ଫତେହପୁର: ରବିବାର ଫତେହପୁର ନିକଟରେ ଦିଲ୍ଲୀ-ହାୱଡ଼ା ରୁଟ୍ରେ ଏକ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। ଫଳରେ ଏହି ଟ୍ରାକରେ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଆଜି ସକାଳ ୧୦ଟା ୩୦ରେ ଏହି ଟ୍ରେନ୍ ଦୁର୍ଘଟଣା ଘଟିଛି। ଉତ୍ତରପ୍ରଦେଶର ଫତେହପୁର ନିକଟସ୍ଥ ରାମୱାନ ଷ୍ଟେସନ ନିକଟରେ ଟ୍ରେନଟି ଓଲଟିପଡ଼ିଛି। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ୭ଟି କୋଚ ପରସ୍ପରକୁ ଚଢ଼ିଯାଇଛି। ଫଳରେ ଅପ ଏବଂ ଡାଉନ୍ ଲାଇନ୍ରେ ଟ୍ରେନଚଳାଚଳ ବାଧାପ୍ରାପ୍ତ ହୋଇଛି। ଘଟଣାସ୍ଥଳରେ ରେଲୱେ ପ୍ରଶାସନିକ ଅଧିକାରୀମାନେ ପହଞ୍ଚି ଅନୁଧ୍ୟାନ ଆରମ୍ଭ କରିଛନ୍ତି। ଯୁଦ୍ଧକାଳୀନ ଭିତ୍ତିରେ ରୁଟ୍ ପରିସ୍କାର ପାଇଁ ଉଦ୍ୟମ ଜାରି ରହିଛି। ସନ୍ଧ୍ୟା ସୁଦ୍ଧା ଟ୍ରେନ୍ ଚଳାଚଳ ସ୍ୱଭାବିକ ହେବା ନେଇ ସମ୍ଭାବନା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
ହଟିଲା କଟକଣା: ଏଣିକି ଫେଲ୍ ହେଲେ ଫେଲ୍
୫ମ ଓ ୮ମ ଶ୍ରେଣୀରେ ଫେଲ ହେଉଥିବା ପିଲାମାନଙ୍କୁ ଆଉ ଗୋଟିଏ ସୁଯୋଗ ଦିଆଯିବ। ସେମାନେ ୨ ମାସ ମଧ୍ୟରେ ପୁଣି ପରୀକ୍ଷାର ସୁଯୋଗ ପାଇପାରିବେ।
National
ସ୍କୁଲ ଛାଡ଼ିବାକୁ ଯିବା ବେଳେ ୨ ନାବାଳକ ସାବତ ଭାଇଙ୍କ ତଣ୍ଟି କାଟିଦେଲା
ଅଭିଯୁକ୍ତ ନୀରଜ ଶର୍ମା ତା’ର ଦୁଇ ସାବତ ଭାଇଙ୍କୁ ବାଇକରେ ସ୍କୁଲ ଛାଡ଼ିବାକୁ ନେଇଥିଲା। କିନ୍ତୁ ସ୍କୁଲ ଯିବା ବଦଳରେ ସେ ଉଭୟଙ୍କୁ ଗୋଟିଏ ନିଛାଟିଆ ସ୍ଥାନକୁ ନେଇ ଯାଇଥିଲା। ସେଠାରେ ସେ ଉଭୟଙ୍କୁ ତଣ୍ଟି କାଟି ହତ୍ୟା କରିଥିଲା।
National
ଶେଖ ହସିନାଙ୍କୁ ଢାକା ପଠାଅ: ଭାରତକୁ ଚିଠି ଲେଖିଲା ବାଂଲାଦେଶ
ଢାକା ଭିତ୍ତିକ ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ(ଆଇସିଟି) ମାନବଜାତି ବିରୋଧରେ ଅପରାଧ ଓ ନରସଂହାର ଅଭିଯୋଗରେ ଶେଖ ହସିନା, ତାଙ୍କ ସରକାରରେ ଥିବା ମନ୍ତ୍ରୀ, ପରାମର୍ଶଦାତା, ପୂର୍ବତନ ସାମରିକ ଓ ବେସାମରିକ ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାଣି କରିଛନ୍ତି।
Crime
ହୋଟେଲ ପାର୍କିଂରେ ଟ୍ରିପଲ ମର୍ଡର: ଦୁଇ ଯୁବକ, ଜଣେ ଯୁବତୀଙ୍କୁ ଗୁଳି କରି ହତ୍ୟା
ଗୁଳିମାଡ଼ରେ ଦିଲ୍ଲୀର ଭିକ୍କି ଓ ବିପିନଙ୍କ ସମେତ ହିର୍ସାର ନିଆଙ୍କ ମୃତ୍ୟୁ ହୋଇଛି। ହୋଟେଲର ପାର୍କିଂରେ ଏମାନେ ଛିଡ଼ା ହୋଇଥିବା ବେଳେ କିଛି ଦୁର୍ବୃତ୍ତ ସେଠାରେ ପହଞ୍ଚି ୩ ଜଣଙ୍କୁ ହତ୍ୟା କରିଛନ୍ତି।
National
ପୁଲିସ୍ ପଞ୍ଝାରେ ‘ଲୁଟେରୀ ଦୁଲହନ’: ୩ ବିବାହ, ୧.୨୫ କୋଟି ଠକେଇ
ଗୋଟିଏ ଦଶନ୍ଧି ମଧ୍ୟରେ ମହିଳା ଜଣଙ୍କ ଏକାଧିକ ପୁରୁଷଙ୍କୁ ବିବାହ କରିବା ସହ କେମିତି ୧.୨୫ କୋଟିରୁ ଅଧିକ ଟଙ୍କା ସେମାନଙ୍କ ଠାରୁ ହଡ଼ପ କରିଥିଲା, ତା’ର ତଥ୍ୟ ସାମ୍ନାକୁ ଆସିଛି।