କର୍ଣ୍ଣାଟକ: ବ୍ଲାକ ଫଙ୍ଗସରେ ଆକ୍ରାନ୍ତ ହୋଇ ଚାଲିଗଲେ ପତ୍ନୀ। ପତ୍ନୀଙ୍କ ମୃତ୍ୟୁ ସହିପାରିଲେନି ପୂର୍ବତନ ସେନା ଅଧିକାରୀ। ଶେଷରେ ମାନସିକ ଭାରସାମ୍ୟ ହରାଇ ୪ ପିଲାଙ୍କ ସହ ସେ ଆତ୍ମହତ୍ୟା କରିଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କର୍ଣ୍ଣାଟକର ବେଲଗାଭି ଜିଲ୍ଲାର ହୁବେଇ ଅଞ୍ଚଳରେ।
ସୂଚନା ମୁତାବକ, ୪୬ ବର୍ଷୀୟ ର୍ବତନ ସେନାଧିକାରୀ ଗୋପାଳ ହାଦିମାନି ଏବଂ ତାଙ୍କର ଚାରି ପିଲା- ସୌମ୍ୟା, ଶ୍ୱେତା, ସାକ୍ଷୀ ଏବଂ ଶ୍ରୀଜନ ଶୁକ୍ରବାର ରାତିରେ ବିଷ ପିଇ ଆତ୍ମହତ୍ୟା କରିଥିବା ପୁଲିସ କହିଛି। ପରଦିନ ସକାଳୁ ପରିବାରର କୌଣସି ବ୍ୟକ୍ତି ଡେରି ଯାଏଁ ନଉଠିବାରୁ ପଡୋଶୀ ପୁଲିସକୁ ଜଣାଇଥିଲେ। ପୁଲିସ ପହଞ୍ଚି ୫ଜଣଙ୍କ ମୃତଦେହ ଉଦ୍ଧାର କରିଛି।
ପଡୋଶୀଙ୍କ କହିବା ଅନୁସାରେ , ଗତ ଜୁଲାଇ ମାସରେ କୋଭିଡ ସଂକ୍ରମଣ ହେବା ପରେ ଗୋପାଳଙ୍କ ପତ୍ନୀ ବ୍ଲାକ୍ ଫଙ୍ଗସରେ ସଂକ୍ରମିତ ହୋଇ ପ୍ରାଣ ହରାଇଥିଲେ। ସେବେଠୋରୁ ପରିବାରର ଅନ୍ୟ ସଦସ୍ୟମାନେ ଭାଙ୍ଗିପଡିଥିଲେ। ପ୍ରତିଦିନ ଗୋପାଳ ତାଙ୍କ ପତ୍ନୀଙ୍କୁ ଝୁରୁଥିଲେ। ପିଲାମାନେ ମଧ୍ୟ ମା'କୁ ମନେ ପକାଇ କାନ୍ଦୁଥିଲେ। ଶେଷରେ ଅସହ୍ୟ ହେବାରୁ ସେମାନେ ଏପରି ଚରମ ନିଷ୍ପତି ନେଇଥିବା ଚର୍ଚ୍ଚା ହେଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ସମ୍ବିଧାନରୁ ହଟିବନି 'ସମାଜବାଦୀ' ଓ 'ଧର୍ମନିରପେକ୍ଷ' ଶବ୍ଦ
ସମ୍ବିଧାନରୁ 'ସମାଜବାଦୀ' ଓ 'ଧର୍ମନିରପେକ୍ଷ' ଶବ୍ଦ ହଟାଇବା ପାଇଁ ହୋଇଥିବା ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ। ୧୯୭୬ ମସିହାରେ ସମ୍ବିଧାନ ସଂଶୋଧନ ଜରିଆରେ ଏହି ଶବ୍ଦ ଯୋଡ଼ାଯାଇଥିଲା।
Business
ଆଦାନୀ ଗ୍ରୁପ୍ ଦାନକୁ ବି ନା; ୧୦୦ କୋଟି ଟଙ୍କା ଫେରାଇବେ ତେଲାଙ୍ଗାନା ସରକାର
ୟଙ୍ଗ ଇଣ୍ଡିଆ ସ୍କିଲ୍ସ ୟୁନିଭରସିଟି ପାଇଁ ଆଦାନୀ ଗ୍ରୁପ୍ ତେଲାଙ୍ଗାନାକୁ ୧୦୦କୋଟି ଟଙ୍କା ଦାନ କରିଥିଲେ।
National
ଦିଲ୍ଲୀ ପ୍ରଦୂଷଣ; ଚେକ୍ ପୋଷ୍ଟରେ ଜଗୁନି ପୁଲିସ, ତାତିଲେ ସୁପ୍ରିମକୋର୍ଟ
ଦିଲ୍ଲୀରେ ବାୟୁ ପ୍ରଦୂଷଣକୁ ରୋକିବା ଲାଗି ନିର୍ମାଣ କାର୍ଯ୍ୟ ଠାରୁ ଆରମ୍ଭ କରି ସହରରେ ଗାଡ଼ି ଚଳାଚଳ ଉପରେ ମଧ୍ୟ କଟକଣା ଲାଗିଛି। ହେଲେ ଏସବୁକୁ ତଦାରଖ କରିବା ପାଇଁ ସହରର ଚେକ୍ ପୋଷ୍ଟରେ ନାହାନ୍ତି ପୁଲିସ ଅଧିକାରୀ।
Politics
ସଞ୍ଜୟ ରାଉତଙ୍କ ବିସ୍ଫୋରକ ବୟାନ, ପରାଜୟ ପାଇଁ ପୂର୍ବତନ CJI ଦାୟୀ
ମହାରାଷ୍ଟ୍ରରେ ପରାଜୟ ପାଇଁ ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ଙ୍କୁ ଦାୟୀ କରିଛନ୍ତି ସଞ୍ଜୟ ରାଉତ।
Guest Column
ନିର୍ବାଚନରେ ଅପ୍ରାସଙ୍ଗିକ ହେଉଛି ଗଣମାଧ୍ୟମ
ଭାରତର ଲୋକମାନେ ଗଣମାଧ୍ୟମ ଦ୍ୱାରା ଯେ ସମ୍ପୂର୍ଣ୍ଣ ଭାବରେ ପ୍ରଭାବିତ ହୁଅନ୍ତି ନାହିଁ, ତାହା ଜରୁରୀ ପରିସ୍ଥିତି ପରେ ପରେ ହୋଇଥିବା ନିର୍ବାଚନରେ ପ୍ରମାଣିତ ହୋଇଥିଲା। ଜରୁରୀ ପରିସ୍ଥିତି ସମୟରେ ଭାରତର ସବୁ ଗଣମାଧ୍ୟମ ସରକାରଙ୍କର ଓ ଇନ୍ଦିରା ଗାନ୍ଧୀଙ୍କର ପ୍ରଶଂସାରେ ଭରି ରହିଥିଲେ ମଧ୍ୟ ନିର୍ବାଚନ ଘୋଷଣା କ୍ଷଣି ଜନସାଧାରଣ ଆପେ ଆପେ ସେମାନଙ୍କର ମତ ସ୍ଥିର କରିନେଲେ।