Advertisment

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର! ମହଙ୍ଗା ଭତ୍ତା ୧୭ରୁ ୨୮%କୁ ବଢ଼ିଲା

ନୂଆଦିଲ୍ଲୀ: ମହାମାରୀ କରୋନା ସଂକ୍ରମଣ ଓ ଦରବୃଦ୍ଧି ମଧ୍ୟରେ କେନ୍ଦ୍ର ସରକାର ନିଜ କର୍ମଚାରୀଙ୍କୁ ବଡ଼ ଉପହାର ଦେଇଛନ୍ତି। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍‌ କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତାକୁ ୧୭ରୁ ସିଧା ୨୮%କୁ ବୃଦ୍ଧି କରିଛନ୍ତି। ଏହାର ଅର୍ଥ ମହଙ୍ଗା ଭତ୍ତା(ଡିଏ)ରେ ମୋଟ ୧୧% ବମ୍ଫର ବୃଦ୍ଧି ହୋଇଛି। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ଜୁଲାଇ ୧ରୁ ଲାଗୁ ହେବ। କେନ୍ଦ୍ର ସରକାର ସେପ୍ଟେମ୍ବର ମାସରୁ ନିଜର କର୍ମଚାରୀଙ୍କୁ […]

ଅଦ୍ୟତନ ହୋଇଛି
ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର! ମହଙ୍ଗା ଭତ୍ତା ୧୭ରୁ ୨୮%କୁ ବଢ଼ିଲା

DA

Advertisment

ନୂଆଦିଲ୍ଲୀ: ମହାମାରୀ କରୋନା ସଂକ୍ରମଣ ଓ ଦରବୃଦ୍ଧି ମଧ୍ୟରେ କେନ୍ଦ୍ର ସରକାର ନିଜ କର୍ମଚାରୀଙ୍କୁ ବଡ଼ ଉପହାର ଦେଇଛନ୍ତି। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍‌ କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତାକୁ ୧୭ରୁ ସିଧା ୨୮%କୁ ବୃଦ୍ଧି କରିଛନ୍ତି।

Advertisment

ଏହାର ଅର୍ଥ ମହଙ୍ଗା ଭତ୍ତା(ଡିଏ)ରେ ମୋଟ ୧୧% ବମ୍ଫର ବୃଦ୍ଧି ହୋଇଛି। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ଜୁଲାଇ ୧ରୁ ଲାଗୁ ହେବ। କେନ୍ଦ୍ର ସରକାର ସେପ୍ଟେମ୍ବର ମାସରୁ ନିଜର କର୍ମଚାରୀଙ୍କୁ ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଦେବା ଆରମ୍ଭ କରିବେ।
କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ଯୋଗୁ ପ୍ରାୟ ୫୦ ଲକ୍ଷ କର୍ମଚାରୀ ଓ ସେମାନଙ୍କ ପରିବାର ଲୋକ ଲାଭବାନ ହେବେ।

ସୁବଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ୨୦୧୯ ଜୁଲାଇ ପରେ କେନ୍ଦ୍ରୀୟ କର୍ମଚାରୀମାନେ ବର୍ଦ୍ଧିତ ମହଙ୍ଗା ଭତ୍ତା ପାଇବାକୁ ଯାଉଛନ୍ତି। ମହାମାରୀ କରୋନା ଯୋଗୁ ସରକାର ମହଙ୍ଗା ଭତ୍ତ ପ୍ରଦାନ ଉପରେ ରୋକ ଲଗାଇ ଦେଇଥିଲେ। ଅର୍ଥ ମନ୍ତ୍ରଣାଳୟ କହିଥିଲା ଯେ ୨୦୨୦ ଜାନୁଆର ୧ରୁ ୨୦୨୧ ଜୁନ୍‌ ୩୦ ଯାଏ କୌଣସି କର୍ମଚାରୀଙ୍କୁ ବର୍ଦ୍ଧିତ ମହଙ୍ଗା ଭତ୍ତା ମିଳିବ ନାହିଁ।

Advertisment

ଏହାର ଅର୍ଥ କର୍ମଚାରୀଙ୍କ ୩ କିସ୍ତି ମହଙ୍ଗା ଭତ୍ତା ବାକି ରହିଥିଲା। ଏହି ଅର୍ଥକୁ କରୋନା ସମୟରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଖର୍ଚ୍ଚ କରାଯାଇଥିବା କେନ୍ଦ୍ର ସରକାର କହିଥିଲେ। ଏବେ ବାକି ରହିଥିବା କିସ୍ତି ସହ ନୂଆ ମହଙ୍ଗା ଭତ୍ତା କର୍ମଚାରୀଙ୍କୁ ସେପ୍ଟେମ୍ବରରୁ ମିଳିବା ଆରମ୍ଭ ହେବ।

Salary Hike
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe