ନୂଆଦିଲ୍ଲୀ: ଖୁସି ଖବର। ୬୦ରୁ ଅଧିକ ବୟସର ବ୍ୟକ୍ତିମାନଙ୍କୁ ଦିଆଯିବ କରୋନା ଟିକା। ମାର୍ଚ୍ଚ ୧ ତାରିଖରୁ ଏହି ବର୍ଗର ବ୍ୟକ୍ତିମାନେ ଟିକା ନେବେ। ଏଥିସହ ଯେଉଁମାନେ ବହୁବିଧ ରୋଗରେ ଆକ୍ରାନ୍ତ ଥିବେ ଏବଂ ସେମାନଙ୍କ ବୟସ ୪୫ ବର୍ଷରୁ ଅଧିକ ହୋଇଥିବ, ସେମାନେ ମଧ୍ୟ ମାର୍ଚ୍ଚ ୧ରୁ ଟିକା ନେଇପାରିବେ। କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର ବୁଧବାର ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି।
ଶ୍ରୀ ଜାଭଡେକର କହିଛନ୍ତି, ୧୦ ହଜାର ସରକାରୀ କେନ୍ଦ୍ରରେ ସେମାନଙ୍କୁ ମାଗଣାରେ ଟିକା ଦିଆଯିବ। ସେହିପରି ଘରୋଇ ଟିକାକରଣକୁ ମିଶାଇଲେ ମୋଟ୍ ୨୦ ହଜାରରୁ ଅଧିକ କେନ୍ଦ୍ରରେ ଟୀକାକରଣ ହେବ।
ମନ୍ତ୍ରୀ କହିଛନ୍ତି, ଯେଉଁମାନେ ଘରୋଇ ଟିକାକରଣ କେନ୍ଦ୍ରରେ ଟିକା ନେବେ ସେମାନଙ୍କୁ ପଇସା ଦେବାକୁ ପଡ଼ିବ। ତେବେ କେତେ ଟଙ୍କା ଦେବେ, ସେ ବାବଦରେ ଟିକା କମ୍ପାନୀ ଓ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଆସନ୍ତା ୩-୪ ଦିନ ମଧ୍ୟରେ ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସମଲିଙ୍ଗୀ ବିବାହ: ବଡ଼ ନିଷ୍ପତ୍ତି ନେଲେ ସୁପ୍ରିମକୋର୍ଟ
ପୁନଃ ସମୀକ୍ଷା କରିବାକୁ ହୋଇଥିବା ଏକାଧିକ ଆବେଦନକୁ ମଧ୍ୟ ଆଜି ସର୍ବୋଚ୍ଚ ଅଦାଲତ ଅଗ୍ରାହ୍ୟ କରିଦେଇଛନ୍ତି। ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ୨୦୨୩ରେ ସର୍ବୋଚ୍ଚ ନ୍ୟାୟଳୟ ସଫା ସଫା ମନା କରିଦେଇଥିଲେ।
National
‘ଆମର ଅଧା କାହାଣୀ’ ଲେଖି ଝୁଲି ପଡ଼ିଲେ ଯୁବକ
୬ ମାସ ତଳେ କୋର୍ଟରେ ବାହା ହୋଇଥିଲେ। ତଥାପି ଝିଅ ଘର ଲୋକ ଶାନ୍ତିରେ ବଞ୍ଚିବାକୁ ଦେଲେନି। ସମୟକ୍ରମେ ଝିଅ ମଧ୍ୟ ବଦଳିଗଲା। ଶେଷରେ କୌଣସି ଉପାୟ ନ ପାଇ ଜଣେ ୨୫ ବର୍ଷୀୟ ଯୁବକ ଜୀବନ ହାରି ଦେଇଛନ୍ତି।
National
ଭୁଶୁଡ଼ିଲା ପ୍ଲାଣ୍ଟର ସିଲୋ: ୪ ଶ୍ରମିକ ମୃତ, ଚାପି ହୋଇ ରହିଛନ୍ତି ଅନେକ
ସିଲୋ ହେଉଛି ଲୁହାରେ ତିଆରି ହୋଇଥିବା ବିରାଟକାୟ ସିଲଣ୍ଡର ଆକୃତିର ଷ୍ଟ୍ରକଚର। ଇଟା ଭାଟିରେ ଲାଗୁଥିବା ଚିମିନି ଭଳି ଏହା ଦେଖିବାକୁ।
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।
National
ଆପ୍ର ୫୮ରୁ ୩୨ ଓ ବିଜେପିର ୭ରୁ ୪ ବିଧାୟକଙ୍କ ନାଁରେ ରହିଛି ଗୁରୁତର ମାମଲା
ଦଳ ଦୃଷ୍ଟିରୁ ଦେଖିଲେ ଆପର ୫୮ ଜଣ ବିଧାୟକଙ୍କ ପାଖରେ ହାରାହାରି ୧୩.୩୯ କୋଟି ଟଙ୍କାର ସମ୍ପତ୍ତି ରହିଥିବାବେଳେ ବିଜେପିର ୭ ଜଣ ବିଧାୟକଙ୍କ ପାଖରେ ହାରାହାରି ୭ କୋଟି ୪୫ ଲକ୍ଷ ଟଙ୍କାର ସମ୍ପତ୍ତି ରହିଛି।