ନୂଆଦିଲ୍ଲୀ: ପାଣି ଭିତରେ ପ୍ଲେନ୍ କ୍ରାଶ। ମୱାନଜାରୁ ବୁକୋବା ଅଭିମୁଖେ ଯାତ୍ରା କରୁଥିବା ଏକ ବିମାନ ତାଞ୍ଜାନିଆର ଲେକ ଭିକ୍ଟୋରିଆ ହ୍ରଦରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବର୍ତ୍ତମାନ ସୁଦ୍ଧା ୨୩ ଜଣଙ୍କୁ ଉଦ୍ଧାର କରାଯାଇଛି। ବିମାନରେ ୪୯ ଜଣ ଯାତ୍ରୀ ଥିଲେ। ବୁଡ଼ିଯାଇଥିବା ଯାତ୍ରୀଙ୍କୁ ଉଦ୍ଧାର ପାଈଁ ଅପରେଶନ ଜାରି ରହିଛି। ବିମାନ ଦୁର୍ଘଟଣାର ଭିଡିଓ ଫୁଟେଜ ମଧ୍ୟ ସାମ୍ନାକୁ ଆସିଛି। ଏହି ଦୃଶ୍ୟ ସୋଶାଲ ମିଡିଆରେ ଭାରାଲ ହୋଇଛି । ଆଫ୍ରିକାର ସର୍ବବୃହତ୍ତ ହ୍ରଦ ଲେକ ଭିକ୍ଟୋରିଆରେ ବିମାନଟି ଅଧା ବୁଡ଼ି ରହିଥିବାର ଦୃଶ୍ୟ ସାମ୍ନାକୁ ଆସିଛି। କ୍ରାସ କରିଥିବା ବିମାନ ତାଞ୍ଜାନିଆର ସର୍ବବୃହତ ଘରୋଇ ମାଲିକାନା
https://twitter.com/BNONews/status/1589169110600110080?s=20&t=RoPou2UGMyib14i49IJ9FQ
ଏୟାରଲାଇନ୍ସ ପ୍ରେସିକନ୍ ଏୟାର ବିମାନ PW 494 ବୋଲି ଜଣାପଡ଼ିଛି। ଏହା ବୁକୋବା ବିମାନବନ୍ଦର ନିକଟରେ ପହଞ୍ଚିବା ପୂର୍ବରୁ ଦୁର୍ଘଟଣାର ଶିକାର ହୋଇଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଆପ୍ ବିରୋଧରେ ବିଜେପି ଜାରି କଲା ‘ଚାର୍ଜଶିଟ୍’
କାର୍ଯ୍ୟକ୍ରମରେ ଆପ୍ ବିରୋଧରେ ବିଭିନ୍ନ ପ୍ରକାରର ସ୍ଲୋଗାନ ଥିବା ପୋଷ୍ଟର ଓ ବ୍ୟାନର ମଧ୍ୟ ଲଗାଇଯାଇଛି। ୧୦ ସାଲ ଦିଲ୍ଲୀ ବେହାଲ, ଦିଲ୍ଲୀ କା ଏକ୍ୟୁଆଇ ହୁଆ ୫୦୦ ପାର, ଯମୁନା ମେଁ ହେ ପଲ୍ୟୁସନ କି ବାହାର ଭଳି ଲେଖା ପ୍ରଦର୍ଶିତ କରାଯାଇଛି।
National
ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର ହେଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ
ଗତ ୧୯ରେ ସଂସଦ ଏଣ୍ଟ୍ରି ଗେଟରେ ‘ଆମ୍ବେଦକର’ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟ ବିକ୍ଷୋଭ ପ୍ରଦର୍ଶନ କରୁଥିଲେ। ଏହି ସମୟରେ ଠେଲା ପେଲା ହୋଇଥିଲା। ଏଥିରେ ଦୁଇ ଜଣ ବିଜେପି ସାଂସଦ ଆହତ ହୋଇଥିଲେ।
National
ଛତିଶଗଡ଼ ମହିଳା ଯୋଜନାର ହିତାଧିକାରୀ ସନ୍ନି ଲିଓନି, ମାସିକ ଭତ୍ତା ହଜାରେ
ଛତିଶଗଡ଼ ସରକାର ବିବାହିତ ମହିଳାଙ୍କୁ ମହତାରି ବନ୍ଦନ ଯୋଜନାରେ ପ୍ରତି ମାସରେ ୧୦୦୦ ଟଙ୍କା ଦିଅନ୍ତି। ଏହାର ହିତାଧିକାରୀ ତାଳିକାରେ ରହିଛି ଅଭିନେତ୍ରୀ ସନ୍ନି ଲିଓନିଙ୍କ ନାଁ।
National
୧୩ କୋଟିର ଘଣ୍ଟା ଆଣିଲେ ଦମ୍ପତି, ବାନ୍ଧିଲା ପୁଲିସ
ଦୁବାଇରୁ ପ୍ରାୟ ୧୩ କୋଟି ଟଙ୍କା ମୂଲ୍ୟର ଦୁଇଟି ଦାମୀ ଘଣ୍ଟା ଚୋରା ଚାଲାଣ କରିବା ଅଭିଯୋଗରେ ରାଜସ୍ଥାନର ଜଣେ ସ୍ୱାମୀ-ସ୍ତ୍ରୀଙ୍କୁ ଶୁକ୍ରବାର ଅହମ୍ମଦାବାଦ ବିମାନବନ୍ଦରରୁ ପୁଲିସ ଗିରଫ କରିଛି।
National
ଉଇ ଖାଇଗଲା ଲକର୍ର ୧୮ ଲକ୍ଷ
୧୮ ଲକ୍ଷ ଟଙ୍କାର ନୋଟ୍ ଖାଇ ସଫାଚଟ୍ କରିଦେଇଛି ଉଇ। ବ୍ୟାଙ୍କ ପକ୍ଷରୁ ଟଙ୍କାଟେ ବି କ୍ଷତିପୂରଣ ପାଇଲେନି ବିଚାରୀ ମହିଳା।