/odisha-reporter/media/post_attachments/uploads/2020/08/corona-3.jpg)
corona-3
ନୂଆଦିଲ୍ଲୀ: ଦେଶରେ ଦ୍ରୁତଗତିରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୯୦,୬୩୨ ନୂଆ ଆକ୍ରାନ୍ତ, ଯାହା ଏକ ରେକର୍ଡ। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧ ଲକ୍ଷ ଟପି ଯାଇଛି।
Advertisment
ଦେଶରେ ୪୧,୧୩,୮୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୧,୮୦,୮୬୬ ଜଣ ସୁସ୍ଥ ହୋଇସାରିଲେଣି। ୮,୬୨,୩୨୦ ଜଣ ଚିକିତ୍ସାଧୀନ ଅଛନ୍ତି।
ସେହିପରି କରୋନାରେ ସାରା ଦେଶରେ ଆଉ ୧୦୬୫ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦,୬୨୬ରେ ପହଞ୍ଚି ଯାଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
