ବିହାରରେ ମହାମେଣ୍ଟ ପାର୍ଟ-୨, ଆଜି ଶପଥ ନେବେ ନୀତୀଶ

ପାଟନା: ବିହାରରେ ନୂଆ ମହାମେଣ୍ଟ ସରକାର। ଆଜି ଆୟୋଜିତ ହେବ ଶପଥ ଗ୍ରହଣ ଉତ୍ସବ। ଅପରାହ୍ନରେ ଶପଥ ନେବେ ମହାଗଠବନ୍ଧନ ସରକାର-୨.୦। ରାଜଭବନରେ ଶପଥ ନେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ। ଏ ନେଇ ଆରଜେଡି ପକ୍ଷରୁ ଟୁଇଟ ମାଧ୍ୟମରେ ସୂଚନା ଦିଆଯାଇଛି। ମହାଗଠବନ୍ଧନ ପାର୍ଟ-୨ ସରକାରରେ ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ଏବଂ ତେଜସ୍ୱୀ ଯାଦବ ଉପମୁଖ୍ୟମନ୍ତ୍ରୀ ହେବେ ବୋଲି ସୂଚନା ମିଳିଛି। ମନ୍ତ୍ରିମଣ୍ଡଳରେ କିଏ ସଦସ୍ୟ ରହିବ, ସେ ନେଇ ନିଷ୍ପତ୍ତି ନେବାକୁ ନୀତୀଶଙ୍କୁ […]

Nitish Kumar

Nitish Kumar

Madhupriya Mistry
  • Published: Wednesday, 10 August 2022
  • Updated: 10 August 2022, 09:27 AM IST

Sports

Latest News

ପାଟନା: ବିହାରରେ ନୂଆ ମହାମେଣ୍ଟ ସରକାର। ଆଜି ଆୟୋଜିତ ହେବ ଶପଥ ଗ୍ରହଣ ଉତ୍ସବ। ଅପରାହ୍ନରେ ଶପଥ ନେବେ ମହାଗଠବନ୍ଧନ ସରକାର-୨.୦। ରାଜଭବନରେ ଶପଥ ନେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ। ଏ ନେଇ ଆରଜେଡି ପକ୍ଷରୁ ଟୁଇଟ ମାଧ୍ୟମରେ ସୂଚନା ଦିଆଯାଇଛି। ମହାଗଠବନ୍ଧନ ପାର୍ଟ-୨ ସରକାରରେ ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ଏବଂ ତେଜସ୍ୱୀ ଯାଦବ ଉପମୁଖ୍ୟମନ୍ତ୍ରୀ ହେବେ ବୋଲି ସୂଚନା ମିଳିଛି।

ମନ୍ତ୍ରିମଣ୍ଡଳରେ କିଏ ସଦସ୍ୟ ରହିବ, ସେ ନେଇ ନିଷ୍ପତ୍ତି ନେବାକୁ ନୀତୀଶଙ୍କୁ ବିଶେଷ ଅଧିକାର ଦିଆଯାଇଛି। ସେପଟେ ବିଧାନସଭାର ବାଚସ୍ପତି ତେଜସ୍ୱୀଙ୍କ ଦଳ ଆରଜେଡି ଭାଗରେ ପଡ଼ିବ ବୋଲି ଜଣାପଡ଼ିଛି। ନୀତୀଶଙ୍କ ନୂଆ ସରକାରରେ କଂଗ୍ରେସ ଓ ବାମ ଦଳର ସଦସ୍ୟ ବି ସାମିଲ ହେବେ ବୋଲି ସୂଚନା ମିଳିଛି।

ବିଜେପି ହାତ ଛାଡ଼ିବା ପରେ ନୀତିଶ ଗତକାଲି ରାଜ୍ୟପାଳ ଫଗୁ ଚୌହ୍ୱାନଙ୍କୁ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଥିଲେ। ମହାଗଠନବନ୍ଧନ ସରକାରକୁ ୭ଟି ଦଳର ସମର୍ଥନ ରହିଥିବା ବେଳେ ବିଧାନସଭାରେ ମେଣ୍ଟ ଦଳର ୧୬୪ ବିଧାୟକ ରହିଥିବା ନୀତୀଶ ସୂଚନା ଦେଇଥିଲେ।

