ନୂଆଦିଲ୍ଲୀ: କୋଭିଡ୍ ଭ୍ୟାକ୍ସିନ୍କୁ ନେଇ ଥିବା ଗୁଜବ ବିରୋଧରେ ଲଢ଼େଇ ପାଇଁ ସ୍ଥାନୀୟ ଧର୍ମଗୁରୁଙ୍କୁ ସାମିଲ କର। ଆଜି କୋଭିଡ୍ ଭ୍ୟାକ୍ସିନ୍କୁ ନେଇ ସମୀକ୍ଷା କରିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜିଲ୍ଲାପାଳମାନଙ୍କୁ ଏହି ପରାମର୍ଶ ଦେଇଛନ୍ତି। ଜି-ଟ୍ୱେଣ୍ଟି ଶିଖର ସମ୍ମିଳନୀ ସାରି ଭାରତ ଫେରିବା ପରେ ଆଜି କରୋନା ଟିକାକୁ ନେଇ ପଛୁଆ ଥିବା ଜିଲ୍ଲାଗୁଡ଼ିକରେ ସମୀକ୍ଷା କରିଥିଲେ। ଭର୍ଚୁଆଲ ମାଧ୍ୟମରେ ହୋଇଥିବା
ଏହି ବୈଠକରେ ଦେଶର ୪୦ଟି ଜିଲ୍ଲାର ଜିଲ୍ଲାପାଳମାନେ ସାମିଲ ହୋଇଥିଲେ। ମୁଖ୍ୟତଃ ଟିକା ପ୍ରଦାନରେ ଧିମାଗତିରେ ଥିବା ଜିଲ୍ଲାଗୁଡ଼ିକୁ ନେଇ ସମୀକ୍ଷା କରାଯାଇଥିଲା। ସେହିପରି ପ୍ରଥମ ଡୋଜ୍ ନେଇଥିବା ବ୍ୟକ୍ତିମାନଙ୍କୁ ଦ୍ୱିତୀୟ ଡୋଜ ପ୍ରତି ଧ୍ୟାନ ଦେବାକରୁ ମୋଦି ପରାମର୍ଶ ଦେଥିଲେ।
ଏହି ଅବସରରେ ଭାରତ ଟିକା ପ୍ରଦାନ କ୍ଷେତ୍ରରେ ୧୦୦ କୋଟି କ୍ଲବରେ ସାମିଲ ହୋଇଥିବାରୁ ମୋଦି ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଥିଲେ। ବିଶେଷ କରି ଆଶାକର୍ମୀ ଯେଉଁମାନେ ଦୀର୍ଘ ପଥ ଅତିକ୍ରମ କରି ଟିକା ଦେବାକୁ ଲାଗିପଡ଼ିଛନ୍ତି ସେମାନଙ୍କୁ ଧନ୍ୟବାଦ ଜଣାଇଥିଲେ ମୋଦି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।
National
‘ଅବିଭକ୍ତ ଭାରତ’ କାର୍ଯ୍ୟକ୍ରମ ପାଇଁ ପାକିସ୍ତାନ ଓ ବାଂଲାଦେଶକୁ ନିମନ୍ତ୍ରଣ
୧୮୭୫ ମସିହା ଜାନୁଆରୀ ୧୫ରେ ଭାରତୀୟ ପାଣିପାଗ ବିଭାଗ ସ୍ଥାପନ ହୋଇଥିଲା। ତେବେ ଏହାର ବହୁ ପୂର୍ବରୁ ପାଣିପାଗ ସମ୍ପର୍କରେ ତଥ୍ୟ ପାଇଁ ବିଭିନ୍ନ ମେସିନ ସ୍ଥାପନ କରାଯାଇଥିଲା।
Politics
ଶରଦ ପାୱାରଙ୍କ ମୁହଁରେ ଆରଏସଏସର ପ୍ରଶଂସା
ଆରଏସଏସ ପ୍ରତି ଏହାର ସଦସ୍ୟଙ୍କ ରହିଥିବା ଉତ୍ସର୍ଗୀକୃତ ମନୋଭାବକୁ ସେ ସମସ୍ତଙ୍କ ପାଇଁ ଉଦାହରଣ ବୋଲି କହିଛନ୍ତି।
National
ସ୍କୁଲଗୁଡ଼ିକୁ ବୋମା ଧମକ ମିଳିବା ପଛରେ ଦ୍ୱାଦଶ ଶ୍ରେଣୀ ଛାତ୍ର
ପିଲାଟି ପ୍ରାୟ ୨୩ ଥର ବିଭିନ୍ନ ସ୍କୁଲକୁ ଇ-ମେଲ ଯୋଗେ ବୋମା ଧମକ ଦେଇଥିଲା। କେବଳ ନିଜ ସ୍କୁଲକୁ ଛାଡ଼ି ଆଉ ସବୁ ସ୍ଥାନକୁ ସେ ଧମକପୂର୍ଣ୍ଣ ଇ-ମେଲ ପଠାଉଥିଲା। ଏବେ ତା’ର କାଉନସିଲିଂ ଚାଲିଥିବା ଡିସିପି ଚୌହାନ ସୂଚନା ଦେଇଛନ୍ତି।