ଶେଷରେ ପଟିଆଲା କୋର୍ଟରେ ଆତ୍ମସମର୍ପଣ କଲେ ସିଦ୍ଧୁ

ଅମୃତସର: ଏକ ରୋଡ଼ରେଜ ମାମଲାରେ ବର୍ଷେ ଜେଲଦଣ୍ଡାଦେଶ ପାଇବାର ଦିନକ ପରେ କଂଗ୍ରେସ ନେତା ତଥା ପୂର୍ବତନ କ୍ରିକେଟର ନବଜୋତ ସିଂହ ସିଦ୍ଧୁ ଆଜି ପଟିଆଲା କୋର୍ଟରେ ଆତ୍ମସମର୍ପଣ କରିଛନ୍ତି ।  ଆଜି ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଆତ୍ମସମର୍ପଣ ନିମନ୍ତେ ଅଧିକ ସମୟ ଲୋଡ଼ିଥିଲେ। କିନ୍ତୁ ତାଙ୍କ ଆବେଦନ ଖାରଜ ହୋଇଯାଇ ଥିଲା। ୧୯୮୮ର ‘ରୋଡ୍‌ ରେଜ୍‌’ ମାମଲାରେ ସୁପ୍ରିମ୍‌କୋର୍ଟ ଗୁରୁବାର ଏକ ବର୍ଷ ଜେଲ୍‌ ଦଣ୍ଡାଦେଶ ଦେବା ପରେ ନବଜୋତ୍‌ଙ୍କୁ ଆତ୍ମସମର୍ପଣ କରିବା ଲାଗି ଆଦେଶ […]

navjot-singh-sidhu

navjot-singh-sidhu

Tapas Behera
  • Published: Friday, 20 May 2022
  • Updated: 20 May 2022, 05:16 PM IST

Sports

Latest News

ଅମୃତସର: ଏକ ରୋଡ଼ରେଜ ମାମଲାରେ ବର୍ଷେ ଜେଲଦଣ୍ଡାଦେଶ ପାଇବାର ଦିନକ ପରେ କଂଗ୍ରେସ ନେତା ତଥା ପୂର୍ବତନ କ୍ରିକେଟର ନବଜୋତ ସିଂହ ସିଦ୍ଧୁ ଆଜି ପଟିଆଲା କୋର୍ଟରେ ଆତ୍ମସମର୍ପଣ କରିଛନ୍ତି ।  ଆଜି ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଆତ୍ମସମର୍ପଣ ନିମନ୍ତେ ଅଧିକ ସମୟ ଲୋଡ଼ିଥିଲେ। କିନ୍ତୁ ତାଙ୍କ ଆବେଦନ ଖାରଜ ହୋଇଯାଇ ଥିଲା।

୧୯୮୮ର ‘ରୋଡ୍‌ ରେଜ୍‌’ ମାମଲାରେ ସୁପ୍ରିମ୍‌କୋର୍ଟ ଗୁରୁବାର ଏକ ବର୍ଷ ଜେଲ୍‌ ଦଣ୍ଡାଦେଶ ଦେବା ପରେ ନବଜୋତ୍‌ଙ୍କୁ ଆତ୍ମସମର୍ପଣ କରିବା ଲାଗି ଆଦେଶ ଦେଇଥିଲେ। ସୁପ୍ରିମକୋର୍ଟରେ ସିଦ୍ଧୁଙ୍କ ପାଇଁ ଆବେଦନ କରିଥିବା ଆଇନଜୀବୀ ଅଭିଷେକ ମନୁସିଙ୍ଘଭୀ ଆଜି ଜଷ୍ଟିସ ଏଏମ ଖାନୱିଲକରଙ୍କ ନିକଟରେ ଅଧିକ ସମୟ ଲୋଢ଼ିଥିଲେ। ତେବେ ସେ ପ୍ରଧାନ ବିଚାରପତି ଜଷ୍ଟିସ ଏନଭି ରମନ୍ନାଙ୍କ ଖଣ୍ଡପୀଠରେ ଏନେଇ ଆବେଦନ କରିବାକୁ ସିଙ୍ଘଭୀଙ୍କୁ ପରାମର୍ଶ ଦେଇଥିଲେ । ଫଳରେ ତାଙ୍କର ଆବେଦନ  ଏକ ପ୍ରକାର ଖାରଜ ହୋଇଯାଥିଲା। ୧୯୮୮ ମସିହାରେ ଗାଡ଼ି ପାର୍କିଂକୁ ନେଇ ସିଦ୍ଧୁ ଓ ଗୁରନାମ ସିଂହଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏହି ସମୟରେ ସିଦ୍ଧୁ ତାଙ୍କୁ ମାଡ଼ ମାରିଥିଲେ। ପରବର୍ତ୍ତୀ ଅବସ୍ଥାରେ ଗୁରନାମ ସିଂହଙ୍କ ମୃତ୍ୟୁ ଘଟିଥିଲା।

