ବେଙ୍ଗାଲୁରୁ: ଭୂମିକମ୍ପରେ ଥରିଲା କର୍ଣ୍ଣାଟକ। କର୍ଣ୍ଣାଟକ ବିଜୟପୁର ଓ ବାଗଲକୋଟ ଜଲ୍ଲା ଶନିବାର ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ଏହାକୁ ନେଇ ଲୋକେ ଆତଙ୍କିତ ହୋଇପଡିଛନ୍ତି। ବିଜୟପୁର, ନାଗାଥାନା, ଅଲିୟାବାଦ, ଘୋସାଂଗି, କଲ୍ଲାକବତାଗି, ସୋମଦେବରାହଟ୍ଟି, ଇଣ୍ଡି ଓ ବସବାନାରେ ଆଜି ସାକଳୁ ଭୂକମ୍ପ ଝଟ୍କା ଅନୁଭୂତ ହୋଇଥିବା ନେଇ ସୂଚନା ମିଳିଛି।
ଭୂକମ୍ପର ତିବ୍ରତା ରିକ୍ଟର ସ୍କେଲରେ ୪.୬ ରେକର୍ଡ କରାଯାଇଛି। ବିଜୟପୁର ଅଞ୍ଚଳରେ ଭୂମିକମ୍ପର କେନ୍ଦ୍ରସ୍ଥଳ ୧୦ କିଲୋମିଟର ତଳେ ଥିବା ଚିହ୍ନଟ ହୋଇଛି। ବିଜୟପୁର ଜିଲ୍ଲା କମିଶନର ବିଜୟମହନ୍ତେଶ ଦାନମନାବର ସଂଯମତା ବଜାୟ ରଖିବାକୁ ଲୋକଙ୍କୁ ନିବେଦନ କରିଛନ୍ତି।
ଅଧିକାରୀମାନେ ଘଟଣା ସମ୍ପର୍କରେ ସୂଚନା ସଂଗ୍ରହ କରୁଥିଲେ। ଏହି ସମୟରେ, ବାଗଲକୋଟ, ଜାମଖଣ୍ଡି ସହର ଏବଂ ଏହାର ଆଖପାଖ ଅଞ୍ଚଳର ଅନେକ ସ୍ଥାନରେ କମ୍ପନ ଅନୁଭୂତ ହୋଇଥିଲା। ଜିଲ୍ଲା କର୍ତ୍ତୃପକ୍ଷ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଏବଂ କର୍ଣ୍ଣାଟକ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର ଅଧିକାରୀଙ୍କ ମଧ୍ୟରେ ଏହାକୁ ନେଇ ଆଲୋଚନା ଚାଲିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସମଲିଙ୍ଗୀ ବିବାହ: ବଡ଼ ନିଷ୍ପତ୍ତି ନେଲେ ସୁପ୍ରିମକୋର୍ଟ
ପୁନଃ ସମୀକ୍ଷା କରିବାକୁ ହୋଇଥିବା ଏକାଧିକ ଆବେଦନକୁ ମଧ୍ୟ ଆଜି ସର୍ବୋଚ୍ଚ ଅଦାଲତ ଅଗ୍ରାହ୍ୟ କରିଦେଇଛନ୍ତି। ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ୨୦୨୩ରେ ସର୍ବୋଚ୍ଚ ନ୍ୟାୟଳୟ ସଫା ସଫା ମନା କରିଦେଇଥିଲେ।
National
‘ଆମର ଅଧା କାହାଣୀ’ ଲେଖି ଝୁଲି ପଡ଼ିଲେ ଯୁବକ
୬ ମାସ ତଳେ କୋର୍ଟରେ ବାହା ହୋଇଥିଲେ। ତଥାପି ଝିଅ ଘର ଲୋକ ଶାନ୍ତିରେ ବଞ୍ଚିବାକୁ ଦେଲେନି। ସମୟକ୍ରମେ ଝିଅ ମଧ୍ୟ ବଦଳିଗଲା। ଶେଷରେ କୌଣସି ଉପାୟ ନ ପାଇ ଜଣେ ୨୫ ବର୍ଷୀୟ ଯୁବକ ଜୀବନ ହାରି ଦେଇଛନ୍ତି।
National
ଭୁଶୁଡ଼ିଲା ପ୍ଲାଣ୍ଟର ସିଲୋ: ୪ ଶ୍ରମିକ ମୃତ, ଚାପି ହୋଇ ରହିଛନ୍ତି ଅନେକ
ସିଲୋ ହେଉଛି ଲୁହାରେ ତିଆରି ହୋଇଥିବା ବିରାଟକାୟ ସିଲଣ୍ଡର ଆକୃତିର ଷ୍ଟ୍ରକଚର। ଇଟା ଭାଟିରେ ଲାଗୁଥିବା ଚିମିନି ଭଳି ଏହା ଦେଖିବାକୁ।
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।
National
ଆପ୍ର ୫୮ରୁ ୩୨ ଓ ବିଜେପିର ୭ରୁ ୪ ବିଧାୟକଙ୍କ ନାଁରେ ରହିଛି ଗୁରୁତର ମାମଲା
ଦଳ ଦୃଷ୍ଟିରୁ ଦେଖିଲେ ଆପର ୫୮ ଜଣ ବିଧାୟକଙ୍କ ପାଖରେ ହାରାହାରି ୧୩.୩୯ କୋଟି ଟଙ୍କାର ସମ୍ପତ୍ତି ରହିଥିବାବେଳେ ବିଜେପିର ୭ ଜଣ ବିଧାୟକଙ୍କ ପାଖରେ ହାରାହାରି ୭ କୋଟି ୪୫ ଲକ୍ଷ ଟଙ୍କାର ସମ୍ପତ୍ତି ରହିଛି।