ରାୟପୁର : ପୁଣି ଏକ ଅଭାବନୀୟ ଘଟଣା ଘଟିଛି। ଛତିଶଗଡ଼ର ରାଜଧାନୀ ରାୟପୁର ଏୟାରପୋର୍ଟରେ ଏକ ସରକାରୀ ହେଲିକପ୍ଟର ଦୁର୍ଘଟଣା ଘଟି ୨ ଜଣ ପାଇଲଟଙ୍କ ମୃତ୍ୟୁ ଘଟିଛି। ରାୟପୁର ସ୍ୱାମୀ ବିବେକାନନ୍ଦ ଏୟାରପୋର୍ଟ ରନୱେରେ ଏହି ଦୁର୍ଘଟଣା ଘଟିଛି। ମୃତକ ୨ ଜଣ ପାଇଲଟ ହେଲେ କ୍ୟାପ୍ଟେନ ପଣ୍ଡା ଏବଂ କ୍ୟାପ୍ଟେନ ଶ୍ରୀବାସ୍ତବ।
ଘଟଣାସ୍ଥଳରେ ଜଣକର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣଙ୍କୁ ହସପିଟାଲ ନିଆଯାଉଥିବା ବେଳେ ବାଟରେ ମୃତ୍ୟୁ ଘଟିଛି। ହେଲିକପ୍ଟରଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ମିଳିଥିବା ସୂଚନା ଅନୁସାରେ ଏହି ହେଲିକପ୍ଟରଟି ଛତିଶଗଡ଼ ସରକାରଙ୍କର। ଅବତରଣ ବେଳେ ଏହି ଦୁର୍ଘଟଣା ଘଟିଥିଲା । ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ଟ୍ୱିଟ୍ କରି ମୃତ ଦୁଇ ପାଇଲଟଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।