ପାଟନା: ମଝି ନଦୀରେ ଡଙ୍ଗାରେ ହେଲା ବିସ୍ଫୋରଣ। ଘଟଣାସ୍ଥଳରେ ହିଁ ଚାଲିଗଲା ୪ ଜଣଙ୍କ ଜୀବନ। ବିହାରର ରାଜଧାନୀ ପାଟନାରେ ଘଟିଛି ଏଭଳି ଭୟଙ୍କର ଦୁର୍ଘଟଣା।
ଗଙ୍ଗା ନଦୀ ମଝିରେ ଏକ ଡଙ୍ଗାରେ ରଖାଯାଥିବା ଗ୍ୟାସ୍ ସିଲିଣ୍ଡରରେ ବିସ୍ଫୋରଣ ଘଟି ଏହି ଦୁର୍ଘଟଣା ଘଟିଛି। ଡଙ୍ଗାରେ ମୋଟ ୨୦ ଜଣ ଥିବା ବେଳେ ୪ ଜଣଙ୍କ ମୃତ୍ୟୁ ହୋଇଛି। ଏଥିସହ ଅନେକ ଆହତ ହୋଇଛନ୍ତି। ସୂଚନା ମିଳିବା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି। ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
କୁହାଯାଉଛି ଯେ, ବେଆଇନ ବାଲିକୁ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଡଙ୍ଗା ମାଧ୍ୟମରେ ପରିବହନ କରାଯାଉଥିଲା। ଏହି ସମୟରେ ବାଲି ପରିବହନରେ ନିୟୋଜିତ ଲୋକଙ୍କ ପାଇଁ ଡଙ୍ଗାରେ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତ କରାଯାଉଥିବାବେଳେ ହଠାତ୍ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ଘଟିଥିଲା। ଗ୍ୟାସ୍ ଲିକ୍ ଯୋଗୁ ଏହି ବିସ୍ଫୋରଣ ହୋଇଥିବା ପୁଲିସ କହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।