ଜମ୍ମୁ: ଜମ୍ମୁ କଶ୍ମୀରରେ ପୁଣି ଗର୍ଜନ କଲା ଗୁଳି। ସକ୍ରିୟ ହେଉଛନ୍ତ ଆତଙ୍କବାଦୀ। ଆଜି ଆତଙ୍କବାଦୀଙ୍କ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। । କଶ୍ମୀରିର କୁଲଗ୍ରାମ ଜିଲ୍ଲାର ଏହି ଅଭାବନୀୟ ଘଟଣା ଘଟିଛି। ଜିଲ୍ଲାରେ ଆତଙ୍କବାଦୀ ସଙ୍ଗଠନ ପକ୍ଷରୁ ଏକ ଧମକ ପୂର୍ଣ୍ଣ ପୋଷ୍ଟର ମରାଯାଇଥିଲା। ସେଥିରେ ଅଣବାସିନ୍ଦା ମାନେ ଭ୍ୟାଲି ଛାଡ଼ିବାକୁ ଚେତାବନୀ ଦିଆଯାଥିଲା। ଯଦି ଏହାକୁ କେହି ବେଖାତିର କରନ୍ତି ତାଙ୍କୁ ମୃତ୍ୟୁ ଦଣ୍ଡ ଦିଆଯିବ । ଏହି ପୋଷ୍ଟର ମରାଯିବା ପରେ ଉପରୋକ୍ତ ଗୁଳିକାଣ୍ଡ ଘଟିଛି।
ଗୁରୁତର ବ୍ୟକ୍ତି ଜଣକ ହେଉଛନ୍ତି ସୁରିନ୍ଦର ସିଂହ। ସୁରିନ୍ଦର କୁଲଗ୍ରାମର କାକରନ ଏରିଆରେ ରୁହନ୍ତି। ଗୁଳିମାଡ଼ ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଉକ୍ତ ଅଞ୍ଚଳକୁ କର୍ଡ଼ନ କରାଯାଇଛି। ପୂର୍ବରୁ ଆତଙ୍କବାଦୀ ସଙ୍ଗଠନ ପକ୍ଷରୁ କୁଲଗ୍ରମା ଜିଲ୍ଲାରେ ଧମକପୂର୍ଣ୍ଣ ପୋଷ୍ଟର ମରାଯାଥିଲା।
ସେଥିରେ ସ୍ଥାନୀୟ ଅଞ୍ଚଳର ଅଣବାସିନ୍ଦାମାନଙ୍କୁ ସ୍ଥାନ ଛାଡ଼ିବାକୁ ଧମକ ଦିଆଯାଇଥିଲା। ନଚେତ ପରିଣାମ ଭୋଗିବାକୁ ଚେତାବନୀ ଦିଆଯାଇଥିଲା । ଗତ ଏପ୍ରିଲ ୪ତାରିଖରେ ସୋଫିଆନ ଜିଲ୍ଲାରେ ଆତଙ୍କବାଦୀଙ୍କ ଗୁଳିରେ ଜଣେ କଶ୍ମୀର ପଣ୍ଡିତ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
SpaDeX ମିଶନର ସଫଳ ଉତକ୍ଷେପଣ, ଚନ୍ଦ୍ରଯାନ-୪ ଓ ଗଗନଯାନ ପାଇଁ ବାଟ ଫିଟିଲା
ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସ୍ଥିତ ସତୀଶ ଧାୱନ ସ୍ପେଶ ସେଣ୍ଟରର ପ୍ରଥମ ଲଞ୍ଚ ପ୍ୟାଡରୁ ୨ଟି ସ୍ପେଶକ୍ରାଫ୍ଟ ମହାକାଶକୁ ପଠାଯାଇଛି। ୨୨୦ କିଲୋଗ୍ରାମ ଓଜନ ବିଶିଷ୍ଟ ଚେଜର୍ ଓ ଟାର୍ଗେଟ୍ ସ୍ପେଶକ୍ରାଫ୍ଟକୁ ମହାକାଶରେ ଯୋଡ଼ିବ।
Politics
‘କେରଳ ମିନି ପାକିସ୍ତାନ’ ବୟାନ ପାଇଁ ବିବାଦରେ ମନ୍ତ୍ରୀ ରାଣେ
କଂଗ୍ରେସର ରାହୁଲ ଗାନ୍ଧି ଓ କେରଳର ୱାୟନାଡରୁ ସାଂସଦ ହୋଇଥିବା ପ୍ରିୟଙ୍କା ଗାନ୍ଧି ଭଦ୍ରାଙ୍କୁ ଟାର୍ଗେଟ କରିବା ବେଳେ ନୀତେଶ ରାଣେ କେରଳକୁ ମିନି ପାକିସ୍ତାନ କହିବାକୁ ମଧ୍ୟ ପଛାଇ ନାହାନ୍ତି।
National
୧୧ କୋଟି ଟଙ୍କା ଓ ୫୨ କେଜି ସୁନା ଜବତର ମାଷ୍ଟର ମାଇଣ୍ଡ ସୌରଭ ଶର୍ମା କିଏ? ଖୋଜୁଛନ୍ତି ୩ ତଦନ୍ତକାରୀ ସଂସ୍ଥା
କାର ଭିତରୁ ୧୧ କୋଟି ଟଙ୍କା ଓ ୫୨ କେଜି ଓଜନର ସୁନା ବିସ୍କୁଟ ଜବତ କରିଥିଲା। କୁହାଯାଉଛି ଏହି ଆଖି ଖୋସି ହେବା ଭଳି ସମ୍ପତ୍ତି ପଛର ମାଷ୍ଟରମାଇଣ୍ଡ ହେଉଛନ୍ତି ସୌରଭ ଶର୍ମା। ୩ ତଦନ୍ତକାରୀ ସଂସ୍ଥା ତାଙ୍କୁ ଖୋଜୁ ଥିଲେ ହେଁ ଏଯାଏ ତାଙ୍କ ସମ୍ପର୍କରେ କୌଣସି ଟେର୍ ପାଇନାହାନ୍ତି।
Politics
ହାଇଦ୍ରାବାଦ ଦଳାଚକଟା ଘଟଣା: 'ଆଇନ ଆଗରେ ସମସ୍ତେ ସମାନ' କହିଲେ ପୱନ କଲ୍ୟାଣ
ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ବିରୋଧରେ ହୋଇଥିବା କାର୍ଯ୍ୟାନୁଷ୍ଠାନକୁ ଉଚିତ ବୋଲି ଦର୍ଶାଇଛନ୍ତି ପୱନ କଲ୍ୟାଣ। ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀଙ୍କୁ କଲେ ପ୍ରଶଂସା।
Politics
ରାହୁଲ ଗାନ୍ଧିଙ୍କ ଭିଏତନାମ ଟ୍ରିପକୁ ନେଇ ବିଜେପି-କଂଗ୍ରେସ ମୁହାଁମୁହିଁ
ମନମୋହନ ସିଂହଙ୍କ ଅସ୍ତିକୁ ସଂଗ୍ରହ ପାଇଁ ଗାନ୍ଧି ପରିବାରର କେହି ଉପସ୍ଥିତ ନଥିବାରୁ ଦିନକ ତଳେ ବିଜେପି ଏହା ଉପରେ ପ୍ରଶ୍ନ ଉଠାଇଥିଲା।