ନୂଆଦିଲ୍ଲୀ: ଗ୍ରାହକଙ୍କ ପାଇଁ ଖୁସିର ଖବର । କମିଲା ସୁନା ଦର। ଜାତୀୟ ରାଜଧାନୀ ରେ ସୁନା ଗୁରୁବାର ଦିନ ୧୦ ଗ୍ରାମ ପିଛା ୪୩୬ ଟଙ୍କା ହ୍ରାସ ପାଇ ୫୦, ୫୫୧ଟଙ୍କାରେ ପହଞ୍ଚିଛି। HDFC ସିକ୍ୟୁରିଟି ପକ୍ଷରୁ ଏହି ସୂଚନା ଦିଆଯାଇଛି। ପୂର୍ବରୁ ୧୦ ଗ୍ରାମ ସୁନା ପ୍ରତି ୫୦,୯୮୭ ଟଙ୍କା ଥିଲା। ତେବେ ରୂପାର ଦର ବୃଦ୍ଧି ପାଇଛି। ଏକ କେଜି ରୂପା ପ୍ରତି ୨୩୩ ଟଙ୍କା ବୃଦ୍ଧି ପାଇଛି। ପୂର୍ବରୁ ରୂପା କେଜି ୫୬, ୫୧୭ ଟଙ୍କା ଥିବା ବେଳେ ଏବେ ଏହା ବୃଦ୍ଧି ପାଇ ୫୬,୭୫୦ରେ ପହଞ୍ଚିଛି। ଅନ୍ତର୍ଜାତୀୟ ବଜାରରେ ସୁଦା ଆଉନ୍ସ ପ୍ରତି ୧୭୪୩ ଆମେରିକୀୟ ଡଲାରରେ କାରବାର ହେଉଛି। ସେହିପରି ରୂପା ଆଉନ୍ସ ପ୍ରତି ୧୯.୩୬ ଆମେରିକୀୟ ଡଲାରରେ କାରବାର ହେଉଛି। ସୁନାର ମୁଲ୍ୟ ଦେଶର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ରହିଥାଏ । ରାଜ୍ୟ ଟିକସ ଓ ଅନ୍ୟାନ୍ୟ ଟିକସ ହେତୁ ସମସ୍ତ ସ୍ଥାନରେ ଗୋଟିଏ ଦାମରେ ସୁନା ମିଳିନଥାଏ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମଝି ସମୁଦ୍ରରେ ବୁଡ଼ିଲା ଯାତ୍ରୀବାହୀ ଡ଼ଙ୍ଗା, ଜଣେ ମୃତ, ୨୦ ଉଦ୍ଧାର
ଦୁର୍ଘଟଣାରେ ଜଣେ ୫୪ ବର୍ଷୀୟ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୨୦ ଜଣଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।
National
ଆସାମରୁ ଗିରଫ ହେଲେ ଆଉ ୨ ଦୁଇ ବାଂଲାଦେଶୀ ଆତଙ୍କୀ
ଏହାପୂର୍ବରୁ ଆସାମ, ପଶ୍ଚିମବଙ୍ଗ ଓ କେରଳରୁ ୮ ଜଣ ଏବିଟି ସଦସ୍ୟ ଗିରଫ ହୋଇଥିଲେ। ସେମାନଙ୍କୁ ଜେରା କରାଯିବା ବେଳେ ଅବଦୁଲ ଓ ମୀର୍ଦ୍ଧା ସମ୍ପର୍କରେ ସୂଚନା ମିଳିଥିଲା।
Viral
ଅସୁସ୍ଥ ପତ୍ନୀଙ୍କ ପାଇଁ ନେଲେ VRS, କିନ୍ତୁ ବିଦାୟ ସମ୍ବର୍ଦ୍ଧନା ବେଳେ ଆଖି ବୁଜିଲେ ପତ୍ନୀ
କ୍ୟାମେରାକୁ ଚାହିଁ ହସୁଥିଲେ। ବେକରେ ଥିଲା ବିରାଟ ଗେଣ୍ଡୁମାଳ। କିଛି ଫୁଲ ମଧ୍ୟ ସେ ଧରିଥିଲେ। ସ୍ୱାମୀଙ୍କ ବିଦାୟୀ କାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ପାଇଁ ତାଙ୍କ ଚାରି ପାଖର ପରିବେଶ ବେଶ ଉତ୍ସବ ମୁଖର ଥିଲା। ସମସ୍ତେ ଖୁସି ହୋଇ କାର୍ଯ୍ୟକ୍ରମର ମଜା ନେଉଥିଲେ। କିନ୍ତୁ ...
National
ସଂସଦ ନିକଟରେ ନିଜକୁ ଜାଳି ଦେଲେ, ମିଳିଲା ଅଧା ପୋଡ଼ା ଚିଠି
ଘଟଣା ସ୍ଥଳରୁ ପୁଲିସ୍ ଦୁଇ ପୃଷ୍ଠାର ଅଧା ଲେଖା ଚିଠି ଠାବ କରିଛି। କିନ୍ତୁ ଏଥିରେ ଥିବା ବିଷୟବସ୍ତୁ ସମ୍ପର୍କରେ ଜଣାପଡ଼ି ନାହିଁ।
National
ଲିଫ୍ଟ ଦେଉଥିଲା, ଜୀବନ ନେଉଥିଲା: ୧୧ ଜଣଙ୍କୁ ମାରିବା ପରେ ଧରାପଡ଼ିଲା
ଜଣେ ମୃତକଙ୍କ ପୀଠରେ ଅଭିଯୁକ୍ତ ଜଣକ ପିଠିରେ ଧୋକା ବାଜ ବୋଲି ଲେଖିଥିଲା। ପୀଡ଼ିତ ଜଣଙ୍କ ପୂର୍ବତନ ସେନା କର୍ମଚାରୀ। ସେ ଗୋଟିଏ ଘରୋଇ ଫ୍ୟାକ୍ଟ୍ରୀରେ ସିକ୍ୟୁରିଟୀ ଗାର୍ଡ ଭାବେ କାମ କରୁଥିଲେ।