ନୂଆଦିଲ୍ଲୀ: ଦେଶରେ ସଂକ୍ରମଣ ବେଗରେ ସାମାନ୍ୟ ବ୍ରେକ୍ ଲାଗିଛି। କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦ ହଜାର ତଳେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦୈନିକ ମୃତ୍ୟୁ ସଂଖ୍ୟା ମଧ୍ୟ କମିଥିବା ଦେଖିବାକୁ ମିଳିଛି ।
ସ୍ୱାସ୍ଥ୍ୟ ମନ୍ତ୍ରାଳୟର ରିପୋର୍ଟ ଅନୁସାରେ ଦିନକରେ ୩୮୯୪୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୦ ଲକ୍ଷ ୨୬ ହଜାର ୮୨୯ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟା ମଧ୍ୟରେ ୫୪୨ ଜଣଙ୍କ ମୃତ୍ୟୁ ଘଟିଛି । ସମୁଦାୟ ମୃତ୍ୟୁସଂଖ୍ୟା ୪ ଲକ୍ଷ ୧୨ ହଜାର ୫୩୧ରେ ପହଞ୍ଚିଛି। ଆରୋଗ୍ୟ ସଂଖ୍ୟା ୩ କୋଟି ୧ ଲକ୍ଷ ୮୩ ହଜାର ୮୭୬ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମୋଟ ୪୩୦୪୨୨ ରହିଛି ।
ଅନ୍ୟପକ୍ଷରେ ଗତ କାଲି ଦେଶରେ ମୋଟ ୩୮ ଲକ୍ଷ ୭୮ ହଜାର ଲୋକଙ୍କୁ ଟିକା ଦିଆଯାଇଛି। ଏହାକୁ ମିଶାଇ ଦେଶରେ ଏବେ ୩୯,୫୩,୪୩,୭୬୭ ଜଣଙ୍କୁ ଟିକା ଦିଆଯାଇଛି।
https://twitter.com/ANI/status/1415880091293261827?s=20
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।