ଭୋପାଳ: ବସ୍ ଆଉ ଟ୍ରାଭେରା ମଧ୍ୟରେ ହେଲା ମୁହାଁମୁହିଁ ଧକ୍କା। ଚାଲିଗଲା ୧୧ ଜଣଙ୍କ ଜୀବନ। ଏଭଳି ଭୟଙ୍କର ଦୁର୍ଘଟଣା ଘଟିଛି ମଧ୍ୟପ୍ରଦେଶର ବୈତୁଲ ପରତୱାଡା ଜାତୀୟ ରାଜପଥ ନିକଟରେ।
ପୁଲିସ ସୂଚନା ମୁତାବକ, ଗତ ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଓ ଟ୍ରାଭେରା କାର୍ ମଧ୍ୟରେ ଧକ୍କା ହୋଇଛି। ଫଳରେ ୧୧ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ୪ଜଣଙ୍କ ମୃତଦେହକୁ ଟ୍ରାଭେରା କାଟି ବାହାର କରାଯାଇଛି। ସମସ୍ତ ମୃତକ ଶ୍ରମିକ ବୋଲି ଜଣାପଡିଛି।
ମୃତକଙ୍କ ପରିଚୟ ମିଳିପରିନାହିଁ। ସେପଟେ ଆହତଙ୍କୁ ଚିକିିତ୍ସା ପାଇଁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦ୍ରୁତ ଗତି ଲାଗି ଏଭଳି ଦୁର୍ଘଟଣା ଘଟିଥିବା କୁହାଯାଉଛି। ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।
ତେଲେଙ୍ଗାନାରେ ମଧ୍ୟ ଭିନ୍ନ ଭିନ୍ନ ସଡକ ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ହୋଇଛି। ୪ ଜଣ ଆହତ ହୋଇଛନ୍ତି। ସଙ୍ଗାରେଡି ଓ ବିକାରାବାଦ ଜିଲ୍ଲାରେ ଏହି ଦୁର୍ଘଟଣା ହୋଇଥିବା କୁହାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସାଙ୍ଘାତିକ ଅଭିଯୋଗ: ୫ ବର୍ଷ ଯାଏ ୬୪ ଜଣ ମୋର ଯୌନ ଶୋଷଣ କରିଛନ୍ତି
ଏହି ମାମଲାରେ ପୁଲିସ ଏଯାଏ ୧୦ରୁ ଅଧିକ ଲୋକଙ୍କୁ ଗିରଫ କରିଛି।
National
ରାଜ୍ୟପାଳ ଲାଟ୍ ସାହେବ ପଦ ନୁହେଁ: ରଘୁବର
ଓଡ଼ିଶା ରାଜ୍ୟପାଳ ପଦରୁ ଅବ୍ୟାହତି ପରେ ଗତକାଲି ବିଧିବଦ୍ଧ ଭାବେ ରଘୁବର ଦାସ ପୁଣି ବିଜେପିରେ ସାମିଲ ହୋଇଛନ୍ତି।
National
ପ୍ରେମରୁ ଆରମ୍ଭ ହତ୍ୟାରେ ଶେଷ: ୬ ମାସ ହେବ ଫ୍ରିଜ୍ରେ ରଖିଥିଲା ଲିଭ୍ ଇନ୍ ପାର୍ଟନରଙ୍କ ଶବ
ସଞ୍ଜୟ ପାଟିଦାରଙ୍କ ସହିତ ପ୍ରେମିକା ପିଙ୍କି ପାଞ୍ଚ ବର୍ଷ ହେଲା ଲିଭ୍-ଇନ ସମ୍ପର୍କରେ ଥିଲେ। ସଞ୍ଜୟ ପୂର୍ବରୁ ବିବାହିତ ଥିଲା।
National
ସ୍ୱାମୀର ମୃତ୍ୟୁ ଖବର ଶୁଣି ଝୁଲି ପଡ଼ିଲେ ସ୍ତ୍ରୀ
ଶୁକ୍ରବାର ସନ୍ଧ୍ୟାରେ ଉଭୟ ବିଜୟ ଏବଂ ଶିବାନୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା।
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।