ସେପଟେ ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ନୀତୀଶଙ୍କ ନାଁରେ ଆଉ ଏକ ନୂଆ ଯୋଡ଼ି ହେବ। ଏହାକୁ ମିଶାଇ ନୀତୀଶ ୮ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ମାର୍ଚ୍ଚ, ୨୦୦୦ ମସିହାରେ ପ୍ରଥମ କରି ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ନୀତୀଶ। କେନ୍ଦ୍ରରେ ବାଜପେୟୀଙ୍କ ସରକାର ଥିବା ବେଳେ ସେ ମୁଖ୍ୟମନ୍ତ୍ରୀ ସିନା ହୋଇଥିଲେ କିନ୍ତୁ ସଂଖ୍ୟା ଗରିଷ୍ଠତା ପ୍ରମାଣ ପୂର୍ବରୁ ତାଙ୍କୁ ପଦବୀ ଛାଡ଼ିବାକୁ ପଡ଼ିଥିଲା।

୨୦୦୫ରେ ପୁଣି ଥରେ ମୁଖ୍ୟମନ୍ତ୍ରୀ ହୋଇଥିଲେ ନୀତୀଶ କୁମାର। ବିହାରରେ ଓବିସି ବର୍ଗଙ୍କ ମଧ୍ୟରେ ବେଶ୍ ପରିଚିତ ଥିବା ନୀତୀଶ ସେତେବେଳେ ସମସ୍ତଙ୍କ ପ୍ରଥମ ପସନ୍ଦ ଥିଲେ। ଏକଦା ଲାଲୁ ଯାଦବଙ୍କ ସାନ ଭାଇ ଭାବେ ପରିଚିତ ଥିବା ନୀତୀଶ, ୨୦୧୦ରେ ବିଜେପି ସହ ମେଣ୍ଟରେ ଲଢ଼ିଥିଲେ ନିର୍ବାଚନ। ସେତେବେଳେ ସ୍କୁଲ ଛାତ୍ରୀଙ୍କୁ ମାଗଣା ସାଇକେଲ୍ ବାଣ୍ଟି ବେଶ ଚର୍ଚ୍ଚାକୁ ଆସିଥିଲେ। ହେଲେ ୨୦୧୪ ସାଧାରଣ ନିର୍ବାଚନରେ ଜେଡିୟୁର ଖରାପ ପଦର୍ଶନ ଓ ମୋଦି କ୍ୟାମ୍ପେନ୍ କମିଟିର ମୁଖ୍ୟ ହେବା ପରେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ି ଥିଲେ ସେ।

ନୀତୀଶ, କେବେ ଏପଟେ କେବେ ସେପଟେ। ଏହି ଥିଓରୀରେ ପୁଣିଥରେ ୨୦୧୫ରେ ଆର୍‌ଜେଡି ଓ କଂଗ୍ରେସର ହାତ ଧରି ନିର୍ବାଚନ ଲଢ଼ି ମୁଖ୍ୟମନ୍ତ୍ରୀ ହୋଇଥିଲେ। ହେଲେ ଦୁଇ ବର୍ଷ ନଯାଉଣୁ ମହାମେଣ୍ଟ ସହ ଅଲଗା ହୋଇଥିଲେ। ଗତକାଲି ଭଳି ୨୦୧୭ରେ, ନୀତୀଶ କୁମାର ସକାଳେ ମହାମେଣ୍ଟରୁ ଇସ୍ତଫା ଦେଇ ସଂଧ୍ୟାରେ ବିଜେପି ଆଡକୁ ଢ଼ଳି ମୁଖ୍ୟମନ୍ତ୍ରୀ ହୋଇଥିଲେ। ଏହାପରେ ୨୦୨୦ରେ ପୁଣି ଥରେ ବିଜେପି ସହ ମିଶି ମୁଖ୍ୟମନ୍ତ୍ରୀ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story