କଣ୍ଟେଣ୍ଟ ଉପରେ ପ୍ରତିବନ୍ଧକ ଲାଗୁ କରିବା ପାଇଁ କୌଣସି ବ୍ୟବସ୍ଥା ହୋଇନି

ନୂଆଦିଲ୍ଲୀ: ଜରୁରିକାଳୀନ ସ୍ଥିତିରେ ଡିଜିଟାଲ ମିଡିଆରେ ପ୍ରସାରିତ କେତେକ କଣ୍ଟେଣ୍ଟ ଉପରେ ପ୍ରତିବନ୍ଧକ ଲାଗୁ କରିବା ନିମନ୍ତେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ସଚିବ ନିର୍ଦ୍ଦେଶ ଜାରି କରିପାରିବେ। କେନ୍ଦ୍ର ସରକାର ଡିଜିିଟାଲ ମିଡିଆ ଓ ଓଟିଟି ପ୍ଲାଟଫର୍ମ ନେଇ ନୂଆ ଗାଇଡଲାଇନ୍ ଆଣିବା ପରେ ଏଭଳି ଖବର ସାମ୍ନାକୁ ଆସିଛି। ଯାହାକୁ ନେଇ ସୂଚନା ପ୍ରସାରଣ ମନ୍ତ୍ରାଳୟ ସ୍ପଷ୍ଟୀକରଣ ରଖିଛି। ସରକାରଙ୍କ ତରଫରୁ ସ୍ପଷ୍ଟ କରାଯାଇଛି ଯେ ଏହା କୌଣସି ନୂଆ ବ୍ୟବସ୍ଥା ନୁହେଁ। ବିଗତ […]

social-media

Subhransu Sekhar
  • Published: Saturday, 27 February 2021
  • , Updated: 27 February 2021, 07:43 PM IST

ନୂଆଦିଲ୍ଲୀ: ଜରୁରିକାଳୀନ ସ୍ଥିତିରେ ଡିଜିଟାଲ ମିଡିଆରେ ପ୍ରସାରିତ କେତେକ କଣ୍ଟେଣ୍ଟ ଉପରେ ପ୍ରତିବନ୍ଧକ ଲାଗୁ କରିବା ନିମନ୍ତେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ସଚିବ ନିର୍ଦ୍ଦେଶ ଜାରି କରିପାରିବେ। କେନ୍ଦ୍ର ସରକାର ଡିଜିିଟାଲ ମିଡିଆ ଓ ଓଟିଟି ପ୍ଲାଟଫର୍ମ ନେଇ ନୂଆ ଗାଇଡଲାଇନ୍ ଆଣିବା ପରେ ଏଭଳି ଖବର ସାମ୍ନାକୁ ଆସିଛି। ଯାହାକୁ ନେଇ ସୂଚନା ପ୍ରସାରଣ ମନ୍ତ୍ରାଳୟ ସ୍ପଷ୍ଟୀକରଣ ରଖିଛି।

ସରକାରଙ୍କ ତରଫରୁ ସ୍ପଷ୍ଟ କରାଯାଇଛି ଯେ ଏହା କୌଣସି ନୂଆ ବ୍ୟବସ୍ଥା ନୁହେଁ। ବିଗତ ୧୧ବର୍ଷ ଧରି (୨୦୦୯ ପରଠାରୁ) ଜନସାଧାରଣଙ୍କୁ ମିଳୁଥିବା ସୂଚନା ଉପରେ ପ୍ରତିବନ୍ଧକ ଲଗାଇବା ଲାଗି ପ୍ରକ୍ରିୟା ଓ ସୁରକ୍ଷା ବ୍ୟବସ୍ଥା ନିୟମାବଳୀ, ୨୦୦୯ ଅନ୍ତର୍ଗତ ଏହି ବ୍ୟବସ୍ଥାକୁ ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରଣାଳୟର ସଚିବ କାର୍ଯ୍ୟକାରୀ କରି ଆସୁଥିଲେ।

୨୫ ଫେବୃଆରୀ, ୨୦୨୧ରେ ଜାରି ହୋଇଥିବା ନିୟମାବଳୀ ଅନ୍ତର୍ଗତ କେବଳ ଏହି ବ୍ୟବସ୍ଥାକୁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସଚିବଙ୍କ କ୍ଷମତା ଅଧୀନକୁ ଅଣାଯାଇଛି। କାରଣ ସୂଚନା ପ୍ରଯୁକ୍ତି (ମଧ୍ୟସ୍ଥ ଦିଶାନିର୍ଦ୍ଦେଶ ଏବଂ ଡିଜିଟାଲ ମିଡିଆ ଆଚାର ସଂହିତା) ନିୟମାବଳୀ, ୨୦୨୧କୁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ କାର୍ଯ୍ୟକାରୀ କରିବ। ଅର୍ଥାତ୍ କଣ୍ଟେଣ୍ଟ ବ୍ଲକ୍ କରିବା ଲାଗି ବ୍ୟବସ୍ଥାରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ କିମ୍ବା କୌଣସି ନୂଆ ବ୍ୟବସ୍ଥା ମଧ୍ୟ କରାଯାଇନାହିଁ ବୋଲି ସୂଚନା ଓ ପ୍ରସାରଣ ମନ୍ତ୍ରାଳଯ ସ୍ପଷ୍ଟ କରିଛି।

Related story