Advertisment

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନୀତୀଶ କୁମାର

ପାଟନା: ରାଜନୀତିକ ହଟଚମଟ ଭିତରେ ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ନୀତୀଶ କୁମାର। ବିଜେପି ସହ ମେଣ୍ଟ ଭାଙ୍ଗିବା ପରେ ନୀତୀଶ କୁମାର ଆଜି ଅପରାହ୍ଣରେ ରାଜ୍ୟପାଳ ଫଗୁ ଚୌହ୍ୱାନଙ୍କୁ ଭେଟିଥିଲେ। ତାଙ୍କ ସହ ରାଜ୍ୟରେ ସୃଷ୍ଟି ହୋଇଥିବା ରାଜନୀତିକ ହଟଚମଟ ବିଷୟରେ ଆଲୋଚନା କରିଥିଲେ। ଏହାପରେ ସେ ବିଧିବଦ୍ଧ ଭାବେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଏଥିସହ ନୂଆ ସରକାର ଗଠନ କରିବାକୁ ଦାବି ଜଣାଇଛନ୍ତି। ଏବେ ସମସ୍ତଙ୍କ ନଜର ରାଜ୍ୟପାଳଙ୍କ ନିଷ୍ପତ୍ତି ଉପରେ […]

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନୀତୀଶ କୁମାର

Nitish-Kumar1

Advertisment

ପାଟନା: ରାଜନୀତିକ ହଟଚମଟ ଭିତରେ ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ନୀତୀଶ କୁମାର। ବିଜେପି ସହ ମେଣ୍ଟ ଭାଙ୍ଗିବା ପରେ ନୀତୀଶ କୁମାର ଆଜି ଅପରାହ୍ଣରେ ରାଜ୍ୟପାଳ ଫଗୁ ଚୌହ୍ୱାନଙ୍କୁ ଭେଟିଥିଲେ। ତାଙ୍କ ସହ ରାଜ୍ୟରେ ସୃଷ୍ଟି ହୋଇଥିବା ରାଜନୀତିକ ହଟଚମଟ ବିଷୟରେ ଆଲୋଚନା କରିଥିଲେ। ଏହାପରେ ସେ ବିଧିବଦ୍ଧ ଭାବେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଏଥିସହ ନୂଆ ସରକାର ଗଠନ କରିବାକୁ ଦାବି ଜଣାଇଛନ୍ତି। ଏବେ ସମସ୍ତଙ୍କ ନଜର ରାଜ୍ୟପାଳଙ୍କ ନିଷ୍ପତ୍ତି ଉପରେ ରହିଛି। ସେ ନୀତୀଶ କୁମାରଙ୍କୁ ନୂଆ ସରକାର ଗଠନ କରିବାକୁ ଡାକିବେ ନା ଆଉ କୌଣସି ରାଜନୀତିକ ବିକଳ୍ପ ଦେଖିବେ, ତା’କୁ ସମସ୍ତେ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି।

Advertisment

ପ୍ରାଥମିକ ଅବସ୍ଥାରେ ନୀତୀଶ କୁମାର ଇସ୍ତଫା ଦେବାକୁ ଚାହୁଁ ନଥିଲେ। ହେଲେ ମେଣ୍ଟ ସରକାରରେ ମନ୍ତ୍ରୀ ହୋଇଥିବା ବିଜେପି ବିଧାୟକମାନେ ପଦ ଛାଡ଼ିବାକୁ ରାଜି ହୋଇ ନଥିଲେ। ତେଣୁ ସେ ବାଧ୍ୟ ହୋଇ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଇସ୍ତଫା ଦେଇଥିବାରୁ ରାଜ୍ୟରେ ଗଠନ ହୋଇଥିବା ବିଜେପି ଓ ଜେଡିୟୁ ମେଣ୍ଟ ଆପେଆପେ ଭାଙ୍ଗି ଯାଇଛି।

ଜେଡିୟୁ ଓ ନୀତୀଶ କୁମାର ବିଜେପି ହାତ ଛାଡ଼ିଥିବାରୁ ତାଙ୍କୁ ଆରଜେଡି ଓ କଂଗ୍ରେସ ସମର୍ଥନ ଘୋଷଣା କରିଛନ୍ତି। ତେଣୁ ଏମାନଙ୍କ ସହ ମିଶି ନୀତୀଶ କୁମାର ପୁଣି ସରକାର ଗଠନ କରିବେ ବୋଲି କୁହାଯାଉଛି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe