ନୂଆଦିଲ୍ଲୀ: ନୂଆବର୍ଷରେ ଅଘଟଣ। ବୃଦ୍ଧାଶ୍ରମରେ ନିଆଁ ଲାଗି ଜଳିଗଲେ ୨ ଜଣ। ଏଭଳି ଏକ ଅଘଟଣ ଘଟିଛି ଦିଲ୍ଲୀ ଗ୍ରେଟର କୈଲାଶ ପାର୍ଟ-୨ ଅଞ୍ଚଳରେ।
ଆଜି ଭୋରୁ ଗ୍ରେଟର୍ କୈଲାଶ ଅଞ୍ଚଳରେ ଥିବା ଏକ ବୃଦ୍ଧାଶ୍ରମରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଦୁଇ ଜଣ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି। ସେପଟେ ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଏଥିସହ ବୃଦ୍ଧାଶ୍ରମ ଭିତରୁ ୬ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି।
https://twitter.com/ANI/status/1609400953631047680?s=20&t=sy1-pAgzL8bVCuxTyD6Czg
ସୂଚନା ମୁତାବକ, ଏକ ନର୍ସିଂ ହୋମ୍ର ତୃତୀୟ ମହଲାରେ ଥିବା ବୃଦ୍ଧାଶ୍ରମରେ ନିଆଁ ଲାଗିଛି। ଏହି ବୃଦ୍ଧାଶ୍ରମର ନାଁ ଅନ୍ତରା କେୟାର ଫର୍ ସିନିଆର୍ ଥିଲା। ମୋଟ ୧୩ ଜଣଙ୍କୁ ଉଦ୍ଧାର କରି ମ୍ୟାକ୍ସ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।
ମୃତକ ଦୁଇ ଜଣ ମହିଳା ଥିବା ବେଳେ ସେମାନଙ୍କ ବୟସ ଯଥାକ୍ରମେ ୮୧ ଓ ୯୨ ବର୍ଷ ଥିବା ଜଣାପଡିଛି। କେଉଁ କାରଣରୁ ଏହି ଅଗ୍ନିକାଣ୍ଡ ଘଟିଲା ସେ ନେଇ ତଦନ୍ତ ଚାଲିଛି। ସର୍ଟସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ପୁଲିସ ସନ୍ଦେହ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଆଦାନୀ ଗ୍ରୁପ୍ ଦାନକୁ ବି ନା; ୧୦୦ କୋଟି ଟଙ୍କା ଫେରାଇବେ ତେଲାଙ୍ଗାନା ସରକାର
ୟଙ୍ଗ ଇଣ୍ଡିଆ ସ୍କିଲ୍ସ ୟୁନିଭରସିଟି ପାଇଁ ଆଦାନୀ ଗ୍ରୁପ୍ ତେଲାଙ୍ଗାନାକୁ ୧୦୦କୋଟି ଟଙ୍କା ଦାନ କରିଥିଲେ।
National
ଦିଲ୍ଲୀ ପ୍ରଦୂଷଣ; ଚେକ୍ ପୋଷ୍ଟରେ ଜଗୁନି ପୁଲିସ, ତାତିଲେ ସୁପ୍ରିମକୋର୍ଟ
ଦିଲ୍ଲୀରେ ବାୟୁ ପ୍ରଦୂଷଣକୁ ରୋକିବା ଲାଗି ନିର୍ମାଣ କାର୍ଯ୍ୟ ଠାରୁ ଆରମ୍ଭ କରି ସହରରେ ଗାଡ଼ି ଚଳାଚଳ ଉପରେ ମଧ୍ୟ କଟକଣା ଲାଗିଛି। ହେଲେ ଏସବୁକୁ ତଦାରଖ କରିବା ପାଇଁ ସହରର ଚେକ୍ ପୋଷ୍ଟରେ ନାହାନ୍ତି ପୁଲିସ ଅଧିକାରୀ।
Politics
ସଞ୍ଜୟ ରାଉତଙ୍କ ବିସ୍ଫୋରକ ବୟାନ, ପରାଜୟ ପାଇଁ ପୂର୍ବତନ CJI ଦାୟୀ
ମହାରାଷ୍ଟ୍ରରେ ପରାଜୟ ପାଇଁ ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ଙ୍କୁ ଦାୟୀ କରିଛନ୍ତି ସଞ୍ଜୟ ରାଉତ।
Guest Column
ନିର୍ବାଚନରେ ଅପ୍ରାସଙ୍ଗିକ ହେଉଛି ଗଣମାଧ୍ୟମ
ଭାରତର ଲୋକମାନେ ଗଣମାଧ୍ୟମ ଦ୍ୱାରା ଯେ ସମ୍ପୂର୍ଣ୍ଣ ଭାବରେ ପ୍ରଭାବିତ ହୁଅନ୍ତି ନାହିଁ, ତାହା ଜରୁରୀ ପରିସ୍ଥିତି ପରେ ପରେ ହୋଇଥିବା ନିର୍ବାଚନରେ ପ୍ରମାଣିତ ହୋଇଥିଲା। ଜରୁରୀ ପରିସ୍ଥିତି ସମୟରେ ଭାରତର ସବୁ ଗଣମାଧ୍ୟମ ସରକାରଙ୍କର ଓ ଇନ୍ଦିରା ଗାନ୍ଧୀଙ୍କର ପ୍ରଶଂସାରେ ଭରି ରହିଥିଲେ ମଧ୍ୟ ନିର୍ବାଚନ ଘୋଷଣା କ୍ଷଣି ଜନସାଧାରଣ ଆପେ ଆପେ ସେମାନଙ୍କର ମତ ସ୍ଥିର କରିନେଲେ।
National
ତଦନ୍ତ ଆଳରେ ଉଲଗ୍ନ କଲା ପୁଲିସ, ଆତ୍ମହତ୍ୟା କରିଦେଲେ ମହିଳା
ମହିଳା ଜଣକ ଛାଡିଯାଇଥିବା ସୁସାଇଡ୍ ନୋଟ୍ ଅନୁଯାୟୀ, ପୁଲିସ ଅଧିକାରୀ ତାଙ୍କୁ ସମସ୍ତଙ୍କ ସାମ୍ନାରେ ଡ୍ରେସ୍ ଖୋଲିବାକୁ କହିବା ସହ ୨୫ ଲକ୍ଷ ଟଙ୍କା ଲାଞ୍ଚ ମଧ୍ୟ ମାଗିଥିଲେ।