ରାୟପୁର: କାଳ ହେଲା ପିକନିକ୍। ଛତିଶଗଡ଼ର ଯଶପୁରରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପରିବାରର ୪ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ଜଣ ଶିଶୁ ରହିଥିବା ବେଳେ ୬ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ଗୁରୁତର ଥିବା ବେଳେ ସେମାନଙ୍କୁ ରାଞ୍ଚିର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅନ୍ୟ ୪ଜଣ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ସୋମବାର ପୁଲିସ ସୂଚନା ଦେଇଛି। ସୂଚନା ଅନୁଯାୟୀ ଗୋଟିଏ ପରିବାର ସମସ୍ତ ସଦସ୍ୟ ଏକ କାରରେ ପିକନିକ କରି ଫେରୁଥିଲେ ।
ଫେରିବା ସମୟରେ କାରଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଯାଇଥିଲା । ଛତିଶଗଡ଼ର ରାଜଧାନୀଠାରୁ ପ୍ରାୟ ୪୫ କିଲୋମିଟର ଦୂରରେ ଯଶପୁରଠାରେ କାର୍ଟି ଭାରସାମ୍ୟ ହରାଇ ଏକ ଗଛକୁ ଧକ୍କା ଦେଇଥିଲା। ଫଳରେ ଜଣେ ୧୧ ମାସର ଝିଅ ଓ ୮ ବର୍ଷର ପୁଅ ସହ ଅନ୍ୟ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ଏନେଇ ଖବର ପାଇବା ପରେ ନାରାୟଣପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି । ଫସି ରହିଥିବା ଯାତ୍ରୀମାନଙ୍କ ମଧ୍ୟରୁ ଜଣେ ପୋଲିସକୁ ଖବର ଦେଇଥିଲେ।
ପୁଲିସର କହିବା ଅନୁସାରେ ଦୁର୍ଘଟଣା ପରେ ସମସ୍ତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଚିକିତ୍ସା ସମୟରେ ଅନୀଲ ସିଂଙ୍କ ୮ ବର୍ଷର ପୁଅ ମୋହିତ, ଯଶବନ୍ତ ସିଂର ୧୧ମାସର ଝିଅ ଭେନିଶା ଏବଂ ପତ୍ନୀ ଜୟନ୍ତୀ ଓ ରାଜେନ୍ଦ୍ର ସିଂଙ୍କ ମୃତ୍ୟୁ ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରିଥିଲା। ସେହିପରି ଗୁରୁତର ବାପା ଏବଂ ପୁଅ ଚିକିତ୍ସିତ ହେଉଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।