତା। ପରେ ସାଂସଦ ଓ ବିଧାୟକଙ୍କ ପାଇଁ ଗଠିତ ହୋଇଥିବା ଏକ କୋର୍ଟରେ ଏହି ମାନହାନୀ ମୋକଦ୍ଦମା ଚାଲିଥିଲା। ତେବେ ଆଜି କୋର୍ଟରେ ଦିଗବିଜୟଙ୍କୁ ହାଜର ହେବାକୁ କୁହାଯାଇଥିଲା। ହେଲେ କୋର୍ଟରେ ଦିଗବିଜୟ ହାଜର ହୋଇନଥିଲେ। ଏହାପରେ କୋର୍ଟ ତାଙ୍କ ବିରୋଧରେ ଜାମିନ୍ ବିହୀନ ଗିରଫପରଓ୍ୱାନା ଜାରି କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସମଲିଙ୍ଗୀ ବିବାହ: ବଡ଼ ନିଷ୍ପତ୍ତି ନେଲେ ସୁପ୍ରିମକୋର୍ଟ
ପୁନଃ ସମୀକ୍ଷା କରିବାକୁ ହୋଇଥିବା ଏକାଧିକ ଆବେଦନକୁ ମଧ୍ୟ ଆଜି ସର୍ବୋଚ୍ଚ ଅଦାଲତ ଅଗ୍ରାହ୍ୟ କରିଦେଇଛନ୍ତି। ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ୨୦୨୩ରେ ସର୍ବୋଚ୍ଚ ନ୍ୟାୟଳୟ ସଫା ସଫା ମନା କରିଦେଇଥିଲେ।
National
‘ଆମର ଅଧା କାହାଣୀ’ ଲେଖି ଝୁଲି ପଡ଼ିଲେ ଯୁବକ
୬ ମାସ ତଳେ କୋର୍ଟରେ ବାହା ହୋଇଥିଲେ। ତଥାପି ଝିଅ ଘର ଲୋକ ଶାନ୍ତିରେ ବଞ୍ଚିବାକୁ ଦେଲେନି। ସମୟକ୍ରମେ ଝିଅ ମଧ୍ୟ ବଦଳିଗଲା। ଶେଷରେ କୌଣସି ଉପାୟ ନ ପାଇ ଜଣେ ୨୫ ବର୍ଷୀୟ ଯୁବକ ଜୀବନ ହାରି ଦେଇଛନ୍ତି।
National
ଭୁଶୁଡ଼ିଲା ପ୍ଲାଣ୍ଟର ସିଲୋ: ୪ ଶ୍ରମିକ ମୃତ, ଚାପି ହୋଇ ରହିଛନ୍ତି ଅନେକ
ସିଲୋ ହେଉଛି ଲୁହାରେ ତିଆରି ହୋଇଥିବା ବିରାଟକାୟ ସିଲଣ୍ଡର ଆକୃତିର ଷ୍ଟ୍ରକଚର। ଇଟା ଭାଟିରେ ଲାଗୁଥିବା ଚିମିନି ଭଳି ଏହା ଦେଖିବାକୁ।
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।
National
ଆପ୍ର ୫୮ରୁ ୩୨ ଓ ବିଜେପିର ୭ରୁ ୪ ବିଧାୟକଙ୍କ ନାଁରେ ରହିଛି ଗୁରୁତର ମାମଲା
ଦଳ ଦୃଷ୍ଟିରୁ ଦେଖିଲେ ଆପର ୫୮ ଜଣ ବିଧାୟକଙ୍କ ପାଖରେ ହାରାହାରି ୧୩.୩୯ କୋଟି ଟଙ୍କାର ସମ୍ପତ୍ତି ରହିଥିବାବେଳେ ବିଜେପିର ୭ ଜଣ ବିଧାୟକଙ୍କ ପାଖରେ ହାରାହାରି ୭ କୋଟି ୪୫ ଲକ୍ଷ ଟଙ୍କାର ସମ୍ପତ୍ତି ରହିଛି।