ଏହାର ବିଚାର କରି ଗୁରୁବାର ସୁପ୍ରିମକୋର୍ଟ ସିଦ୍ଧୁଙ୍କୁ ୧ ବର୍ଷର ଜେଲଦଣ୍ଡରେ ଦଣ୍ଡିତ କରିଥିଲେ। ସୂଚନାନୁସାରେ, ୧୯୮୮ରେ ପଞ୍ଜାବରେ ଘଟିଥିଲା ରୋଡ୍ ରେଜ୍ କେସ୍। ପଟିଆଲାରେ ରାସ୍ତା ମଝିରେ ଗାଡ଼ି ପାର୍କିଂ କରିଥିଲେ। ଏହି ସମୟରେ ଗୁରୁନାମ ସିଂହ ନାମକ ୬୫ ବର୍ଷୀୟ ବୃଦ୍ଧ ତାଙ୍କୁ କାର୍ ରାସ୍ତାରୁ ହଟାଇବାକୁ କହିଥିଲେ। ଏହି ଘଟଣାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏହି ସମୟରେ ସିଦ୍ଧୁ ରାଗରେ ବୃଦ୍ଧଙ୍କ ମୁଣ୍ଡକୁ ପିଟିଥିଲେ। ଏଥିରେ ବୃଦ୍ଧ ଜଣଙ୍କର ମୃତ୍ୟୁ ଘଟିଥିଲା। କିନ୍ତୁ ବୃଦ୍ଧଙ୍କର ହୃଦଘାତରେ ମୃତ୍ୟୁ ହୋଇଥିବା ସିଦ୍ଧୁ କହିଥିଲେ। ଏହି ଘଟଣାରେ ସିଦ୍ଧୁ ଏବଂ ତାଙ୍କ ବନ୍ଧୁ ରୁପିନ୍ଦର ସିଂହଙ୍କ ବିରୋଧରେ ପଟିଆଲା ପୋଲିସ ଏକ ହତ୍ୟା ମାମଲା ରୁଜୁ କରିଥିଲା।

୨୦୦୬ ରେ ପଞ୍ଜାବ-ହରିୟାଣା ହାଇକୋର୍ଟ ଏହି ମାମଲାରେ ସିଦ୍ଧୁଙ୍କୁ ୩ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଥିଲେ।ଏହାପରେ ସିଦ୍ଧୁ ସୁପ୍ରିମକୋର୍ଟରେ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିଥିଲେ। ୨୦୧୮ ମେ ରେ ସିଦ୍ଧୁଙ୍କୁ ନିର୍ଦ୍ଦୋଷରେ ଖଲାସ କରିଥିଲେ ସୁପ୍ରିମକୋର୍ଟ । ଏହା ପରେ ପୀଡ଼ିତଙ୍କ ପରିବାର ପକ୍ଷରୁ ଏହା ଉପରେ ଏକ ରିଭ୍ୟୁ ପିଟିସନ୍ ଦାଖଲ କରାଯାଇଥିଲା। ଏହାର ଶୁଣାଣି କରି ସୁପ୍ରିମକୋର୍ଟ ଏହି ଦଣ୍ଡାଦେଶ ଶୁଣାଇଥିଲେ। ସିଦ୍ଧୁଙ୍କୁ ଆଇପିସିର ଧାରା ୩୨୩ ଆଧାରରେ ଗୋଟିଏ ବର୍ଷ ଜେଲ୍ ଦଣ୍ଡାଦେଶ ଦେଇଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story