କରୋନାରେ ଆକ୍ରାନ୍ତ ହେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ। ଆଜି ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିବା ପରେ ସେ ହୋମ ଆଇସୋଲେସନରେ ରହିଛନ୍ତି। ସେ ଆଜି ଟ୍ୱିଟ ଯୋଗେ କରୋନାରେ ଆକ୍ରାନ୍ତ ହୋଇଥିବା ସମ୍ପର୍କରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, “ମୁଁ ଆପଣମାନଙ୍କୁ ଜଣାଇବାକୁ ଚାହେଁ ଯେ ଆଜି ମୋର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଡାକ୍ତରଙ୍କ ପରାମର୍ଶକ୍ରମେ ମୁଁ ଚିକିତ୍ସିତ ହେଉଛି ଓ ମେଡିସିନ ଖାଉଛି। ନିକଟରେ […]

Ramesh-Pokhriyal

Hemant Lenka
  • Published: Wednesday, 21 April 2021
  • , Updated: 21 April 2021, 05:12 PM IST

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ। ଆଜି ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିବା ପରେ ସେ ହୋମ ଆଇସୋଲେସନରେ ରହିଛନ୍ତି। ସେ ଆଜି ଟ୍ୱିଟ ଯୋଗେ କରୋନାରେ ଆକ୍ରାନ୍ତ ହୋଇଥିବା ସମ୍ପର୍କରେ ସୂଚନା ଦେଇଛନ୍ତି।

ସେ କହିଛନ୍ତି, “ମୁଁ ଆପଣମାନଙ୍କୁ ଜଣାଇବାକୁ ଚାହେଁ ଯେ ଆଜି ମୋର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଡାକ୍ତରଙ୍କ ପରାମର୍ଶକ୍ରମେ ମୁଁ ଚିକିତ୍ସିତ ହେଉଛି ଓ ମେଡିସିନ ଖାଉଛି। ନିକଟରେ ମୋ ସଂସ୍ପର୍ଶରେ ଆସିଥିବା ଲୋକମାନେ ନିଜର ସ୍ୱାସ୍ଥ୍ୟ ଉପରେ ନଜର ରଖନ୍ତୁ ଓ ନିଜର ଟେଷ୍ଟ କରାଇ ନିଅନ୍ତୁ।”


ସେ ଆହୁରି କହିଛନ୍ତି ଯେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟର ସବୁ କାମ ପୂର୍ବଭଳି ଜାରି ରହିଛି। ସେଠାରେ ସବୁ ପ୍ରକାରର ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି।

କେନ୍ଦ୍ରମନ୍ତ୍ରୀ ପୋଖରିୟାଲଙ୍କ ପୂର୍ବରୁ ଗତକାଲି କଂଗ୍ରେସ ସାଂସଦ ରାହୁଲ ଗାନ୍ଧି କରୋନାରେ ଆକ୍ରାନ୍ତ ହୋଇଥିଲେ। ସେହିପରି ଏହାର ଗୋଟିଏ ଦିନ ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଟେଷ୍ଟ ରିପୋର୍ଟ ମଧ୍ୟ ପଜିଟିଭ ଆସିଥିଲା।

Related story