ନୂଆଦିଲ୍ଲୀ: ଦେଶରେ ବଢ଼ି ଚାଲିଛି କରୋନା ସଂକ୍ରମଣ। ବେଶ୍ କିଛି ଦିନର ଉପରମୁହାଁ ପରେ ଏବେ ଧୀରେ ଧୀରେ କମିବାରେ ଲାଗିଛି ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୩୩ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୨୫ ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୩୩୫୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ଠାରୁ ଆଜିର ସଂକ୍ରମଣ ସଂଖ୍ୟା ୪,୧୭୧ କମ୍ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୯୨,୩୭,୨୬୪ରେ ପହଞ୍ଚିଛି।
ଭାରତରେ କରୋନା ଜନିତ ମୋଟ ମୃତ୍ୟୁ ସଂଖ୍ୟା ୪,୮୯,୪୦୯ରେ ପହଞ୍ଚିଛି। ସେହିପରି ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୫୯,୧୬୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୧,୮୭,୨୦୫ ରହିଛି। ଦେଶରେ ଆକ୍ଟିକ କେସ୍ ହାର ୫.୫୭ ପ୍ରତିଶତ ଥିବାବେଳେ ସୁସ୍ଥତା ହାର ୯୩.୧୮ ପ୍ରତିଶତ ରହିଛି।
https://twitter.com/ANI/status/1485102731673337869?s=20
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଡିଜିଟାଲ ଆରେଷ୍ଟ: ନକଲି ପୁଲିସ ସାଜି ବୃଦ୍ଧାଙ୍କଠାରୁ ଠକି ନେଲେ ୩.୮ କୋଟି
ମହିଳା ଜଣଙ୍କୁ ଏତେ ମାତ୍ରାରେ ଭୟଭୀତ କରାଯାଇଥିଲା ଯେ, ତାଙ୍କୁ ଏକ ମାସ ଧରି ହ୍ୱାଟ୍ସ୍ଆପ୍ରେ ଭିଡିଓ କଲ୍ରେ ରଖାଯାଇଥିଲା।
National
ଇସ୍ତଫା ଦେଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ
ମହାରାଷ୍ଟ୍ର ବିଧାନସଭାର କାର୍ଯ୍ୟକାଳ ଆଜି ତଥା ନଭେମ୍ବର ୨୬ରେ ଶେଷ ହେଉଛି।
National
RBI ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
ଗତକାଲି ରାତିରେ ଶକ୍ତିକାନ୍ତ ଦାସ ଛାତିରେ ଜଳାପୋଡା ସାଙ୍ଗକୁ ଯନ୍ତ୍ରଣା ଅନୁଭବ କରିଥିଲେ। ଏହାପରେ ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।
National
ରାପର୍ ବାଦଶାହଙ୍କ ନାଇଟ୍ କ୍ଲବ୍ ବାହାରେ ବିସ୍ଫୋରଣ
ଦୁଇ ଜଣ ଦୁର୍ବୃତ୍ତ ବାଇକ୍ରେ ଆସି ନାଇଟ୍ କ୍ଲବ୍ ନିକଟରେ ବିସ୍ଫୋରକ ସାମଗ୍ରୀ ଫିଙ୍ଗି ଚାଲି ଯାଇଥିବା ସୂଚନା ମିଳିଛି।
National
ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀକୁ ନେଇ ସସ୍ପେନ୍ସ ଜାରି, ଆଜି ଇସ୍ତଫା ଦେବେ ଏକନାଥ
ମହାୟୁତିର ମହାବିଜୟ ପରେ ଏବେ ଚର୍ଚ୍ଚା, ସିଏମ୍ ସିଟରେ ବସିବ କିଏ? ବିଜେପି ପାଇଁ ବିଜୟର ଶ୍ରେୟ ଆଣିଥିବା ଦେବେନ୍ଦ୍ର ଫଡନାଭିସ୍, ମହାୟୁତିର ମହାନାୟକ ସାଜିଥିବା ଏକନାଥ ସିନ୍ଧେ ନା ବିଜୟର ଭାଗିଦାରୀ ଏନସିପିର ଅଜିତ ପାୱାର।