ଦେଶରେ ଧୀରେ ଧୀରେ ହ୍ରାସ ପାଉଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି । ତେବେ ଗଲା କିଛି ଦିନ ହେବ କରୋନା ମାମଲା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଦେଶରେ ୧ଲକ୍ଷ ୨୭ ହଜାର ୫୧୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଯାହା ଗତ ଏପ୍ରିଲ ୧୦ ତାରିଖ ପରଠାରୁ ଅର୍ଥାତ୍ ୫୩ ଦିନ ମଧ୍ୟରେ ସର୍ବନିମ୍ନ ବୋଲି ଜଣାଯାଇଛି। ସେହିପରି ମୃତ୍ୟୁ ସଂଖ୍ୟାରେ ମଧ୍ୟ ସାମାନ୍ୟ ସୁଧାର ଆସିଛି । ଦିନକରେ ୨୭୯୫ […]

Covid19

Covid19

Madhupriya Mistry
  • Published: Tuesday, 01 June 2021
  • Updated: 01 June 2021, 10:39 AM IST

Sports

Latest News

ନୂଆଦିଲ୍ଲୀ: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି । ତେବେ ଗଲା କିଛି ଦିନ ହେବ କରୋନା ମାମଲା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଦେଶରେ ୧ଲକ୍ଷ ୨୭ ହଜାର ୫୧୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଯାହା ଗତ ଏପ୍ରିଲ ୧୦ ତାରିଖ ପରଠାରୁ ଅର୍ଥାତ୍ ୫୩ ଦିନ ମଧ୍ୟରେ ସର୍ବନିମ୍ନ ବୋଲି ଜଣାଯାଇଛି।

ସେହିପରି ମୃତ୍ୟୁ ସଂଖ୍ୟାରେ ମଧ୍ୟ ସାମାନ୍ୟ ସୁଧାର ଆସିଛି । ଦିନକରେ ୨୭୯୫ ଜଣ କରୋନାରେ ଆକ୍ରାନ୍ତ ହୋଇ ଆଖିବୁଜିଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ ୨ ଲକ୍ଷ ୫୫ ହଜାର ୨୮୭ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ ଦେଇଥିବା ସୂଚନା ମୁତାବକ ନୂଆ ମାମଲାକୁ ମିଶାଇ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ରା ୨ କୋଟି ୮୧ ଲକ୍ଷ ୭୫ ହଜାର ୪୪ରେ ପହଞ୍ଚିଛି । ଏବେ ଦେଶରେ ୧୮ ଲକ୍ଷ ୯୫ ହଜାର ୫୨୦ଟି ସକ୍ରିୟ ମାମଲା ଥିବାବେଳେ ସମୁଦାୟ ୨କୋଟି ୫୯ ଲକ୍ଷ ୪୭ ହଜାର ୬୨୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି | ଏଥି ସହିତ ଦେଶରେ ମୋଟ କୋଭିଡ୍‌ ମୃତକଙ୍କ ସଂଖ୍ୟା ୩,୩୧,୮୯୫ରେ ପହଞ୍ଚିଛି। ସେହିପରି ସମୁଦାୟ ୨୧ କୋଟି ୬୦ ଲକ୍ଷ ୪୬ ହଜାର ୬୩୮ ଜଣଙ୍କୁ ଟିକା ଦିଆଯାଇଛି |

https://twitter.com/ANI/status/1399574720266207237?s=20

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos